ଆବାସ ଗୃହ ତାଲିକାରେ ଅନିୟମିତତା: ଜନପ୍ରତିନିଧିଙ୍କୁ ତାଲା ପକାଇଲେ ହିତାଧିକାରୀ

କୋକସରା,୩୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ପାଇଁ ୫୪୬ ଆବାସ ଗୃହ ତାଲିକା ପଞ୍ଚାୟତ ପକ୍ଷରୁ ଅନୁମୋଦନ କରାଯାଇଥିଲା। ସେଥିରୁ ୨୩୭ ଅନୁମୋଦନ ହୋଇଥିବା ବେଳେ ୩୦୯ ଆବାସ ଗୃହ ତାଲିକାରୁ ବାଦ୍‌ ପଡିଥିବା ହିତାଧିକାରୀ ସୋମବାର ଅଭିଯୋଗ କରିଛନ୍ତି। ଏନେଇ ଲଡୁଗାଁ ପଞ୍ଚାୟତରେ ଅନୁଷ୍ଠିତ ଗ୍ରାମସଭାରେ ଶତାଧିକ ହିତାଧିକାରୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏପରିକି ପଞ୍ଚାୟତ ଅଫିସ ଗେଟରେ ତାଲା ପକାଇ ପ୍ରତିବାଦ କରିଥିଲେ । ଅନ୍ୟପକ୍ଷେ ହିତାଧିକାରୀମାନେ ଲଡୁଗାଁ ସରପଞ୍ଚ ନକୁଲ ନାଏକ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ଏବଂ ୱାର୍ଡ଼ ମେମ୍ବରଙ୍କୁ ତାଲା ପକାଇ ପ୍ରତିବାଦ କରିବା ସହ ବାଦ୍‌ ପଡିଥିବା ଆବାସ ଘର କିଏ କାଟିଛି ବୋଲି ଅଭିଯୋଗ କରିଛନ୍ତି।

ଯୋଗ୍ୟ ହିତାଧିକାରୀଙ୍କ ବଦଳରେ ଅଯୋଗ୍ୟ ହିତାଧିକାରୀଙ୍କୁ ଗୃହ ମିଳିବା ପଛରେ କାହାର ହାତ ରହିଛି ବୋଲି ହିତାଧିକାରୀମାନେ ପ୍ରଶ୍ନ କରିଛନ୍ତି। ପଞ୍ଚାୟତରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଲଡୁଗାଁବାସୀ ଅଭିଯୋଗ କରିଛନ୍ତି। ହିତାଧିକାରୀଙ୍କ ହଟ୍ଟଗୋଳରେ ପଞ୍ଚାୟତ ପରିସରରେ ଉତ୍ତେଜନା ପରିସ୍ଥିତି ଦେଖିବାକୁ ମିଳିଥିଲା । ଖବର ପାଇ କୋକସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲା। ପରେ ବ୍ଲକ ପ୍ରଶାସନ ପକ୍ଷରୁ ଜିପିଇଓ ନାରାୟଣ ଭୋଇ ଘଟଣାସ୍ଥଳରେ ପହଞ୍ଚି ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ବାଦ ପଡିଥିବା ହିତାଧିକାରୀଙ୍କୁ ଆବାସ ଘର ଦିଆଯିବ। ଏନେଇ କିଛିଦିନ ଅପେକ୍ଷା କରିବାକୁ ଜିପିଇଓ ଅନୁରୋଧ କରିବା ପରେ ପଞ୍ଚାୟତ ଗେଟରୁ ତାଲା ଖୋଲା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri