ରାସ୍ତା ନିର୍ମାଣରେ ଅନିୟମିିତତା

ନିଶ୍ଚିନ୍ତକୋଇଲି,୩୦।୪(ସ୍ବ.ପ୍ର.) ଗମନାଗମନର ସୁବିଧା ପାଇଁ ସରକାର ରାସ୍ତାଗୁଡିକୁ ପ୍ରଶସ୍ତୀକରଣ ଓ ଦୋହରାକରଣ କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଛି। ଏ ନେଇ ପଞ୍ଚାୟତର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। କଟକ ଜିଲା ନିଶ୍ଚିନ୍ତକୋଇଲି ଗ୍ରାମ ଉନ୍ନୟନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅଧୀନରେ ଥିବା କଟରପଡା-କୁଳବଡକ୍ଷୀର ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ଓ ଚଞ୍ଚକତା କରାଯାଇଥିବା ନେଇ ସ୍ଥାନୀୟ ଲୋକପ୍ରତିନିଧିମାନେ ଲିଖିତ ଅଭିଯୋଗ କରି ଏହାର ତଦନ୍ତ ଦାବି କରିଛନ୍ତି।
ସେମାନଙ୍କ ଅଭିଯୋଗ ଅନୁଯାୟୀ, ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଳୋ ପଞ୍ଚାୟତ ପଟ୍ଟନାୟକ ରାସ୍ତାଠାରୁ କଟରପଡା ଭାୟା କୁଳବଡ଼କ୍ଷୀର ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତୀକରଣ ଓ ଦୋହରାକରଣ ନିମନ୍ତେ ୫ କୋଟି ୬୦ ଲକ୍ଷ ଟଙ୍କାର ବ୍ୟୟ ବରାଦ କରାଯାଇଛି। ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରାଯାଇଛି। ମାତ୍ର ସମ୍ପୃକ୍ତ ଠିକାଦାର ବ୍ୟୟ ଅଟକଳ ଅନୁଯାୟୀ ରାସ୍ତା ନିର୍ମାଣ କରୁନାହାନ୍ତି। ନିର୍ମାଣ କାର୍ଯ୍ୟରେ ଅତି ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଉଛି। ଫଳରେ ରାସ୍ତାର ସ୍ଥାୟିତ୍ୱ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସମ୍ପୃକ୍ତ ଠିକାଦାର ମନମୁଖିଭାବେ ଏହି କାର୍ଯ୍ୟ କରୁଥିଲାବେଳେ କୌଣସି ବିଭାଗୀୟ ଅଧିକାରୀ କାର୍ଯ୍ୟର ତଦାରଖ କରୁ ନ ଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଠିକାଦାର ରାସ୍ତା ମଝିରେ ନିର୍ମାଣ ସାମଗ୍ରୀ ବିକ୍ଷିପ୍ତଭାବେ ପକାଇଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକେ ଗମନାଗମନରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ ଏହି ରାସ୍ତା ନିର୍ମାଣବେଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କୌଣସି ସୂଚନା ଫଳକ ଲଗାଯାଇ ନ ଥିବା ବେଳେ ଜମିଅଧିଗ୍ରହଣ ମଧ୍ୟ କରାଯାଇନାହିଁ। ରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକ ମଧ୍ୟ ଅନ୍ୟତ୍ର ସ୍ଥାନାନ୍ତର କରାଯାଇନାହିଁ। ଏହାଛଡ଼ା ରାସ୍ତା ପାର୍ଶ୍ୱରେ ପୋଲ ଓ ଗାର୍ଡୱାଲ ନିର୍ମାଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏହି ରାସ୍ତାରେ ଉପରେ ସ୍ଥାନୀୟ କଟରପଡା, ସୁକରପଡା, କେଣ୍ଟାଳୋ, କଟିକଟା, ଅସୁରେଶ୍ୱର, ବାଲିଆପଦା ଆଦି ଗ୍ରାମର ଲୋକେ ନିର୍ଭର କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ରାସ୍ତା ନିର୍ମାଣରେ ଗୁଣବତ୍ତା କିପରି ଠିକ୍‌ ରହିବ,ତାହାକୁ ନିରୀକ୍ଷଣ କରିବା ପାଇଁ ସରପଞ୍ଚ ତୃପ୍ତିମୟୀ ନାୟକ, କଟରପଡା ପଞ୍ଚାୟତର ରାକେଶ କୁମାର ସାମଲଙ୍କ ସମେତ ବହୁ ଗ୍ରାମବାସୀ ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ ଅଞ୍ଚଳବାସୀ ବାଧ୍ୟ ହୋଇ ରାଜରାସ୍ତା ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳର ନିର୍ବାଚିତ ଲୋକପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ରାଜ୍ୟ ମାନନିର୍ଦ୍ଧାରଣ ଅଧିକାରୀ, ୫-ଟି ସଚିବ, କଟକ ଜିଲାପାଳ, ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ନିକଟରେ ଲିଖିତ ଅଭିଯୋଗ କରିବା ସହ ଏହାର ତଦନ୍ତ ଦାବି କରିଛନ୍ତି। ଏସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ଗାହାଣଙ୍କୁ ପଚାରିବାରୁ ଅଭିଯୋଗ ପରେ କାର୍ଯ୍ୟ ବନ୍ଦ ରହିଛି। ଏ ସମ୍ପର୍କରେ ଠିକାଦାର ନିଶ୍ଚିନ୍ତକୋଇଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସମସ୍ୟା ସମାଧାନ ହେବା ପରେ କାର୍ଯ୍ୟ ଆରମ୍ଭ ହେବ ବୋଲି ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri