ସଞ୍ଜୟ ଦତ୍ତଙ୍କ ସହ ନଜର ଆସିବେ ଟାଇଗର

ମୁମ୍ବାଇ: ‘ହେରା ଫେରି’, ‘ଆୱାରା ପାଗଲ ଦିୱାନା’, ‘ଓ୍ବେଲକମ ଫ୍ରାଞ୍ଚାଇଜ’ ଭଳି ହିଟ ଫିଲ୍ମ ନିର୍ମାଣ କରିଥିବା ଫିରୋଜ ଏ ନାଡିଆଡୱାଲା ପୁଣି ଥରେ ଦର୍ଶକଙ୍କ ମନୋରଞ୍ଜନ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ନିକଟରେ ନିର୍ମାତା ଏକ ଧମାକାଦାର ଘୋଷଣା କରିଛନ୍ତି। ବଲିଉଡର ଦୁଇ ଭିନ୍ନ ପିଢିରୁ ଆକ୍ସନ ହିରୋମାନଙ୍କୁ ଏକାଠି କରିବାକୁ ସେ ନିଷ୍ପତ୍ତି ନେଇଛନ୍ତି।

ଫିରୋଜ ତାଙ୍କର ଆଗାମୀ ପ୍ରୋଜେକ୍ଟ ପାଇଁ ହିନ୍ଦୀ ସିନେମାର ଖଳନାୟକ ସଞ୍ଜୟ ଦତ୍ତ ଏବଂ ଟାଇଗର ଶ୍ରଫଙ୍କୁ ସାଇନ କରିଛନ୍ତି। ଫିଲ୍ମର ନାମ ହେଉଛି ‘ମାଷ୍ଟର ବ୍ଲାଷ୍ଟର’। କମେଡି ସହିତ ସଞ୍ଜୁ ବାବା ଏବଂ ଟାଇଗର ଶ୍ରଫଙ୍କ ଆକ୍ସନ ଅବତାର ମଧ୍ୟ ଏହି ଫିଲ୍ମରେ ଦେଖିବାକୁ ମିଳିବ। ଲୋକଙ୍କୁ ହସାଇବା ବ୍ୟତୀତ ଉଭୟ ଫିଲ୍ମରେ ଆକ୍ସନ କରୁଥିବା ଦେଖିବାକୁ ମିଳିବ।

ମିଳିଥିବା ସୂଚନା ଅନୁସାରେ, ଫିଲ୍ମର ସୁଟିଂ ହଂକଂ, ମକାଉ ଏବଂ ଚାଇନାରେ ହେବ। ହିନ୍ଦୀ ସିନେମା ଇତିହାସରେ ପ୍ରଥମ ଥର ହେବାକୁ ଯାଉଥିବା ଏହି ଫିଲ୍ମରେ ଅନେକ ନୂଆ ଟେକ୍ନୋଲୋଜି ମଧ୍ୟ ବ୍ୟବହୃତ ହେବ। ଖଳନାୟକ ଭାବେ ଔକ କାରତୁସ ଭଳି ସୁପରହିଟ ଫିଲ୍ମରେ ଜ୍ୟାକି ଶ୍ରଫଙ୍କ ସହ କାମ କରିଥିବା ସଞ୍ଜୟ ଦତ୍ତଙ୍କୁ ବର୍ତ୍ତମାନ ତାଙ୍କ ପୁଅଙ୍କ ସହ କାମ କରୁଥିବା ଦେଖିବାକୁ ମିଳିବ। ଏହା ପ୍ରଥମ ଥର ହେବ ଯେ ଟାଇଗର ଶ୍ରଫ ସଞ୍ଜୟ ଦତ୍ତଙ୍କ ସହ ସ୍କ୍ରିନ ସେୟାର କରିବେ।

https://twitter.com/taran_adarsh/status/1705091957750485175?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1705091957750485175%7Ctwgr%5Efad530e6cf966230312760c9baf7868a3fcca2c1%7Ctwcon%5Es1_&ref_url=https%3A%2F%2Fwww.abplive.com%2Fentertainment%2Fbollywood%2Ffiroz-a-nadiadwallah-annonces-his-upcoming-comedy-action-musical-film-master-blaster-starrer-sanjay-dutt-and-tiger-shroff-2499354


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri