ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ

ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍‌ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ ମଧ୍ୟରେ ଲୁହାପଥର ଦର ପ୍ରାୟ ୫ ଗୁଣାରୁ ଅଧିକ ବଢ଼ିଛି। କରୋନା ମହାମାରୀ ପ୍ରଭାବରେ ଦୋହଲି ଯାଇଥିବା ବିଶ୍ୱ ଅର୍ଥନୀତିକୁ ସଜାଡ଼ିବାରେ ଇସ୍ପାତ ଶିଳ୍ପ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ହେଲେ ବିଡମ୍ବନାର ବିଷୟ ଯେ ଶିଳ୍ପ ସମୃଦ୍ଧ ରାଜ୍ୟ ଓଡ଼ିଶାରେ ଲୁହାପଥର ଉତ୍ପାଦନ କ୍ରମେ ହ୍ରାସ ପାଉଥିବା ହେତୁ ଲୁହାପଥରର ଅହେତୁକ ମୂଲ୍ୟବୃଦ୍ଧି ଘଟିଛି। ନିଜସ୍ବ ଲୁହାପଥର ଖଣି ନ ଥିବା ଶିଳ୍ପସଂସ୍ଥାଗୁଡିକ ବର୍ତ୍ତମାନ ପରିସ୍ଥିତିରେ ବର୍ଦ୍ଧିତ ମୂଲ୍ୟରେ ଲୁହାପଥର କିଣି କାରଖାନା ଚଳାଇବା ସମ୍ଭବପର ହେଉନାହିଁ। ଫଳରେ ସଂମ୍ପୃକ୍ତ ଶିଳ୍ପସଂସ୍ଥାଗୁଡ଼ିକରେ କାର୍ଯ୍ୟରତ କର୍ମଚାରୀ ଓ ଶ୍ରମିକମାନଙ୍କ ଜୀବନଜୀବିକା ବିପନ୍ନ ହେବାର ସମ୍ଭାବନାକୁ ଏଡାଇ ଦିଆଯାଇ ନ ପାରେ ବୋଲି ମତପ୍ରକାଶ ପାଇଛି।
ସୂଚନା ଅନୁଯାୟୀ ୨୦୧୯-୨୦ ଆର୍ଥିକ ବର୍ଷରେ ରାଜ୍ୟରେ ଲୁହାପଥର ଉତ୍ପାଦନ ୧୪୨ ମିଲିୟନ ଟନ୍‌ ଥିବାବେଳେ ୨୦୨୦-୨୧ ଆର୍ଥିକ ବର୍ଷରେ ଏହା ୩୧ ମିଲିୟନ ଟନ ହ୍ରାସ ପାଇ ୧୧୧ ମିଲିୟନ ଟନ୍‌ ହୋଇଛି। ସେହିପରି ୨୦୧୯-୨୦ରେ ୧୭.୪ ମିଲିୟନ ଟନ୍‌ ଲୁହାପଥର ଓଡ଼ିଶା ବାହାରକୁ ରପ୍ତାନି କରାଯାଇଥିବାବେଳେ ୨୦୨୦-୨୧ ଆର୍ଥିକ ବର୍ଷରେ ଏହା ୧୧.୬ ମିଲିୟନ ଟନ୍‌ ବୃଦ୍ଧି ପାଇ ୨୯ ମିଲିୟନ ଟନ୍‌ରେ ପହଞ୍ଚିଛି। ଫଳରେ ରାଜ୍ୟରେ ଗତ ବର୍ଷ ତୁଳନାରେ ଏହି ବର୍ଷ ୪୨ ମିଲିୟନ ଟନ୍‌ ଲୁହାପଥରର ଅଭାବ ଦେଖାଦେଇଛି। ଏହି କାରଣରୁ ଲୁହାପଥର ଦର ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି।
ଜୁନ୍‌ ୨୦୨୦ରେ ଲୁହାପଥର ମୂଲ୍ୟ ଟନ୍‌ ପିଛା ୨୨୦୦ ଟଙ୍କା ଥିଲାବେଳେ ଜୁନ ୨୦୨୧ରେ ଏହା ଅଦ୍ଭୂତପୂର୍ବ ଭାବେ ବୃଦ୍ଧି ପାଇ ଟନ୍‌ ପିଛା ପ୍ରାୟ ୧୨ ହଜାର ଟଙ୍କାରେ ପହଞ୍ଚତ୍ଛି। ଲୁହା ପଥର କମ୍‌ ଉତ୍ପାଦନ ଯୋଗୁ ଇ-ନିଲାମ ପ୍ରକ୍ରିୟାରେ ନିଜସ୍ବ ଖଣି ନ ଥିବା ଲୁହାପଥର ଖରିଦକାରୀ ଇସ୍ପାତ୍‌ ଶିଳ୍ପ ସଂସ୍ଥାଗୁଡ଼ିକ ବିପୁଳ କ୍ଷତି ସହି ଆସୁଛନ୍ତି। ଏପରି କି ଲୁହାପଥରର ଅଭାବୀ ଯୋଗାଣ ଯୋଗୁ ପଶ୍ଚିମବଙ୍ଗ ଓ ଛତିଶଗଡ଼ ରାଜ୍ୟର ଇସ୍ପାତ୍‌ କାରଖାନାଗୁଡ଼ିକ ନିଜ କାରଖାନାର ଲୁହାପଥର ଆବଶ୍ୟକତାକୁ ମେଣ୍ଟାଇବା ପାଇଁ ଗତ ୨ା୬ା୨୦୨୧ରେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଦ୍ୱାରା ଆହୂତ ଇ-ନିଲାମରେ ଭାଗ ନେଇଥିଲେ। ସବୁଠାରୁ ଆଶ୍ଚର୍ଯ୍ୟ କଥା ନିଜସ୍ବ ଲୁହାପଥର ଖଣି ଥିବା କେତେକ ଶିଳ୍ପ ସଂସ୍ଥା ମଧ୍ୟ ଭାଗ ଏଥିରେ ନେଇଥିଲେ। ଲୁହାପଥର ଦର ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏହି ନିଲାମ ପ୍ରକ୍ରିୟାରେ ନିଜସ୍ବ ଖଣି ଥିବା ଶିଳ୍ପ ସଂସ୍ଥାଗୁଡ଼ିକ ଭାଗ ନେଇଥିଲେ ବୋଲି କୁହାଯାଇଛି। ଫଳରେ ନିଲାମ ପାଇଁ ରଖାଯାଇଥିବା ଲୁହାପଥରର ଟନ୍‌ ପିଛା ମୂଲ୍ୟ ୧୧,୬୧୨ ଟଙ୍କାକୁ ବୃଦ୍ଧି ପାଇଛି। ଯାହାକି ଗତ ଏପ୍ରିଲ ପ୍ରଥମ ସପ୍ତାହରେ ହୋଇଥିବା ନିଲାମ ଦର ଠାରୁ ଏହା ପ୍ରାୟ ୪ହଜାର ଟଙ୍କା ଅଧିକ। ଆର୍ଥିକ ମାନ୍ଦାବସ୍ଥା ସମୟରେ ଲୁହାପଥରର ଅହେତୁକ ମୂଲ୍ୟ ବୃଦ୍ଧି ନିଜସ୍ବ ଖଣି ନ ଥିବା ଇସ୍ପାତ୍‌ ଶିଳ୍ପ ସଂସ୍ଥାଗୁଡ଼ିକ ପାଇଁ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍‌ କାରଖାନା ଯଥା ଆଧୁନିକ ଇସ୍ପାତ୍‌, କନ୍‌କାଷ୍ଟ ଇସ୍ପାତ୍‌, ଏମ୍‌ଏସ୍‌ପି ଇସ୍ପାତ୍‌ କାରଖାନାଗୁଡ଼ିକ ବନ୍ଦ ହୋଇଯାଇଥିବାବେଳେ ଇସ୍ପାତ୍‌ ରାଜଧାନୀ ବୋଲାଉ ଥିବା କଳିଙ୍ଗନଗର ଶିଳ୍ପାଞ୍ଚଳ ଏବେ ରଙ୍ଗହୀନ ହୋଇପଡ଼ିଛି। ଏଠାରେ ଗଢ଼ିଉଠିଥିବା ନୀଳାଚଳ ଇସ୍ପାତ ନିଗମ, ମେସ୍କୋ ଷ୍ଟିଲ ପ୍ଲାଣ୍ଟ, ମଇଥାନ ଇସ୍ପାତ୍‌ ଓ ରୋହିତ କାରଖାନା ବନ୍ଦ ହୋଇଯାଇଥିବାବେଳେ କେତେକ କାରଖାନା ଏପରି ପରିସ୍ଥିତିରେ ସଂଘର୍ଷ କରୁଛନ୍ତି। କଳିଙ୍ଗନଗର ଶିଳ୍ପ ସଂଘ ପକ୍ଷରୁ ଏହି ସମ୍ବେଦନଶୀଳ ଘଟଣା ପ୍ରତି ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବ ଏବଂ ଇସ୍ପାତ ଓ ଖଣି ସଚିବଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri