ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା ରାସ୍ତାରେ ଗ୍ରାମବାସୀ ଯିବା ଆସିବା କରୁଥିଲେ । ଚାରି ଚକିଆ ଯାନ ତଥା କାର ବସ୍ ବିପଦ ସଂକୁଳ ଭାବେ ଯାତାୟାତ କରୁଥିବା ବେଳେ ବର୍ଷା ଦିନ ହେଲେ ସମସ୍ୟା ଦ୍ଵିଗୁଣିତ ହୋଇ ପଡୁଥିଲା ।  ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ପରେ ଗାଁ ରାସ୍ତା ନିମନ୍ତେ ଏନଏସି ପ୍ରଶାସନ ପକ୍ଷରୁ ରାସ୍ତା ନିର୍ମାଣ ପାଇଁ ୧୧ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟ ବରାଦ ପରେ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା ।

ବର୍ତ୍ତମାନ ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ଆଣିଛନ୍ତି ଗ୍ରାମବାସୀ । ରାସ୍ତା ଖୋଳା ନଯାଇ ରାସ୍ତା ଉପରେ ମେଟାଲିକ କରୁଥିବା ନେଇ ଶନିବାର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି ଗ୍ରାମର ଯୁବ ଗୋଷ୍ଠୀ । ଏହା ଦ୍ୱାରା ରାସ୍ତା କମ ଦିନରେ ଖରାପ ହୋଇଯିବ ବୋଲି ଯୁବ ଗୋଷ୍ଠୀ ଇଓ ଡାଙ୍ଗୁଆଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଠିକା ନେଇଥିବା ଠିକାଦାରଙ୍କୁ ଏଭଳି ନ କରିବାକୁ ବାରଣ କଲେ ସୁଦ୍ଧା କୌଣସି ସୁଫଳ ମିଲୁ ନଥିବା ଦାବିପତ୍ରରେ ଉଲେଖ ରହିଛି । ରାସ୍ତାରେ ପୁନଶ୍ଚ ମେଟାଲିକ କରାଯାଉ, ନିରୀକ୍ଷଣ ଯନ୍ତ୍ରୀଙ୍କ ଗୋଚରରେ ସମସ୍ତ କାର୍ଯ୍ୟ ହେବା, ରାସ୍ତା ନିର୍ମାଣ କାର୍ଯ୍ୟର ଇସ୍ଟିମେଟ କପି ପ୍ରଦାନ କରିବାକୁ ଯୁବ ଗୋଷ୍ଠୀ ଦାବୀ କରିଛନ୍ତି । ଦାବିପତ୍ର ଦେବା ବେଳେ ନଳିନୀ କାନ୍ତ ଦାସ, ଶିବାନନ୍ଦ ପଲାଇ, ବିଘ୍ନରାଜ ଦାସ, ସଂଗ୍ରାମ ପଲାଇ, ସୁବ୍ରତ ପଲାଇ, ତାପସ ପରିଡା, ରାହୁଲ ତରାଇ, ପପୁ ସାହୁ, ଡମ୍ବୁରୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏସମ୍ପର୍କରେ ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ପଚାରିବାରୁ ଅଭିଯୋଗ ହୋଇଛି ତଦନ୍ତ ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ନିର୍ବାହୀ ଅଧିକାରୀ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?