କେନାଲ କାମରେ ଅନିୟମିତତା

ହାଟଡିହୀ,୮।୧(ଡିି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଦ୍ୟାଧରପୁର କେନାଲ ଡିଭିଜନ ଅଧୀନ ବିଭିନ୍ନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏଷ୍ଟିମେଟ ଅନୁସାରେ କାର୍ଯ୍ୟ ନ ହୋଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ମିଥ୍ୟା ବିଲ୍‌ କରାଯାଇଥିବା ଆନନ୍ଦପୁର ସିଭିଲ ସୋସାଇଟି ପକ୍ଷରୁୁ ଭିଜିଲାନ୍ସ ଏବଂ ଜିଲାପାଳଙ୍କ ନିକଟରେ ଅଭିଯୋଗ କରାଯାଇଛି। ଏହାର ନିରପେକ୍ଷ ତଦନ୍ତ ନ ହେଲେ ଅନ୍ଦୋଳନ ହେବ ବୋଲି ସିଭିଲ୍‌ ସୋସାଇଟି ସମ୍ପାଦକ ଭଗବାନ ମଲିକ ଚେତାବନୀ ଦେଇଛନ୍ତି l
ଅଭିଯୋଗ ଅନୁସାରେ ବିଦ୍ୟାଧରପୁର କେନାଲ ଡିଭିଜନ ଅଧୀନରେ ୨୦୧୯-୨୦୨୦ ଆର୍ଥିକ ବର୍ଷରେ ୨ କୋଟି ୫୨ ଲକ୍ଷ ବ୍ୟୟ ଅଟକଳରେ ଏକ ଟେଣ୍ଡର ହୋଇଥିଲା। ଏହି ଅନୁଦାନ ସଇ, ନହଙ୍ଗ, ଧୋବାଗ କେନାଲ କାର୍ଯ୍ୟ ପାଇଁ ବ୍ୟୟ ବରାଦ ହୋଇଥିଲା। ଠିକାଦାର ଗଗନ ବିହାରୀ ବେହେରା ଉକ୍ତ କାର୍ଯ୍ୟ କରୁଥିଲେ। ପୂର୍ବରୁ ଥିବା ଯନ୍ତ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ସମୟରେ ପ୍ରାୟ ୨ କୋଟି ଟଙ୍କା ବିଲ୍‌ ହୋଇଥିଲା। ଏବେ ଯନ୍ତ୍ରୀ ମହାପାତ୍ର ଏହି କେନାଲ ଡିଭିଜନ ଅଧୀନ ଅନ୍ୟ ଶାଖାରେ କାର୍ଯ୍ୟ କରୁଛନ୍ତି। ଠିକ୍‌ ଭାବେ କାମ ହୋଇ ନ ଥିବା ବେଳେ ବିଲ୍‌ ପାସ୍‌ ହୋଇଛି। ଏଷ୍ଟିମେଟ ଅନୁସାରେ କାମ ହୋଇ ନ ଥିବା ବେଳେ କାର୍ଯ୍ୟରେ ଲୁହା ରଡ୍‌ ବ୍ୟବହାର ହୋଇନି। କେବଳ ବାଲି,ଚିପ୍ସ,ସିମେଣ୍ଟରେ କାମ କରି ମିଥ୍ୟା ବିଲ କରାଯାଇ ସରକାରୀ ଅନୁଦାନକୁ ସିଧା ସଳଖ ହଡ଼ପ କରାଯାଇଛି। ଏହି ଘଟଣାରେ ନିରପେକ୍ଷ ତଦନ୍ତ କରା ନ ଗଲେ ଆନନ୍ଦପୁର ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ଅନଶନ ହେବ ବୋଲି ସିଭିଲ ସୋସାଇଟି ସମ୍ପାଦକ ମଲିକ କହିଛନ୍ତି। ଏ ସଂକ୍ରାନ୍ତରେ ପୂର୍ବତନ ଯନ୍ତ୍ରୀଙ୍କ ଫୋନ (ନଂ. ୭୦୦୮୫୯୮୨୭୩)କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ। ଫଳରେ ତାଙ୍କ ପ୍ରତିକ୍ରିୟା ମିଳିପାରିନି। ଠିକାଦାର ଗଗନ ବିହାରୀ ବେହେରା କାର୍ଯ୍ୟ ଠିକ୍‌ ଭାବେ ହୋଇଛି ବୋଲି କହିଛନ୍ତି। ଅଧୀକ୍ଷଣ ଯନ୍ତ୍ରୀ ରସାଲ ଜଜ୍‌ ଘଟଣାର ଅନୁଧ୍ୟାନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?