ଦୋକାନ ଗୃହ ଅନିୟମିତତାର ତଦନ୍ତ ହେଉନି

ବାଲିଚନ୍ଦ୍ରପୁର,୨୨ା୭(ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର ବଜାରରେ ନିର୍ମାଣାଧୀନ ଦୋକାନ ଗୃହରେ ବ୍ୟାପକ ଅନିୟମିତତା ହୋଇଛି। ଗୋଟିଏ ଗୃହ ପ୍ରଦାନ ପାଇଁ ବେଆଇନ ଭାବେ ପ୍ରଭାବଶାଳୀ ଲୋକଙ୍କଠାରୁ ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ ଆଦାୟ କରାଯାଇଛି। ଏଥିସହିତ ସେମାନଙ୍କ ଇଚ୍ଛା ଅନୁସାରେ କାର୍ଯ୍ୟ କରାଯାଉଛି। ମାତ୍ର ଏଠାରେ ବିସ୍ଥାପିତମାନଙ୍କୁ ଅଣଦେଖା କରାଯାଇଛି। ସେମାନଙ୍କୁ ଥଇଥାନ କରିବାକୁ କୌଣସି ବ୍ୟବସ୍ଥା କରାଯାଇନାହିଁ। ତେଣୁ ଏହି ଘଟଣାର ତଦନ୍ତ ଦାବି କରି ଯାଜପୁର ଜିଲାପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଭିଜିଲାନ୍ସ ନିର୍ଦ୍ଦେଶକ ଏବଂ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ବିସ୍ଥାପିତ ବ୍ୟବସାୟୀ ଏବଂ ବାଲିଚନ୍ଦ୍ରପୁର ପଞ୍ଚାୟତବାସୀ ଅନେକ ଥର ଚିଠି ଲେଖିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଘଟଣାର ତଦନ୍ତ ହେଉନାହିଁ। ଫଳରେ ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଆଗାମୀ ଦିନରେ ଯଦି ଏହାର ତଦନ୍ତ ନ ହୁଏ ତେବେ ସେମାନେ ଆନ୍ଦୋନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
ସେମାନେ ଅଧିକାରୀଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବାଲିଚନ୍ଦ୍ରପୁର ବଜାରଟି ଅବିଭକ୍ତ କଟକ ଜିଲାର ଏକ ପ୍ରମୁଖ ବ୍ୟବସାୟ ସ୍ଥଳ। ଏହାଉପରେ କଟକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲାର ହଜାରହଜାର ଲୋକ ନିର୍ଭର କରିଥାନ୍ତି। ମାତ୍ର ରାସ୍ତା ସମ୍ପ୍ରସାରଣ ଓ ପଟ୍ଟାମୁଣ୍ଡାଇ କେନାଲ ପୁନରୁଦ୍ଧାର ନିମନ୍ତେ ୨୦୧୬ରେ ଉକ୍ତ ବଜାରର ଶତାଧିକ ବ୍ୟବସାୟୀଙ୍କ ଦୋକାନ ଉଚ୍ଛେଦ କରାଯାଇଥିଲା। ପରବର୍ତ୍ତୀ ସମୟରେ ଜୀବିକା ହରାଇଥିବା ବ୍ୟବସାୟୀ, ପଞ୍ଚାୟତ ପ୍ରତିନିଧି, ବଣିକସଂଘ ଓ ସ୍ଥାନୀୟ ମୁରବିଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ କିପରି ବିସ୍ଥାପିତ ବ୍ୟବସାୟୀଙ୍କୁ ଥଇଥାନ କରାଯିବ ସେ ନେଇ ଖସଡ଼ା ପ୍ରସ୍ତୁତ କରାଯାଇଥିଲା। ଏଥିରେ କୁହାଯାଇଥିଲା, କେନାଲ ସମ୍ପ୍ରସାରଣ ପରେ ଜଳସମ୍ପଦ ବିଭାଗର ବଳକା ଜାଗାରେ ଦୋକାନ ଗୃହ ନିର୍ମାଣ କରାଯିବ। ସେଠାରେ ପ୍ରଥମେ ବିସ୍ଥାପିତମାନଙ୍କୁ ଥଇଥାନ କରାଯିବ। ପରବର୍ତ୍ତୀ ସମୟରେ ଅନ୍ୟମାନଙ୍କୁ ଘର ପ୍ରଦାନର ବ୍ୟବସ୍ଥା କରାଯିବ। ବୈଠକର ନିଷ୍ପତ୍ତି ଅନୁସାରେ ବଳକା ଜମିରେ ପଞ୍ଚାୟତ ପକ୍ଷରୁ ଦୋକାନ ଗୃହ ନିର୍ମାଣ କରାଗଲା। ଏହାପରେ ବିସ୍ଥାପିତମାନଙ୍କୁ ଦୋକାନ ଗୃହ ପାଇଁ ଆବେଦନ କରିବାକୁ କୁହାଗଲା। ଫଳରେ ସମସ୍ତ ବିସ୍ଥାପିତ ଓ ଅନ୍ୟମାନେ ଗୃହ ପାଇଁ ଆବେଦନ କରିଥିଲେ। ମାତ୍ର ପଞ୍ଚାୟତ ପକ୍ଷରୁ ପୂର୍ବ ପ୍ରତିଶ୍ରୁତି ଓ ବିସ୍ଥାପିତଙ୍କ କଥାକୁ ବିଚାରକୁ ନିଆ ନ ଯାଇ ଉପରୋକ୍ତ ଚଞ୍ଚକତା କରାଯାଇଛି। ଫଳରେ ବାଦ ପଡ଼ିଥିବା ବ୍ୟବସାୟୀଙ୍କ ମଧ୍ୟରୁ କେତେଜଣ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ନିର୍ମାଣାଧୀନ ଦୋକାନ ଘର ଗୁଡ଼ିକ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହି ନଷ୍ଟ ହେବାକୁ ବସିଲାଣି। ତେଣୁ ପ୍ରଶାସନ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri