ସାର, କୀଟନାଶକ ବିକ୍ରିରେ ଅନିୟମିତତା: ୮ ରିଟେଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାର, କୀଟନାଶକ ବିକ୍ରିରେ ଅନିୟମିତତା ନେଇ ଜିଲା କୃଷି ବିଭାଗ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଏହି କ୍ରମରେ କୃଷି ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇ ବିଭିନ୍ନ ସାର, କୀଟନାଶକ ବିକ୍ରିରେ ଅନିୟମିତତା ଧରାପଡ଼ିବା ପରେ ୮ ଲାଇସେନ୍ସପ୍ରାପ୍ତ ସାର ଏବଂ କୀଟନାଶକ ରିଟେଲର(ଦୋକାନୀ)ଙ୍କ ଲାଇସେନ୍ସ ରଦ୍ଦ କରାଯାଇଛି। ସେଥିମଧ୍ୟରେ ୭ ଲାଇସେନ୍ସପ୍ରାପ୍ତ ସାର ବିକ୍ରେତା ରିଟେଲର ଏବଂ ଜଣେ କୀଟନାଶକ ବିକ୍ରେତା ରିଟେଲର ଅନ୍ତର୍ଭୁକ୍ତ। ସମ୍ପୃକ୍ତ ସାର ବିକ୍ରେତା ରିଟେଲରମାନେ ହେଲେ ଅଡ଼ଗାଁର ସାହୁ ପେଷ୍ଟିସାଇଡସ୍‌, ଚକରକେନ୍ଦର ଏସ୍‌.ଏସ୍‌ ଟ୍ରେଡର୍ସ, ନୁନିଆଁ ଜାମପାଲିର ଗୋଦାବର୍ତ୍ତୀ ଶ୍ରୀନିବାସ ରାଓ ଫର୍ଟିଲାଇଜର୍ସ, ଜମୁର୍ଡ଼ାର ସୌରଭ ଟ୍ରେଡର୍ସ, ପାଇକମାଳ ବ୍ଲକର ମିଠାପାଲିସ୍ଥିତ କୃଷକ ସେବାକେନ୍ଦ୍ର, ମାଣ୍ଡୋସିଲର ପ୍ରଧାନ ଏଗ୍ରୋ ସର୍ଭିସ ଏବଂ ଗାଇସିଲେଟ ବ୍ଲକର ଗାଇସିଲେଟସ୍ଥିତ ପ୍ରଧାନ ଫର୍ଟିଲାଇଜର। ସେହିପରି ବରଗଡ଼ସ୍ଥିତ କୀଟନାଶକ ବିକ୍ରେତା ପାରସ୍‌ ଟ୍ରେଡର୍ସର ଲାଇସେନ୍ସକୁ ମଧ୍ୟ ରଦ୍ଦ କରି ଦିଆଯାଇଛି। ସାର, କୀଟନାଶକ ବିକ୍ରି ପାଇଁ ରହିଥିବା ସରକାରୀ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରୁଥିବା ଜଣାପଡ଼ିବା ପରେ ସମ୍ପୃକ୍ତ ରିଟେଲରମାନଙ୍କ ବିରୋଧରେ ସେଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜିଲା କୃଷି ବିଭାଗ ତରଫରୁ ସୂଚନା ମିଳିଛି।
ଏଠାରେ ଉଲ୍ଲେଖଯୋଗ୍ୟ, ସରକାରୀ ଧାର୍ଯ୍ୟଦରରେ ସାର ବିକ୍ରି ପାଇଁ ଜିଲାରେ ଲାଇସେନ୍ସପ୍ରାପ୍ତ ରିଟେଲର୍‌, ହୋଲସେଲର ଏବଂ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକୁ ଦାୟିତ୍ୱ ଦିଆଯାଇଛି। ତେବେ କେତେକ ରିଟେଲର ସରକାରୀ ଧାର୍ଯ୍ୟ ଦରଠାରୁ ଅଧିକ ଦରରେ ସାର ଏବଂ କୀଟନାଶକ ବିକ୍ରି କରୁଥିବା ଅଭିଯୋଗ ହୋଇ ଆସୁଛି। ୟୁରିଆ ସାର ପ୍ୟାକେଟ୍‌(୪୫କି.ଗ୍ରା) ପ୍ରତି ୨୬୬ଟଙ୍କା ୫୦ପଇସା ରହିଛି। ମାତ୍ର ଏହାକୁ ୩୫୦ ଟଙ୍କାରେ ବିକ୍ରି କରାଯାଉଥିବା ଅଭିଯୋଗ ହୋଇଛି। ସେହିପରି ଡିଏପି ସାରକୁ ମଧ୍ୟ ଅନୁରୂପଭାବେ ଚଢ଼ାଦରରେ ବିକ୍ରି କରାଯାଉଥିବା ଅଭିଯୋଗ ହୋଇଛି। ସରକାରୀ ଧାର୍ଯ୍ୟଦର ମୁତାବକ ଡିଏପି ସାର ପ୍ୟାକେଟ୍‌(୫୦କି.ଗ୍ରା) ପ୍ରତି ୧୩୫୦ଟଙ୍କା ଅଟେ। କିନ୍ତୁ ଏହି ସାରକୁ ମଧ୍ୟ ଲାଇସେନ୍ସପ୍ରାପ୍ତ ରିଟେଲର, ହୋଲସେଲରମାନେ ୧୫୫୦ଟଙ୍କାରୁ ୧୬୦୦ଟଙ୍କାରେ ବିକ୍ରି କରୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଜିଲାରେ କୀଟନାଶକ ବିକ୍ରି କ୍ଷେତ୍ରରେ ମଧ୍ୟ କେତେକ ରିଟେଲର ଏଭଳି ଅନିୟମିତତା କରୁଥିବା ଅଭିଯୋଗ ହୋଇ ଆସୁଛି। ଏଭଳି ଅଭିଯୋଗ ପାଇବା ପରେ ଜିଲା କୃଷି ବିଭାଗ ପକ୍ଷରୁ ବିଭିନ୍ନ ସାର, କୀଟନାଶକ ଦୋକାନରେ ଧରପଗଡ଼ ଚାଲିଛି। ପ୍ରକାଶଥାଉ କି,ବରଗଡ଼ ଜିଲାରେ ସାର କଳାବଜାର ନେଇ ଗତ ଜୁଲାଇ ମାସ ୧୧ ତାରିଖ ଧରିତ୍ରୀରେ ପ୍ରଥମେ ଏକ ବିସ୍ତୃତ ରିପୋର୍ଟ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?