ଓଡ଼ିଶାରୁ ଆନ୍ଧ୍ରକୁ କରୁଥିଲେ ଲୁହା ଚୋରା ଚାଲାଣ: ୭ ଗିରଫ

ପଟାଙ୍ଗି,୨୭ା୩(ଶରତ ଧଳ): ଓଡ଼ିଶା ତଥା ପଡ଼େଶୀ ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ଚାଲିଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଲୁହା ସାମଗ୍ରୀ ଚୋରି କରି ପଡ଼ୋଶୀ ଆନ୍ଧ୍ର ରାଜ୍ୟକୁ ଚୋରାଚାଲାଣ ହେଉଥିବା ବେଳେ ପୋଲିସ ହାତରେ ଧରାପଡ଼ି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ ହେବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ସୁଙ୍କି ଥାନା ଅଧୀନରେ ରହିଥିବା ତଳଗୋଲୁର ପଞ୍ଚାୟତରେ।

ସୂଚନାନୁଯାୟୀ, ସୁନାବେଡ଼ା ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ମନୋବ୍ରତା ଶତପଥୀଙ୍କ ସୂଚନା କ୍ରମେ ଉକ୍ତ ପଞ୍ଚାୟତରେ ଭାରତମାଳା ପକ୍ଷରୁ ରାୟପୁର ବିଶାଖାପାଟଣା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁ ରହିଥିବା ବେଳେ ଉକ୍ତ କାର୍ଯ୍ୟରେ ବ୍ୟବହୃତ ଲୁହାକୁ ଆନ୍ଧ୍ର ରାଜ୍ୟର କିଛି ଲୋକଙ୍କ ସହଯୋଗରେ ଉକ୍ତ ପଞ୍ଚାୟତର କିଛି ଲୋକ ଲୁହା ଚୋରି କରି ୪ଟି ଅଟୋରେ ଲୋଡ୍‌ କରି ୭ ଜଣ ଆନ୍ଧ୍ର ଅଭିମୁଖେ ଯାଉଥିବା ସୁଙ୍କି ଏସ୍‌ଆଇ କେ. ସାଙ୍ଗାନାଙ୍କ ପାଖରେ ଖବର ପହଞ୍ଚିଥିଲା।  ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ କର୍ମଚାରୀ ମଙ୍ଗଳବାର ବିଳମ୍ବିତ ରାତିରେ ଥାନା ନିକଟରେ ଜଗି ଯାଉଥିବା ସମସ୍ତ ଅଟୋ ଗାଡ଼ିକୁ ଅଟକାଇ ଯାଞ୍ଚ କରି ଅଟୋରେ ରହିଥିବା ସମସ୍ତଙ୍କୁ ଲୁହା ସମ୍ପର୍କରେ ପଚରାଉଚରା କରିବା ସମୟରେ ୭ଜଣ ସନ୍ଦେହଘେରକୁ ଆସିଥିଲେ। ଯେଉଁଥିରେ କି ସମସ୍ତ ଚୋରି ଘଟଣାକୁ ଅଭିଯୁକ୍ତମାନେ ଶିକାର କରି ଲୁହାଗୁଡ଼ିକୁ ବାହାର ରାଜ୍ୟକୁ ଚାଲାଣ ଉଦ୍ଦେଶ୍ୟରେ ନେଉଥିବା ପୋଲିସ ନିକଟରେ ପ୍ରକାଶ କରିଥିଲେ। ଅଭିଯୁକ୍ତଙ୍କ ତଥ୍ୟକୁ ଆଧାର କରି ୪ଟି ଅଟୋରେ ସମସ୍ତ ଲୁହାକୁ ସିଜ୍‌ କରିବା ସହ ୭ ଅଭିଯୁକ୍ତ ଯଥା ଆବୁ ପେଣ୍ଟମ ନାଇଡୁ, ଗିନି ପବନ କୁମାର , ମହେଶ ବେଜିପରାପୁ , ପଇଲା ସୁରି, ନାରାୟଣ ପଇଲା ଆପାରାଓ, ମୁରଲୀ ଚପାଡି ଏବଂ କିରଣ ପଟେଲଙ୍କ ବିରୋଧରେ ଚୋରି ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରା ଯାଇଥିବା ବେଳେ ଏହାକୁ ନେଇ ସୁଙ୍କି ପୋଲିସ ତଦନ୍ତ ଜାରି ରଖିଥିବା ଏସ୍‌ଡିପିଓ ଶତପଥୀ ନିଜ କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି ସମସ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri