ଆବାସ ଯୋଜନାରେ ଅନିୟମିତତା: ବ୍ଲକ ଘେରାଉ

ଏରସମା/କୁଜଙ୍ଗ/ବିରିଡି/ବାଲିଆ/ରଘୁନାଥପୁର/ନାଉଗାଁ, ୪ା୨(ସ୍ବ.ପ୍ର./ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୟମିତତା ହୋଇଥିବା ଅଭିଯୋଗ କରି ଶବିବାର ଭାଜପା ପକ୍ଷରୁ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବ୍ଲକରେ ଘେରାଉ କରାଯାଇ ବିଡିଓଙ୍କୁ ଦାବି ପତ୍ର ଦିଆଯାଇଛି। ଏନେଇ ଏରସମାରେ ପ୍ରତିବାଦ ସଭା ଆୟୋଜନ କରାଯାଇଥିଲା। ଏଥିରେ ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ଉପସଭାପତି ନୃସିଂହ ସାହୁ, ଜଟାଧାରୀ ସ୍ବାଇଁ,ନୃସିଂହ ସେଠୀ,ଲକ୍ଷ୍ମୀଧର ଓଝା ପ୍ରମୁଖ ଉପସ୍ଥିତ ରହି ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ ଦେବା ଏବଂ ଯୋଗ୍ୟ ହିତାଧିକୀଙ୍କୁ ଗୃହ ଯୋଗାଇ ଦେବାକୁ ଦାବି କରାଯାଇଥିଲା। ଏଥିସହ ବିଡିଓ କୈଳାସ ଚନ୍ଦ୍ର ବେହେରାଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ା
କୁଜଙ୍ଗ ବ୍ଲକ ସମ୍ମୁଖରେ ଭାଜପା କର୍ମୀ ପ୍ରତିବାଦ କରିବା ସହ ଧାରଣା ଦେଇଥିଲେ ା ଦଳର ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ସମ୍ପଦ ସ୍ବାଇଁ ଏଥିରେ ଯୋଗଦେଇ ବ୍ଲକ ପ୍ରଶାସନକୁ ସମାଲୋଚନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ସମ୍ପାଦକ ତପନ ତ୍ରୀପାଠି, ଗୋପିଆକୁଦ ସରପଞ୍ଚ ଶ୍ରୀନିବାସ ସ୍ବାଇଁ, କୁଜଙ୍ଗ ମଣ୍ଡଳ ସଭାପତି ଚୈତନ୍ୟ ଖଟୁଆ ପ୍ରମୁଖ ଯୋଗଦେଇଥିଲେ। ବିରିଡି ବ୍ଲକରେ ପୁରଣ ମଣ୍ଡଳ ସଭାପତି ତରୁଣ କୁମାର ଦାସଙ୍କ ନେତୃତ୍ୱରେ ଭାଜପା କର୍ମୀମାନେ ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ ା ଏଥିରେ ବିଭୁ ପ୍ରସାଦ ଦାଶ, ରାମକୃଷ୍ଣ ପରିଜା, ସରପଞ୍ଚ ରମେଶ ଚନ୍ଦ୍ର ମହାନ୍ତି, ସୁନିଲ ପଶାୟତ, ଟୁଟୁ ମଲିକ ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଳୋଗାନ ଦେଇଥିଲେ। ଶେଷରେ ବିରିଡି ବିଡିଓଙ୍କ ଉଦ୍ଦେଶ୍ୟରେ ମୁଖ୍ୟ କିରାଣିଙ୍କୁ ଦାବି ପତ୍ର ଦିଆଯାଇଥିଲା। ରଘୁୁନାଥପୁରରେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ନେତା ରାଜକିଶୋର ବେହେରାଙ୍କ ନେତୃତ୍ୱରେ କର୍ମୀମାନେ ସ୍ଥାନୀୟ ମଦନମୋହନ ମଠରୁ ଏକ ରାଲିରେ ଆସି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଜିଲା କର୍ମକର୍ତ୍ତା ନିମଳ ମହାପାତ୍ରଙ୍କ ପୌରୋହିତ୍ୟରେ ଏକ ପ୍ରତିବାଦ ସଭା ଆୟୋଜନ କରାଯାଇଥିଲା। ଏଥିରେ ଜିଲା ଓବିସି ମୋର୍ଚ୍ଚା ସଭାପତି ସୁବୋଧ ବାରିକ ଜିଲା ସମ୍ପାଦକ ଗଗନ ଦାଶ, ସୁବାସ ଜେନା, ପୂର୍ବତନ ଜିଲାପରିଷଦ ସଭ୍ୟ ଅଶୋକ ମହାରଣା, ଶିବପ୍ରସାଦ ଦାସ, ସୋମାଂଶୁ ଜେନା ପ୍ରମୁଖ ସାମିଲ ହୋଇଥିଲେ। ନାଉଗଁାରେ ଭାଜପା ନେତା ଓ କର୍ମୀମାନେ କୋକିଢିଅସ୍ଥିତ ଇଚ୍ଛା’ମା ମଣ୍ଡପରୁ ଏକ ଶୋଭାଯାତ୍ରାରେ ବାହାରି ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ନାରା ଦେବାସହ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ ଘେରାଉ କରିଥିଲେ। ସେଠାରେ ନାଉଗଁା ମଣ୍ଡଳ ସଭାପତି ନିଲୁରାମ ଜେନାଙ୍କ ସଭାପତିତ୍ୱରେ ଆୟୋଜିତ ପ୍ରତିବାଦ ସଭାରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ କୁମାର ମିଶ୍ର, ଅଲଣା ମଣ୍ଡଳ ସଭାପତି ଦୁର୍ଗାପ୍ରସାଦ ଆଚାର୍ଯ୍ୟ, ଜାମୁଗଁା ପୂର୍ବତନ ସରପଞ୍ଚ ଲଲାଟେନ୍ଦୁ ପରିଡା ପ୍ରମୁଖ ଯୋଗ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri