ପଞ୍ଚାୟତ ସମିତି ସଭା ଗୃହ ନିର୍ମାଣରେ ଅନିୟମିତତା: ବିନା ସୂଚନା ଫଳକର ବିଡ଼ିଓଙ୍କ ଆଖି ସାମ୍ନାରେ ସରକାରୀ ନିୟମ ଉଲଘଂନ

ଥୁଆମୂଳ ରାମପୁର,୨୮।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ଚାଲିଛି। ଉକ୍ତ ନୂତନ କୋଠା ନିର୍ମାଣ ପାଇଁ କେତେ ଟଙ୍କା ବ୍ୟୟ ବରାଦ କରାଯାଇଛି ଏବଂ ନିର୍ମାଣର ସମୟ ସୀମା କେଉଁ ଯାଏ ରହିଛି ତାହା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ଫଳକରେ ଦର୍ଶାଇବାକୁ ବ୍ଲକ୍ ପରିସରରେ ହେଉଥିବା କାମର ସୂଚନା ଦେବାକୁ ବ୍ଲକ୍ ପ୍ରଶାସନ ଭୁଲିଯାଇଛି। ଏ ନେଇ ଜନସାଧାରଣ ଅନ୍ଧକାରରେ ରହିଥିବା ବେଳେ ସେମାନଙ୍କ ମଧ୍ୟରେ ଅସନ୍ତୋଷର ଧୂଆଁ କୁହୁଳୁଛି।

ନୂତନ ସଭାଗୃହ ନିର୍ମାଣ ପାଇଁ ବାରମ୍ବାର ଗଣମାଧ୍ୟମରେ ଖବର ପ୍ରସାରଣ ପରେ ଗତ ଜୁଲାଇ ୨୦୨୪ରେ ଡିଏମଏଫ୍ ପାଣ୍ଠି ରୁ ୬୩ ଲକ୍ଷ୍ୟ ୭୪ ହଜାର ୩ ଶହ ୮୯ ଟଙ୍କା ବ୍ୟୟ ଅଟକଳରେ ହିତେଶ କୁମାର ଶର୍ମା ନାମକ “ବି” ଶ୍ରେଣୀ ଠିକା ସଂସ୍ଥାଙ୍କୁ ଏହି କାମର ଟେଣ୍ଡର ମିଳିଥିବା ଯାହା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସାଲ୍କୋ ହେମ୍ବ୍ରମ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ନୂତନ କୋଠା ନିର୍ମାଣ ଆରମ୍ଭ ହୋଇ ଇତି ମଧ୍ୟରେ ୬ମାସ ସମୟ ଅତିକ୍ରାନ୍ତ ହୋଇଯାଇଛି ହେଲେ ବିନା ସୂଚନା ଫଳକରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ଦିନଠୁ ହିଁ ନିର୍ମାଣକାରୀ ସଂସ୍ଥାର ଉଦ୍ଦେଶ୍ୟ ସନ୍ଦେହ ଘେରରେ ରହିଥିବା ବେଳେ ଏ ଯାଏ ତାହା ବଳବତ୍ତର ରହିଛି। ଏ କ୍ଷେତ୍ରରେ ସ୍ଥାନୀୟ ବ୍ଲକ୍ ପ୍ରଶାସନ ବା ପୂର୍ତ୍ତ ବିଭାଗର ଦାୟିତ୍ୱହୀନତାକୁ ମଧ୍ୟ ବିଭିନ୍ନ ମହଲରେ ଦାୟୀ କରାଯାଉଛି। ଏଣୁ ଲୋକଙ୍କ ଅବଗତି ସକାଶେ ସୂଚନା ଫଳକ ମାରି ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବା ସହ ଲୋକସେବାରେ ବିନିଯୋଗ କରିବା ପାଇଁ ସାଧାରଣରେ ଦାବି ହେଉଛି।

ଏହି ବ୍ଲକ୍ ରେ ୨୪ ଗୋଟି ଗ୍ରାମ ପଞ୍ଚାୟତ ଅଛି ଏବଂ ଏହି ସମିତି ସଭା ଗୃହଠାରେ ବିଭିନ୍ନ ବିଭାଗର କର୍ମଚାରୀଙ୍କ ଠାରୁ ଆରମ୍ଭ କରି ନିର୍ବାଚିତ ଜନପ୍ରତିନିଧି ତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥାନ୍ତି। ତେଣୁ ପ୍ରଶାସନ ପକ୍ଷରୁ ତୁରନ୍ତ କର୍ଯ୍ୟସ୍ଥଳାଲେ ସୂଚନା ଫଳକ ଲାଗିବା ସହ ସରକାରୀ ନିୟମ ଅନୁସାରେ ସଠିକ୍ କାମ କରିବା ପାଇଁ ସାଧାରଣରେ ଦାବି ହେଉଛି।

ଏସଂପର୍କରେ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ପଚାରିବାରୁ ସୂଚନା ଫଳକ ଲାଗିବା ପାଇଁ ଭୂଳିଯାଇଥିବେ ମୁଁ କହିଦେଉଛି ଫଳକ ଲଗାଇଦେବେ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଥିଲେ । ଏନେଇ ପୂର୍ବ ଓ ବର୍ତ୍ତମାନ୍ ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଦିଲୀପ କୁମାର ପଟେଲ ଏବଂ ସାଲ୍କୋ ହେମ୍ବ୍ରମଙ୍କୁ ପଚାରିବାରୁ ସେ ମଧ୍ୟ ସମାନ ଉତ୍ତର ରଖିବା ଘଟଣା ଉପରେ ସନ୍ଦେହ ସୃଷ୍ଟି କରିଛି ।

ତେଣୁ ନିଜେ ବ୍ଲକ୍ ସ୍ତରୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ବା ବିଡ଼ିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ହେଉଥିବା କୋଠା ନିର୍ମାଣରେ ଏପ୍ରକାର ଅନିୟମିତତା ତେବେ ଅନ୍ୟ କାମ ମାନଙ୍କରେ କେମିତି ଅନିୟମିତତା ହେଉନଥିବ ବୋଲି ବିଭିନ୍ନ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri