କେନାଲ କାମରେ ଅନିୟମିତତା

ହାଟଡିହୀ,୮।୧(ଡିି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଦ୍ୟାଧରପୁର କେନାଲ ଡିଭିଜନ ଅଧୀନ ବିଭିନ୍ନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏଷ୍ଟିମେଟ ଅନୁସାରେ କାର୍ଯ୍ୟ ନ ହୋଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ମିଥ୍ୟା ବିଲ୍‌ କରାଯାଇଥିବା ଆନନ୍ଦପୁର ସିଭିଲ ସୋସାଇଟି ପକ୍ଷରୁୁ ଭିଜିଲାନ୍ସ ଏବଂ ଜିଲାପାଳଙ୍କ ନିକଟରେ ଅଭିଯୋଗ କରାଯାଇଛି। ଏହାର ନିରପେକ୍ଷ ତଦନ୍ତ ନ ହେଲେ ଅନ୍ଦୋଳନ ହେବ ବୋଲି ସିଭିଲ୍‌ ସୋସାଇଟି ସମ୍ପାଦକ ଭଗବାନ ମଲିକ ଚେତାବନୀ ଦେଇଛନ୍ତି l
ଅଭିଯୋଗ ଅନୁସାରେ ବିଦ୍ୟାଧରପୁର କେନାଲ ଡିଭିଜନ ଅଧୀନରେ ୨୦୧୯-୨୦୨୦ ଆର୍ଥିକ ବର୍ଷରେ ୨ କୋଟି ୫୨ ଲକ୍ଷ ବ୍ୟୟ ଅଟକଳରେ ଏକ ଟେଣ୍ଡର ହୋଇଥିଲା। ଏହି ଅନୁଦାନ ସଇ, ନହଙ୍ଗ, ଧୋବାଗ କେନାଲ କାର୍ଯ୍ୟ ପାଇଁ ବ୍ୟୟ ବରାଦ ହୋଇଥିଲା। ଠିକାଦାର ଗଗନ ବିହାରୀ ବେହେରା ଉକ୍ତ କାର୍ଯ୍ୟ କରୁଥିଲେ। ପୂର୍ବରୁ ଥିବା ଯନ୍ତ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ସମୟରେ ପ୍ରାୟ ୨ କୋଟି ଟଙ୍କା ବିଲ୍‌ ହୋଇଥିଲା। ଏବେ ଯନ୍ତ୍ରୀ ମହାପାତ୍ର ଏହି କେନାଲ ଡିଭିଜନ ଅଧୀନ ଅନ୍ୟ ଶାଖାରେ କାର୍ଯ୍ୟ କରୁଛନ୍ତି। ଠିକ୍‌ ଭାବେ କାମ ହୋଇ ନ ଥିବା ବେଳେ ବିଲ୍‌ ପାସ୍‌ ହୋଇଛି। ଏଷ୍ଟିମେଟ ଅନୁସାରେ କାମ ହୋଇ ନ ଥିବା ବେଳେ କାର୍ଯ୍ୟରେ ଲୁହା ରଡ୍‌ ବ୍ୟବହାର ହୋଇନି। କେବଳ ବାଲି,ଚିପ୍ସ,ସିମେଣ୍ଟରେ କାମ କରି ମିଥ୍ୟା ବିଲ କରାଯାଇ ସରକାରୀ ଅନୁଦାନକୁ ସିଧା ସଳଖ ହଡ଼ପ କରାଯାଇଛି। ଏହି ଘଟଣାରେ ନିରପେକ୍ଷ ତଦନ୍ତ କରା ନ ଗଲେ ଆନନ୍ଦପୁର ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ଅନଶନ ହେବ ବୋଲି ସିଭିଲ ସୋସାଇଟି ସମ୍ପାଦକ ମଲିକ କହିଛନ୍ତି। ଏ ସଂକ୍ରାନ୍ତରେ ପୂର୍ବତନ ଯନ୍ତ୍ରୀଙ୍କ ଫୋନ (ନଂ. ୭୦୦୮୫୯୮୨୭୩)କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ। ଫଳରେ ତାଙ୍କ ପ୍ରତିକ୍ରିୟା ମିଳିପାରିନି। ଠିକାଦାର ଗଗନ ବିହାରୀ ବେହେରା କାର୍ଯ୍ୟ ଠିକ୍‌ ଭାବେ ହୋଇଛି ବୋଲି କହିଛନ୍ତି। ଅଧୀକ୍ଷଣ ଯନ୍ତ୍ରୀ ରସାଲ ଜଜ୍‌ ଘଟଣାର ଅନୁଧ୍ୟାନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ

ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି।...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri