ନଳକୂପରୁ ବାହାରୁଛି ଲୌହ ଅଂଶ, ଚୁଆପାଣି ଭରସା

ମାଲକାନଗିରି, ୧୫।୫ (ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହାକୁମାରେ ଏବେ ମଧ୍ୟ ଲୋକେ ଚୁଆପାଣି ପିଉଥିବା ଦେଖିବାକୁ ମିଳିଛି। ତାରିଣୀ ମନ୍ଦିର ସାହିରେ ପାନୀୟ ଜଳ ପାଇଁ ଥିବା ନଳକୂପ ପାଣି ବ୍ୟବହାର ଉପଯୋଗୀ ହେଉ ନ ଥିବାରୁ ସାହିବାସିନ୍ଦା ଚୁଆପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ଏନେଇ ସେମାନେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କିଛି ସୁଫଳ ମିଳିନାହିଁ। ଦାୟିତ୍ୱରେ ଥିବା ଅଧିକାରୀ ପ୍ରତିଶ୍ରୁତି ଦେଇ ନୀରବ ରହୁଥିବା ଲୋକେ ଅଭିଯୋଗ କରିଛନ୍ତି। ଏହି ସାହିରେ ୩୦ ପରିବାର ରହୁଥିବା ବେଳେ ଗୋଟିଏ ନଳକୂପ ରହିଛି। ନଳକୂପ ପାଣିରେ ଲୌହ ଅଂଶ ରହୁଥିବାରୁ ତାହାକୁ ପିଇବା ଲୋକଙ୍କ ପାଇଁ ସମ୍ଭବ ହେଉନାହିଁ। ଫଳରେ ସାହିବାସିନ୍ଦା ଏକ ଚୁଆ ଖୋଳି ବର୍ଷସାରା ସେଠାରୁ ଜଳ ସଂଗ୍ରହ କରୁିଛନ୍ତି। ଏ ସମ୍ପର୍କରେ ପୌରାଧ୍ୟକ୍ଷ ମନୋଜ ବାରିକଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଖୁବ୍‌ ଶୀଘ୍ର ଏହି ସମସ୍ୟାର ସମାଧାନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri