ମଣ୍ଡିରୁ ଧାନ ନ ଉଠିଲେ ଆନ୍ଦୋଳନ

ବୋଲଗଡ଼,୧୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସଙ୍କ ଦେଖା ମିଳୁନାହିଁ। ଫଳରେ ଚାଷୀ ମଣ୍ଡିରେ ଧାନ ଦେଇ ନ ପାରି ଶୋଷଣର ଶିକାର ହେଉଛି। ଟୋକନ ଅବଧି ସରିଯିବାରୁ ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି। ଅନ୍ୟପଟେ ଅବଧି ସରିଥିବା ଟୋକନଗୁଡ଼ିକର ପୁନଃ କାର୍ଯ୍ୟକ୍ଷମ ଓ ଚାଷୀଙ୍କ ବଳକା ଧାନ ତୁରନ୍ତ ନ କିଣାଯାଏ ଆସନ୍ତା ୧୫ତାରିଖରେ ରାଜରାସ୍ତା କିମ୍ବା କୌଣସି ସରକାରୀ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରାଯିବ ବୋଲି ନବନିର୍ମାଣ କୃଷକ ସଙ୍ଗଠନ ଚେତାବନୀ ଦେଇଛି। ପ୍ରକାଶ ଯେ, ଶନିବାର ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗବଡ଼ିହପାଟଣା ଭାଗବତ ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦୈତାରି ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଶତାଧିକ ଚାଷୀ ଯୋଗଦେଇଥିଲେ। ନବନିର୍ମାଣ କୃଷକ ସଙ୍ଗଠନର ଖୋର୍ଦ୍ଧା ଜିଲା ସଭାପତି ସୁରେଶ ମାନସିଂହ, ବ୍ଲକ ସଂଯୋଜକ ଜୟନ୍ତ ତ୍ରିପାଠୀ, ଖଙ୍ଗୁରିଆ ପଞ୍ଚାୟତ ସଂଯୋଜକ ସୋମନାଥ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଉପରୋକ୍ତ ନିଷ୍ପତ୍ତି ନେଇଥିଲେ। ବ୍ଲକ ସଂଯୋଜକ ତ୍ରିପାଠୀ ଜିଲାପାଳଙ୍କୁ ଭେଟିବା ସହ ଚାଷୀଙ୍କ ବଳକା ଧାନ କିଣିବା ଲାଗି ଦାବି କରିବେ ବୋଲି କହିଥିଲେ। ଏହି ଅବସରରେ ନବନିର୍ମାଣ କୃଷକ ସଙ୍ଗଠନର ସଦସ୍ୟ ଥିବା ୫୦ଜଣ ଚାଷୀଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?