ନାଇଟ୍‌ କର୍ଫ୍ୟୁ ବେଳେ ଚାଲିଛି ଲୁହାପଥର ଚାଲାଣ: ବନ ବିଭାଗ ଦ୍ୱାରା ଡମ୍ପର ଜବତ, ୨ ଗିରଫ

ଯୋଡ଼ା,୨୦।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରୁ ଝାଡଖଣ୍ଡ ରାଜ୍ୟକୁ ଦୈନିକ ଲୁହାପଥର ଚୋରା ଚାଲାଣ କରାଯାଉଛି। ଗୋଟିଏପଟେ ପ୍ରଶାସନ ପକ୍ଷରୁ ଆନ୍ତଃରାଜ୍ୟ ସୀମା ସିଲ୍‌, ନାଇଟ୍‌ କର୍ଫ୍ୟୁ ଜାରି କରାଯାଇ ପୋଲିସ ପଇଁତରା ମାରୁଥିବା ବେଳେ ଅନ୍ୟପଟେ ଚୋରା ଖଣିଜ ବୋଝେଇ ଗାଡି ଅନାୟାସରେ ଚାଲାଣ କରୁଛନ୍ତି। ଏହା କିପରି ସମ୍ଭବ ହେଉଛି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସୋମବାର ଚୋରା ଚାଲାଣ ବେଳେ ଲୁହାପଥର ବୋଝେଇ ଡମ୍ପରକୁ ଜବତ କରିଛି ବନବିଭାଗ। ବାମେବାରୀ ବନପାଳ ଯତୀନ୍ଦ୍ର କୁମାର ସାହୁଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଭୋର୍‌ ୩ଟା ବେଳେ ନୟାଗଡ ଗ୍ରାମ୍ୟ ଜଙ୍ଗଲରେ ଗଚ୍ଛିତ ରଖାଯାଇଥିବା ଲୁହା ପଥରକୁ ଏକ ଡମ୍ପର ବୋଝେଇ କରୁଥିଲା। ଖବର ପାଇ ଚମ୍ପୁଆ ରେଞ୍ଜ ଅଧିକାରୀ ସଞ୍ଜୀବ ରାଉତଙ୍କ ସମେତ ସଦଳବଳ ଚଢାଉ କରି ଡମ୍ପରକୁ ଜବତ ସହ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ଉଚ୍ଚବାଲି ଅଞ୍ଚଳର ଡମ୍ପର ମାଲିକ ମହେଶ୍ୱର ବାରିକ, ଡ୍ରାଇଭର ଉମାଶଙ୍କର ମହାକୁଡ। ଡମ୍ପରରେ ପ୍ରାୟ ୧୦ ମେଟ୍ରିକ ଟନ୍‌ ଉନ୍ନତମାନର ଲୁହା ପଥର ବୋଝେଇ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri