ଧାନ କିଣାବିକାରେ ଅବ୍ୟବସ୍ଥା: ଚାଷୀ ପ୍ରତିନିଧି ଅଟକ, ରାଜନେତାଙ୍କୁ ଘାରିଲାଣି ଭୟ

ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଅବ୍ୟବସ୍ଥା ଅଭିଯୋଗରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଚାଷୀମାନେ କେବଳ ରାଜରାସ୍ତାକୁ ଓହ୍ଲାଉଛନ୍ତି, ତାହା ନୁହେଁ। ଶାସକ ଦଳର ନେତା, ମନ୍ତ୍ରୀଙ୍କୁ ସେଥିପାଇଁ ଆକ୍ରୋଶର ସମ୍ମୁଖୀନ ହେବାକୁ ପଡୁଛି। ଶନିବାର ସୁବର୍ଣ୍ଣପୁରରେ ଚାଲିଥିବା ଏକ ମହୋତ୍ସବରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଯୋଗଦେଇ ଥିବାବେଳେ ଏକ ଚାଷୀ ସଂଗଠନର ପ୍ରତିନିଧିମାନେ ବିରୋଧ ପ୍ରଦର୍ଶନ କରିଥିଲେ। ସେହିପରି ବରଗଡ଼ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କନବାର ଅଞ୍ଚଳରେ ଚାଲିଥିବା ଏକ କାର୍ଯ୍ୟକ୍ରମକୁ ଯାଇଥିବା ଖବର ପାଇ ଅଞ୍ଚଳର ଚାଷୀମାନେ ସେଠାକୁ ପହଞ୍ଚି ତାଙ୍କୁ ଘେରି ଧାନ କିଣାବିକା ଅବ୍ୟବସ୍ଥାରେ ଜଣାଇଥିବା ବ୍ୟଥା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏପରିକି ଆଗକୁ ଆହୁରି ଅନେକ ଶାସକ ଦଳର ନେତା, ମନ୍ତ୍ରୀ ତଥା ଜନ ପ୍ରତିନିଧି ଚାଷୀଙ୍କ ଏଭଳି ଆକ୍ରୋଶର ସମ୍ମୁଖୀନ ହେବାର ଆଶଙ୍କା ଦେଖାଯିବା ସହିତ ଅପ୍ରୀତିକର ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଛି। ଏଥିପ୍ରତି ସତର୍କ ଦୃଷ୍ଟି ରଖି ପୋଲିସ ମଧ୍ୟ ଆଗୁଆ ପଦକ୍ଷେପ ନେବାକୁ ଆଗଭର ହୋଇଥିବା ପରିଲକ୍ଷିତ ହୋଇଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମରେ ଥିବାବେଳେ ରବିବାର ବରଗଡ଼ ପୋଲିସ ଚାଷୀ ସଂଗଠନ ଜୟ କିଷାନ ଆନ୍ଦୋଳନର ମୁଖ୍ୟ କାର୍ଯ୍ୟକର୍ତ୍ତାମାନଙ୍କୁ ବରଗଡ଼ ଗ୍ରାମାଞ୍ଚଳ ଥାନାରେ ଅଟକ ରଖିଥିବା ସୂଚନା ମିଳିଛି। ଉକ୍ତ ଚାଷୀ ସଂଗଠନର ଜିଲା ସଭାପତି ସୁଶୀଲ କୁମାର ସାହୁ, ସାଧାରଣ ସମ୍ପାଦକ ହର ବଣିଆଁ, ସଂଗଠନ ସମ୍ପାଦକ ଅରୁଣ ପ୍ରଧାନ, କାର୍ଯ୍ୟାଳୟ ସମ୍ପାଦକ କିଶୋର ସାହୁ, ଅତାବିରା ବ୍ଲକ ସମ୍ପାଦକ ଜିତୁ ବେହେରା ଏବଂ ଲଳିତ ପ୍ରଧାନଙ୍କୁ ଘରୁ ଉଠାଇ ଆଣି ବରଗ ଗ୍ରାମାଞ୍ଚଳ ଥାନାରେ ଅଟକ ରଖି ସନ୍ଧ୍ୟାରେ ଛାଡ଼ିଥିବା ସୂଚନା ମିଳିଛି। ଏହା ଏବେ ଚର୍ଚ୍ଚାର ବିଷୟ ହୋଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri