କୃଷ୍ଣଚନ୍ଦ୍ର ସଂସ୍କୃତ ମହିଳା ମହାବିଦ୍ୟାଳୟରେ ଅନିୟମିତତା

ଡେରାବିଶ, ୨୯ା୧୧(ସ୍ବ.ପ୍ର.): ଡେରାବିଶ ବ୍ଲକ ଯଅଁରାବାରିମୂଳ ପଞ୍ଚାୟତ ଭିତରବମ୍ପୁଠାରେ ଥିବା କୃଷ୍ଣଚନ୍ଦ୍ର ସଂସ୍କୃତ ମହିଳା ମହାବିଦ୍ୟାଳୟରେ ବ୍ୟାପକ ଅନିୟମିତତା ନେଇ ଶୁକ୍ରବାର ଉପଜିଲାପାଳଙ୍କ ନିକଟରେ ଅଧ୍ୟୟନରତ ଛାତ୍ରୀଙ୍କ ଅଭିଭାବକ, ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ଚେଷ୍ଟାରେ ଅଞ୍ଚଳର ଗରିବ ମେଧାବୀ ଛାତ୍ରୀମାନେ ସଂସ୍କୃତ ମାଧ୍ୟମରେ ଉଚ୍ଚଶିକ୍ଷା ଲାଭ ନିମନ୍ତେ ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବର୍ତ୍ତମାନ ଅଧ୍ୟକ୍ଷ ମହାବିଦ୍ୟାଳୟକୁ ସପ୍ତାହରେ ୨ ଦିନ ଆସି ପ୍ରତ୍ୟେକ ଦିନ ଉପସ୍ଥିତ ରହୁଥିବା ତାଙ୍କ ଉପସ୍ଥାନରେ ଦସ୍ତଖତ କରୁଥିବା ଅଭିଯୋଗ ହେଉଛି। ମହାବିଦ୍ୟାଳୟର ଛାତ୍ରୀମାନେ ଭଙ୍ଗା ଶୌଚାଳୟ ବ୍ୟବହାର କରୁଥିବା ବେଳେ ପାନୀୟ ଜଳର ବ୍ୟବସ୍ଥା ନାହିଁ। ଭଙ୍ଗା ଶ୍ରେଣୀ ଗୃହରେ ବିପଦସଙ୍କୁଳ ଅବସ୍ଥାରେ ପିଲା ପାଠ ପଢୁଛନ୍ତି। ଛାତ୍ରୀମାନଙ୍କଠାରୁ ନାମଲେଖା ସମୟରେ ଆଦାୟ କରାଯାଉଥିବା ଫିକୁ କଲେଜ ଜମାଖାତାରେ ରଖା ନ ଯାଉନାହିଁ। ଯାହାର ହିସାବ ମିଳୁ ନାହିଁ। ମହାବିଦ୍ୟାଳୟରୁ ପାସ୍‌ କରୁଥିବା ଛାତ୍ରୀଙ୍କଠାରୁ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପାଇଁ ଟଙ୍କା ଆଦାୟ କରାଯାଇଥାଏ। ଟଙ୍କା ଦେଇ ପାରୁ ନ ଥିବା ଛାତ୍ରୀ ବହୁବର୍ଷ ଧରି ସେମାନଙ୍କର ପ୍ରମାଣପତ୍ର ପାଉ ନ ଥିବା ଅଭିଯୋଗରେ ଦର୍ଶାଯାଇଛି। ମହାବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ କରା ନ ଯାଇ ସେଥି ନିମନ୍ତେ ଆସୁଥିବା ଅନୁଦାନ ଆମତ୍ସାତ୍‌ କରାଯାଉଛି। ଏହି କାରଣରୁ ମହାବିଦ୍ୟାଳୟରୁ ଜାତୀୟ ସେବା ସଂସ୍ଥା ଯୋଜନାକୁ ପ୍ରତ୍ୟାହାର କରି ନିଆଯାଇଛି। ମହାବିଦ୍ୟାଳୟରେ ଶିକ୍ଷାଦାନ, ପ୍ରଶାସନିକ କାର୍ଯ୍ୟ ଓ ଉନ୍ନୟନ ପାଇଁ ଆସୁଥିବା ଅନୁଦାନ ଠିକ୍‌ ଭାବରେ କାର୍ଯ୍ୟକାରୀ କରାଯାଉ ନ ଥିବା ସମ୍ପର୍କରେ ତଦନ୍ତ କରି ଅଧ୍ୟକ୍ଷାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଅଞ୍ଚଳର ବୁଦ୍ଧିଜୀବୀ ପୂର୍ବତନ ସରପଞ୍ଚ ରଘୁନାଥ ଶତପଥୀ, ଅଜୟ କୁମାର ବଳ, ରମେଶ ଚନ୍ଦ୍ର ବାରିକ, ସୁବାସ ଚନ୍ଦ୍ର ସାହୁ ପ୍ରମୁଖ ଉପଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ନିରଞ୍ଜନ ବେହେରାଙ୍କୁ ପଚାରିବାରୁ ମହାବିଦ୍ୟାଳୟ ସମ୍ବନ୍ଧରେ ଆସିଥିବା ଅଭିଯୋଗ ତାଙ୍କର ହସ୍ତଗତ ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରି ତୁରନ୍ତ ରିପୋର୍ଟ ଦେବା ପାଇଁ ଡେରାବିଶ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ପାଇବା ପରେ ଏହା ଉପରେ ଯାହା କିଛି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri