ବ୍ୟାସସରୋବର ସୌନ୍ଦର୍ଯ୍ୟକରଣରେ ଅନିୟମିତତା

ଯାଜପୁର ଅଫିସ,୧୫ା: ମହାଭାରତର କିମ୍ବଦନ୍ତୀ ବହନ କରୁଥିବା ବ୍ୟାସ ସରୋବରର ସୌନ୍ଦର୍ଯ୍ୟକରଣ କାମରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟରେ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ କିମ୍ବା ପୂର୍ତ୍ତ ବିଭାଗର କର୍ତ୍ତୃତ୍ୱ ନାହିଁ । ଯେଉଁ ସରକାରୀ ଅଧିକାରୀଙ୍କୁ ପଚାରିଲେ କେହି କିଛି ଜାଣି ନାହାନ୍ତି ବୋଲି ଉତ୍ତର ମିଳୁଛି। ଏଭଳି ସ୍ଥିତିରେ ଠିକାସଂସ୍ଥାର ମନମାନି ଯୋଗୁ ମଞ୍ଜୁର ହୋଇଥିବା ୬୪ କୋଟି ଟଙ୍କା ପାଣିରେ ପଡିବ ବୋଲି ମତପ୍ରକାଶ ପାଇଛି। ଏହି ପ୍ରକଳ୍ପ ପାଇଁ ପୂର୍ବରୁ ପ୍ରସ୍ତୁତ ହୋଇଥିବା ବ୍ଲୁ ପ୍ରିଣ୍ଟରେ ବ୍ୟାସସରୋବର ପାର୍କ ଅଞ୍ଚଳକୁ ପ୍ରବେଶ ପଥ ୪ଲେନ୍‌ ହେବ ବୋଲି ଦର୍ଶାଇଥିବାବେଳେ ଏବେ ୧ ଲେନ୍‌ ବିଶିଷ୍ଟ ରାସ୍ତା ନିର୍ମାଣ କରାଯାଉଛି। ଏହାସହ ପୋଖରୀର ଆୟତନ ଓ ଗଭୀର, ପାଚେରୀ ନିର୍ମାଣରେ ବ୍ୟତିକ୍ରମ କରାଯାଇ ଆବଣ୍ଟିତ ଅର୍ଥରୁ ସିଂହଭାଗ ଅର୍ଥ ବାଟମାରଣା କରାଯାଉଥିବା ଅଭିଯୋଗ ହେଉଛି।
ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅନ୍ତର୍ଗତ ସହରୀ ଜଙ୍ଗଲ ସୃଷ୍ଟି କରି ପ୍ରଦୂଷଣ ନିୟନ୍ତ୍ରଣ ଏବଂ ନିଯୁକ୍ତି ସୃଷ୍ଟି କରିବା ଉଦ୍ଦେଶ୍ୟରେ ବ୍ୟାସସରୋବର ପୀଠର ସୌନ୍ଦର୍ଯ୍ୟକରଣ କରାଯାଉଛି। ଏଥିପାଇଁ ଏନ୍‌ବିସିସି (ନ୍ୟାଶନାଲ ବିଲ୍ଡିଂ କନଷ୍ଟ୍ରକ୍ସନ କାର୍ପୋରେଶନ) ଜରିଆରେ ଦିଲ୍ଲୀର କ୍ରିଷ୍ଣା ବିଲ୍‌ଡର ଠିକାସଂସ୍ଥା ନିୟୋଜିତ ହୋଇଛି। ତେବେ ଏହି କାର୍ଯ୍ୟରେ ପ୍ରଥମ ପର୍ଯ୍ୟାୟରୁ ହିଁ ଅନେକ ଅନିୟମିତା ହେଉଥିବା ଦେଖିବାକୁ ମିଳିଛି। ଉକ୍ତ ପାଚେରୀ ପାଇଁ ପ୍ରାୟ ୬ ଫୁଟ ଗାତ ଖୋଲା ଯାଇ ପିଲର ସହ ତଳ ଅଂଶରେ କଂକ୍ରିଟ କରାଯାଉଥିବାବେଳେ ମଝି ପ୍ରାୟ ୩ ଫୁଟ ଇଟା ଯୋଡା ଯାଇଛି। ସେଠାରୁ ମାଟି ଉପରସ୍ତର ପର୍ଯ୍ୟନ୍ତ ପୁଣି କଂକ୍ରିଟ ହୋଇଛି। ଖୋଲା ଗାତରେ ବାଲି ସ୍ଥାନରେ ମାଟି ଓ ମୋରମ ପୋତା ଯାଉଛି। ଏଭଳି ପାଚେରୀ ନିର୍ମାଣ ପ୍ରାୟ ୫୦ ଏକର ପରିମିତ ଅଞ୍ଚଳରେ ହୋଇଛି। ବନ୍ୟା ସମୟରେ ଗଣ୍ଡାନାଳ ପାଣି ଏଠାରେ ସମୁଦ୍ର ଭଳି ଭ୍ରମ ସୃଷ୍ଟି କରିଥାଏ। ତେଣୁ ବନ୍ୟା ପାଣିକୁ ଏଭଳି ଦୁର୍ବଳ କାମ ସମ୍ଭାଳି ପାରିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ଯଦି ଲଗାତାର ପ୍ରବଳ ବର୍ଷା ହୁଏ ଗଣ୍ଡାନାଳା ପାଣି ପାଚେରୀ ସହ ପୋଖରୀ କାମକୁ ଧୋଇ ନେଇପାରେ ବୋଲି ସାଧାରଣରେ ଆଶଙ୍କା ପ୍ରକାଶ ପାଇଛି। ଏହାପରେ ଏନ୍‌ବିସିସି ଏତିକିରେ କାମ ସରିଲା ବୋଲି କହି ଫେରାର ମାରିପାରେ ବୋଲି ମଧ୍ୟ କେତେଜଣ ମତ ଦେଇଛନ୍ତି ା ଆବଶ୍ୟକ ନିର୍ମାଣ ସାମଗ୍ରୀ ବ୍ୟବହାର ହେଉ ନ ଥିବାରୁ ରାସ୍ତାର ଦୀର୍ଘ ସ୍ଥାୟିତ୍ୱ ନେଇ ସଂଶୟ ପ୍ରକାଶ ପାଇଛି। ଏହି ସୌନ୍ଦର୍ଯ୍ୟକରଣ କାମରେ ପୋଖରୀ, ଘାଟ, ବୋଟିଂ ସୁବିଧା, ହସ୍ତିନାପୁର, ଭଗବାନ କୃଷ୍ଣ, ବ୍ୟାସଦେବ ମୂର୍ତ୍ତି, ପାଣ୍ଡବ ଓ କୌରବ, ଦୌପଦୀ, ଚକ୍ରବ୍ୟୁହ, ମାଛଆଖି, ଭୀଷ୍ମଙ୍କ ଶରଶଯ୍ୟା, ବିଶ୍ୱରୂପ ଭଳି ଦୃଶ୍ୟ ନିର୍ମାଣ କରିବାକୁ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri