ବିଦ୍ୟାଳୟ ରୂପାନ୍ତରଣରେ ଅନିୟମିତତା

ଚଣ୍ଡିଖୋଲ,୨୪ା୬ (ଡିଏନଏ): ବଡଚଣା ବ୍ଲକରେ ୫-ଟି ଯୋଜନାରେ ହୋଇଥିବା ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଯୁବ କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଏ ନେଇ ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ସୁଦୀପ ସାମଲ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଦର୍ଶାଇଛନ୍ତି ଯେ, ଅଦ୍ୟାବଧି ବ୍ଲକର ୨୬ ଉଚ୍ଚ ବିଦ୍ୟାଳୟ ୫-ଟି ଯୋଜାନରେ ରୂପାନ୍ତରିତ କାର୍ଯ୍ୟ କରାଯାଇଛି। ଯାହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି। ତେବେ ଉଦ୍‌ଘାଟିତ ହୋଇଥିବା ବିଦ୍ୟାଳୟଗୁଡିକର କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର କରାଯାଇଥିବା ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ସାମଲ ଅଭିଯୋଗରେ ଦର୍ଶାଇଛନ୍ତ। ଏହି ଯୋଜନାରେ ନିର୍ମାଣ କରାଯାଇଥିବା ଚାରିନଙ୍ଗଳ, ଭରତପୁର, ପତରାଜପୁର, ବାଲିଚନ୍ଦ୍ରପୁର, ମଲିହାଶୁଣି ଉଚ୍ଚ ବିଦ୍ୟାଳୟରେ ଅଦ୍ୟାବଧି ପାଇଖାନାଟିଏ ନାହିଁ। ସରକାରଙ୍କ ଏହି ଯୋଜନାରେ ବିଜ୍ଞାନ ପରୀକ୍ଷାଗାର, ପାଠାଗାର, ବିଦ୍ୟାଳୟ ଗୃହ, ସ୍ବଚ୍ଛ ପାନୀୟ ଜଳ, ଖେଳପଡିଆ ଆଦି ନିର୍ମାଣ କରାଯିବା ନିୟମ ରହିଛି। ହେଲେ ଠିକା ସଂସ୍ଥାକୁ ଅନୁକମ୍ପାକୁ ଦେଖାଇବାକୁ ଯାଇ ବିଦ୍ୟାଳୟ ଗୃହଗୁଡିକୁ ରଙ୍ଗ କରାଯିବା ସହ ଟାଇଲ ବିଛାଇ ଅର୍ଥ ହରିଲୁଟ କରାଯାଇଛି। ଅର୍ଥ ହରିଲୁଟରେ ଠିକାଦାରଙ୍କ ସହ ବଡଚଣା ବିଡିଓ, ଯନ୍ତ୍ରୀମାନେ ସାମିଲ ଥିବା ସାମଲ ଅଭିଯୋଗ କରିଛନ୍ତି। ଅନେକ ବିଦ୍ୟାଳୟ ଆଦୌ ନିର୍ମାଣ କାର୍ଯ୍ୟ ସରି ନ ଥିବା ବେଳେ ଓ କେତେଗୋଟି ବିଦ୍ୟାଳୟରେ ପୁରଣା ଜିନିଷକୁ ରଙ୍ଗମାରି ନୂଆ ଦର୍ଶାଯାଇଥିବା ସେ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଯଦି ଏ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ନ ଯାଏ ତାହା ହେଲେ ସେ ୫-ଟି ସଚିବ ଜିଲାପାଳଙ୍କ ଦ୍ୱାରସ୍ଥ ହେବା ସହ ଯୁବ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ତେବେ ଏ ନେଇ ବଡଚଣା ବିଡିଓ ଅଜିତ ନାରାୟଣ ଗିରିଙ୍କୁ ପଚାରିବାରୁ କେତେଗୋଟି ବିଦ୍ୟାଳୟ କାମ ଶେଷ ହୋଇଯାଇଛି। ଆଉ କେତେଜଣ ବିଦ୍ୟାଳୟର ଯଦିଓ କିଛି ବାକି ରହିଛି ତାହା ଖୁବ୍‌ ଶୀଘ୍ର ଶେଷ କରାଯିବ। ଏଥିରେ କୌଣସି ଅନିୟମିତତା ହୋଇନାହଁି ବୋଲି ବିଡିଓ ଗିରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri