ଆବାସ ଯୋଜନାରେ ଅନିୟମିତତା: ବ୍ଲକ ଘେରାଉ

ଏରସମା/କୁଜଙ୍ଗ/ବିରିଡି/ବାଲିଆ/ରଘୁନାଥପୁର/ନାଉଗାଁ, ୪ା୨(ସ୍ବ.ପ୍ର./ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୟମିତତା ହୋଇଥିବା ଅଭିଯୋଗ କରି ଶବିବାର ଭାଜପା ପକ୍ଷରୁ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବ୍ଲକରେ ଘେରାଉ କରାଯାଇ ବିଡିଓଙ୍କୁ ଦାବି ପତ୍ର ଦିଆଯାଇଛି। ଏନେଇ ଏରସମାରେ ପ୍ରତିବାଦ ସଭା ଆୟୋଜନ କରାଯାଇଥିଲା। ଏଥିରେ ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ଉପସଭାପତି ନୃସିଂହ ସାହୁ, ଜଟାଧାରୀ ସ୍ବାଇଁ,ନୃସିଂହ ସେଠୀ,ଲକ୍ଷ୍ମୀଧର ଓଝା ପ୍ରମୁଖ ଉପସ୍ଥିତ ରହି ଅଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ ଦେବା ଏବଂ ଯୋଗ୍ୟ ହିତାଧିକୀଙ୍କୁ ଗୃହ ଯୋଗାଇ ଦେବାକୁ ଦାବି କରାଯାଇଥିଲା। ଏଥିସହ ବିଡିଓ କୈଳାସ ଚନ୍ଦ୍ର ବେହେରାଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ା
କୁଜଙ୍ଗ ବ୍ଲକ ସମ୍ମୁଖରେ ଭାଜପା କର୍ମୀ ପ୍ରତିବାଦ କରିବା ସହ ଧାରଣା ଦେଇଥିଲେ ା ଦଳର ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ସମ୍ପଦ ସ୍ବାଇଁ ଏଥିରେ ଯୋଗଦେଇ ବ୍ଲକ ପ୍ରଶାସନକୁ ସମାଲୋଚନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ସମ୍ପାଦକ ତପନ ତ୍ରୀପାଠି, ଗୋପିଆକୁଦ ସରପଞ୍ଚ ଶ୍ରୀନିବାସ ସ୍ବାଇଁ, କୁଜଙ୍ଗ ମଣ୍ଡଳ ସଭାପତି ଚୈତନ୍ୟ ଖଟୁଆ ପ୍ରମୁଖ ଯୋଗଦେଇଥିଲେ। ବିରିଡି ବ୍ଲକରେ ପୁରଣ ମଣ୍ଡଳ ସଭାପତି ତରୁଣ କୁମାର ଦାସଙ୍କ ନେତୃତ୍ୱରେ ଭାଜପା କର୍ମୀମାନେ ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ ା ଏଥିରେ ବିଭୁ ପ୍ରସାଦ ଦାଶ, ରାମକୃଷ୍ଣ ପରିଜା, ସରପଞ୍ଚ ରମେଶ ଚନ୍ଦ୍ର ମହାନ୍ତି, ସୁନିଲ ପଶାୟତ, ଟୁଟୁ ମଲିକ ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଳୋଗାନ ଦେଇଥିଲେ। ଶେଷରେ ବିରିଡି ବିଡିଓଙ୍କ ଉଦ୍ଦେଶ୍ୟରେ ମୁଖ୍ୟ କିରାଣିଙ୍କୁ ଦାବି ପତ୍ର ଦିଆଯାଇଥିଲା। ରଘୁୁନାଥପୁରରେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ନେତା ରାଜକିଶୋର ବେହେରାଙ୍କ ନେତୃତ୍ୱରେ କର୍ମୀମାନେ ସ୍ଥାନୀୟ ମଦନମୋହନ ମଠରୁ ଏକ ରାଲିରେ ଆସି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଜିଲା କର୍ମକର୍ତ୍ତା ନିମଳ ମହାପାତ୍ରଙ୍କ ପୌରୋହିତ୍ୟରେ ଏକ ପ୍ରତିବାଦ ସଭା ଆୟୋଜନ କରାଯାଇଥିଲା। ଏଥିରେ ଜିଲା ଓବିସି ମୋର୍ଚ୍ଚା ସଭାପତି ସୁବୋଧ ବାରିକ ଜିଲା ସମ୍ପାଦକ ଗଗନ ଦାଶ, ସୁବାସ ଜେନା, ପୂର୍ବତନ ଜିଲାପରିଷଦ ସଭ୍ୟ ଅଶୋକ ମହାରଣା, ଶିବପ୍ରସାଦ ଦାସ, ସୋମାଂଶୁ ଜେନା ପ୍ରମୁଖ ସାମିଲ ହୋଇଥିଲେ। ନାଉଗଁାରେ ଭାଜପା ନେତା ଓ କର୍ମୀମାନେ କୋକିଢିଅସ୍ଥିତ ଇଚ୍ଛା’ମା ମଣ୍ଡପରୁ ଏକ ଶୋଭାଯାତ୍ରାରେ ବାହାରି ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ନାରା ଦେବାସହ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ ଘେରାଉ କରିଥିଲେ। ସେଠାରେ ନାଉଗଁା ମଣ୍ଡଳ ସଭାପତି ନିଲୁରାମ ଜେନାଙ୍କ ସଭାପତିତ୍ୱରେ ଆୟୋଜିତ ପ୍ରତିବାଦ ସଭାରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ କୁମାର ମିଶ୍ର, ଅଲଣା ମଣ୍ଡଳ ସଭାପତି ଦୁର୍ଗାପ୍ରସାଦ ଆଚାର୍ଯ୍ୟ, ଜାମୁଗଁା ପୂର୍ବତନ ସରପଞ୍ଚ ଲଲାଟେନ୍ଦୁ ପରିଡା ପ୍ରମୁଖ ଯୋଗ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri