ରାସ୍ତା ବିଗାଡୁଛି ଲୁହାଚକ ଲଗା ଟ୍ରାକ୍ଟର:ବଢୁଛି ଅସନ୍ତୋଷ

ନୂଆପଡ଼ା,୭ା୬ (ମକାରୁ ବେମାଲ):କେନ୍ଦ୍ର ତଥା ରାଜ୍ୟ ସରକାର ଗମନାଗମନ ପାଇଁ ବିଭିନ୍ନ ଯୋଜନାରେ ଟଙ୍କା ଖର୍ଚ୍ଚକରି ସଡ଼କ ପଥ ନିର୍ମାଣ କରୁଛନ୍ତି। ଗ୍ରାମାଞ୍ଚଳରେ ମଧ୍ୟ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। ହେଲେ ଲୁହାଚକ ଲଗା ଟ୍ରାକ୍ଟର ଏହାକୁ ବିଗାଡୁଛି। ନୂଆପଡ଼ା ଜିଲାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଜିଲାର ସହର ଓ ଗ୍ରାମାଞ୍ଚଳରେ ୯୦% ରାସ୍ତା ପକ୍କା ହୋଇଗଲାଣି। ଯେଉଁଠି କଚ୍ଚା ରାସ୍ତା ଥିଲା ତାହା ପିଚୁ ହୋଇଛି। ଏପରି କି ଗୁରୁତ୍ୱକୁ ଦେଖି ଅଧିକାଂଶ ରାସ୍ତା ୨ଲେନ୍‌ ବିଶିଷ୍ଟ ହୋଇଛି। ଫଳରେ ଯାନବାହନ ଚଳାଚଳ ସୁଗମ ହୋଇପାରୁଛି। ହେଲେ ଲୁହାଚକ ଲଗା ଟ୍ରାକ୍ଟର ଏସବୁ ରାସ୍ତାକୁ ଖରାପ କରୁଥିବା ଦେଖାଯାଉଛି। ପ୍ରଶାସନିକ ସ୍ତରରେ ଅଙ୍କୁଶ ଲଗାଯାଉ ନ ଥିବାରୁ ଏସବୁ ଯାନ ବହୁଳ ବ୍ୟବହାର ଚାଳିଛି। ଦଣ୍ଡବିଧାନ ବ୍ୟବସ୍ଥା କରାଗଲେ ଏ ପ୍ରକାର ଯାନ ଚଳାଚଳ କମିବା ସହ ରାସ୍ତା ସୁରକ୍ଷିତ ରହିପାରନ୍ତା ବୋଲି ଜନସାଧାରଣ ମତପ୍ରକାଶ ପାଉଛି। ଏ ସଂକ୍ରାନ୍ତରେ ଜଣେ ଅଧିକାରୀ ତାଙ୍କ ନାମ ଗୋପନ ରଖି କହିଛନ୍ତି, ସରକାର ବିଭିନ୍ନ ଯୋଜନାରେ ଟଙ୍କା ଖର୍ଚ୍ଚ କରି ଆମ ପାଇଁ ରାସ୍ତା ନିର୍ମାଣ କରୁଛନ୍ତି। ତାହାର ରକ୍ଷଣାବେକ୍ଷଣ କରିବା ଆମର ଦାୟିତ୍ୱ। ସରକାର ଟଙ୍କା ଖର୍ଚ୍ଚ କରୁଛନ୍ତି। ଆମେ ସମସ୍ତେ ମିଶି ରାସ୍ତାର ସୁରକ୍ଷା ଦେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri