ଧାନକିଣାରେ ଅବ୍ୟବସ୍ଥା, ବଢୁଛି ଚାଷୀ ଅସନ୍ତୋଷ

ରୁପ୍ରାରୋଡ,୧୨ା୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ବି ବ୍ଲକର ବିଭିନ୍ନ ମଣ୍ଡିରେ ଶହ ଶହ କୁଇଣ୍ଟାଲ ଧାନ ପଡିରହିଛି। ଟୋକନ ପାଇଥିବା ସତ୍ତ୍ୱେ ଧାନ ଉଠୁ ନ ଥିବାରୁ ଚାଷୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏପରି କି ମଣ୍ଡିରେ ଧାନ ପକାଇ ହାଡ଼ ଭଙ୍ଗା ଶୀତରେ ଖୋଲା ଆକାଶ ତଳେ ପଡିରହୁଥିବା ଦେଖିବାକୁ ମିଳୁଛି। ଅନ୍ୟପକ୍ଷରେ ମିଲର୍ସମାନେ ପର୍ଯ୍ୟାପ୍ତ ଅଖାବସ୍ତା ନ ଦେବା ଫଳରେ ଚାଷୀ ମଣ୍ଡିକୁ ଧାନ ଆଣିବାରେ ବିଳମ୍ବ ଘଟୁଛି।

ଏହାର ଭିତରେ କେତେଜଣଙ୍କ ଟୋକନ ଲାପ୍ସ ହେବାକୁ ବସିଛି। ଅବ୍ୟବସ୍ଥା ସଂକ୍ରାନ୍ତରେ ବିଭିନ୍ନ ପାକ୍ସ ସମ୍ପାଦକଙ୍କୁ ପଚାରିବାରୁ ଯାହାର ଧାନ ବିକ୍ରି ଟୋକନ ଲାପ୍ସ ହେବାକୁ ବସିଛି ତାର ଅବଧି ବଢ଼ାଯାଇ ପାରିବ। କିଛି ମିଲର୍ସ ଠିକ୍‌ ସମୟରେ ଅଖାବସ୍ତା ଫେରାଉ ନ ଥିବାରୁ ଚାଷୀଙ୍କୁ ଆବଶ୍ୟକତା ଅନୁଯାୟୀ ଅଖା ବସ୍ତା ମିଳୁ ନ ଥିବା ସେମାନେ ସ୍ବୀକାର କରିଥିଲେ।

ଏଭଳି ସମସ୍ୟା ଲାଗିରହିଲେ ଚାଷୀ ବାଧ୍ୟ ହୋଇ ରାଜରାସ୍ତାକୁ ଓ଼ହ୍ଲାଇବେ ବୋଲି ପ୍ରକାଶ କରିଛନ୍ତି। ଜିଲାପାଳ ସ୍ବତନ୍ତ୍ର ଦୃଷ୍ଟି ଦେଇ ଚାଷୀଙ୍କ ସମସ୍ୟା ତୁରନ୍ତ ସମାଧାନ ପାଇଁ କୃଷକ ନେତା ଦୁର୍ଯ୍ୟୋଧନ କୁମାରଙ୍କ ସମେତ ଘନଶ୍ୟାମ ମାଝୀ, ଟଙ୍କଧର ମାଝୀ, ଦିପୁ ପାତ୍ର, ବିନୋଦ ବିହାରୀ ଭଞ୍ଜ, ଧରଣୀଧର ଧଙ୍ଗଡ଼ାମାଝୀ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri