ମିନି ଷ୍ଟାଡିୟମ ନିର୍ମାଣ କାମରେ ଅନିୟମିତତା

ସମ୍ବଲପୁର,୮ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ପଞ୍ଚାୟତ ସମିତି ପକ୍ଷରୁ ତହସିଲ ଅଫିସ ପଛପଟେ ମିନି ଷ୍ଟାଡିୟମ ନିର୍ମାଣ କାମ ଚାଲିଛି। ହେଲେ ଏଥିରେ ବ୍ୟାପକ ଅନମିୟତା ହୋଇଥିବା ନେଇ ଯୁଯୁମୁରା ସରପଞ୍ଚ ବାସନ୍ତି ପ୍ରଧାନ ଓ ସମିତି ସଭ୍ୟ ଜୟନ୍ତ ପ୍ରଧାନ ବିଡିଓ ନିଳାମ୍ବର ମହାନନ୍ଦଙ୍କ ପାଖରେ ଅଭିଯୋଗ କରିଛନ୍ତି। ଅଭିଯୋଗ କ୍ରମେ, ଯୁଯୁମୁରା ପଞ୍ଚାୟତର ଜନପ୍ରତିନିଧିଙ୍କ ଅଜଣାତରେ ୧୦ ଲକ୍ଷ ଟଙ୍କାର ପାଚେରି ନିର୍ମାଣ କାମ କରାଯାଉଛି। ଏହି କାମ ପାଇଁ ବ୍ଲକରେ ଫାଇଲ ଖୋଲାଯାଇ ନାହିଁ। ପଞ୍ଚାୟତ ପକ୍ଷରୁ ଏହି ପ୍ରକଳ୍ପ ପାଇଁ ପୂର୍ବରୁ ପ୍ରସ୍ତାବ ଦିଆଯାଇ ନାହିଁ। ପଞ୍ଚାୟତ ଜେଇଙ୍କୁ ମଧ୍ୟ ଏ ବିଷୟରେ ଜଣାନାହିଁ। ଆବଶ୍ୟକ ନିଅଁ ଖୋଳାଯାଇ ନ ଥିବାବେଳେ ଛଡ, ବାଲି, ସିମେଣ୍ଟ ମିଶ୍ରଣ ମଧ୍ୟ ବ୍ୟୟ ଅଟକଳ ଅନୁସାରେ ହେଉ ନାହିଁ। କାମ ପାଇଁ ପଞ୍ଚାୟତର ଅନୁମତି ନିଆଯାଇ ନାହିଁ। କାମର ମାନ ଯାଞ୍ଚ ସହ ଅଫିସ ପ୍ରକ୍ରିୟା ନ ହେବା ପର୍ଯ୍ୟନ୍ତ କାମ ବନ୍ଦ କରଯାଉ ବୋଲି ଦର୍ଶାଇଛନ୍ତି। ଏ ସମ୍ପର୍କରେ ବିଡିଓ ନିଲାମ୍ବର ମହାନନ୍ଦ କହିଛନ୍ତି, ଏହା ସରକାରୀ ଜମି। ରକ୍ଷଣାବେକ୍ଷଣ ପାଇଁ ରାଜସ୍ବ ବିଭାଗ ପକ୍ଷରୁ ଅନୁଦାନ ଆସିଥିଲା। ତେଣୁ ମିନି ଷ୍ଟାଡିୟମର ଉନ୍ନତି କରାଯାଉଛି। ଏହି ଷ୍ଟାଡିୟମରେ ଆହୁରି ଅନୁଦାନ ଦିଆଯାଇ ବିକାଶ କରାଯିବ। କାମ ପାଇଁ ଫାଇଲ ମଧ୍ୟ ଖୋଲାଯାଇଛି। କାମର ମାନକୁ ନେଇ ଆସିଥିବା ଅଭିଯୋଗ ଉପରେ ଯାଞ୍ଚ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri