କିରୋସିନ ବଣ୍ଟନରେ ଅନିୟମିତତା

ବାସୁଦେବପୁର, ୨୯।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ରିଟେଲର କିରୋସିନ ବଣ୍ଟନରେ ଅନିୟମିତତା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ହିତାଧିକାରୀମାନେ ଗୁରୁବାର ସନ୍ଧ୍ୟାରେ କଣ୍ଟ୍ରୋଲ ଦୋକାନ ଆଗରେ ହୋହଲ୍ଲା କରିଥିଲେ। ଫଳରେ କିରୋସିନ ବଣ୍ଟନକୁ ବନ୍ଦ ରଖାଯାଇଥିଲା। ହିତାଧିକାରୀଙ୍କ ଅଭିଯୋଗ ଅନୁଯାୟୀ, ରିଟେଲର ତା ୨୨ା୧୦ା୨୧ ରିଖରେ ୧୫୫୦ ଲିଟର, ୨୩।୧୦ା୨୧ରେ ୩୯୫ ଲିଟର ମୋଟ ୧୯୪୫ ଲିଟର କିରୋସିନ ଉଠାଣ କରିଥିଲେ। ନଭେମ୍ବର ଓ ଡିସେମ୍ବରର ଏହି କୋଟା ତେଲ ଉଠାଣ କରିଥିଲେ ମଧ୍ୟ କେତେକ ହିତାଧିକାରୀଙ୍କୁ ଉକ୍ତ ଦୁଇ ମାସର ଦେଇ ନାହାନ୍ତି। ଜାନୁୟାରୀର ୯୬୮ ଲିଟର କିରୋସିନ ଉଠାଣ କରି ଗୁରୁବାର ସେ ବଣ୍ଟନ କରୁଥିଲେ। ପୂର୍ବ ଦୁଇମାସର କିରୋସିନ ନେବାକୁ କେତେକ ହିତାଧିକାରୀ ଜିଦ୍‌ ଧରିବାରୁ ଏହି ବିବାଦ ଉପୁଜିଥିଲା। ଏ ସମ୍ପର୍କରେ ରିଟେଲର ଉମାକାନ୍ତ ଦାସଙ୍କୁ ଫୋନ ମାଧ୍ୟମରେ ପଚାରିବାରୁ ୩ ମାସର କିରୋସିନ ଠିକ୍‌ ଭାବେ ସେ ବଣ୍ଟନ କରିଛନ୍ତି। ଏହି କିରୋସିନର ପରିମାଣ ମଧ୍ୟ ହିତାଧିକାରୀଙ୍କ ଖାତାରେ ପଡ଼ିଛି। ତାଙ୍କୁ ବଦ୍‌ନାମ କରିବାକୁ ଏହା ଏକ ଷଡ଼ଯନ୍ତ୍ର ବୋଲି ସେ କହିଛନ୍ତି। ଯୋଗାଣ ଅଧିକାରୀ ଅଜୟ ଦାସ ଘଟଣାର ଅନୁଧ୍ୟାନ କରାଯାଉଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri