କରୁଥିଲେ ଆଇରନ୍‌ ପିଲେଟ୍ ଚୋରା ଚାଲାଣ: ଧରାପଡିିଲେ ୩ ଅଭିଯୁକ୍ତ

ବଡ଼ବିଲ,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ବଲାଣି-ବଡ଼ବିଲ ମୁଖ୍ୟ ରାସ୍ତାଦେଇ ଆଇରନ୍‌ ପିଲେଟ୍ ଚୋରା ଚାଲାଣ ବେଳେ ବଡ଼ବିଲ ପୋଲିସ ଧରିବାରେ ସଫଳ ହୋଇଛି। ପୋଲିସ କରି ୧୭ମେଟ୍ରିକ ଟନ୍‌ ଆଇରନ ପିଲେଟ୍ ସହ ହାଇଓ୍ବା ଟ୍ରକ୍‌ ସହ ଏସ୍‌କର୍ଟ କରୁଥିବା ଏକ ବୋଲେରୋ ଗାଡିକୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ତାଙ୍କଠାରୁ ୩ଟି ମୋବାଇଲ ଫୋନ୍‌ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡ ସରାଇକେଲା ଅଞ୍ଚଳର ରୌନକ କୁମାର, ଯୋଡ଼ା ଶହୀଦନଗର ଅଞ୍ଚଳର ପ୍ରଶାନ୍ତ ରାଜ ଓରଫ ଭୁଣ୍ଡୁ ଏବଂ ଯୋଡ଼ା ବନେଇକଳା ଅଞ୍ଚଳରେ ରହୁଥିବା ରାଜୁ ବିନ୍ଧାଣୀ। ମିଳିଥିବା ସୂଚନା ମୁତାବକ, ଗୁରୁବାର ଭୋରରେ ବଡ଼ବିଲ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ହାଇଓ୍ବା ଟ୍ରକ ଯୋଗେ ବେଆଇନ ଭାବେ ଆଇରନ୍‌ ପିଲେଟ୍ ଚୋରା ଚାଲାଣ ହେଉଥିବାର ଖବର ପାଇଥିଲା। ଏନେଇ ପୋଲିସ ବଲାଣି-ବଡ଼ବିଲ ମୁଖ୍ୟ ରାସ୍ତାରେ ଥିବା ହୋଟେଲ ଲକି ଇଣ୍ଡିଆ ନିକଟରେ ଅଟକି ରହିଥିଲା। ସେତିକିବେଳେ ପୋଲିସ ଆଇରନ୍‌ ବୋଝେଇ ହାଇଓ୍ବା ଟ୍ରକ୍‌ ( ଜେଏଚ୍‌୦୫ଡବ୍ଲୁ-୪୦୧୭) ଟ୍ରକ୍‌କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚବେଳେ ୧୭ ମେଟ୍ରିକ ଟନ୍‌ ଆଇରନ୍‌ ଚୋରା ଚାଲାଣ ହେଉଥିବା ପୋଲିସ ଜାଣିବାକୁ ପାଇଥିଲା। ଏପରିକି ଟ୍ରକ୍‌କୁ ଏସ୍‌କର୍ଟ କରୁଥିବା ଏକ ବୋଲେରୋ ଗାଡି (ଓଆର୦୯ଏମ୍‌-୭୬୨୨)କୁ ପୋଲିସ ଜବତ କରିଛି। ପୋଲିସ ଘଟଣାସ୍ଥଳରୁ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରଛି। ଏନେଇ ବଡ଼ବିଲ ଥାନା ପୋଲିସ ଏକ ମାମଲା(ନଂ. ୬୯/୨୦୨୩) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?