କେନାଲ କଂକ୍ରିଟ ନିର୍ମାଣରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଗ୍ରାମବାସୀ

ଖଇରା, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରକୋଣା ନିକଟରେ ଆମ୍ବହତା କେନାଲ କଂକ୍ରିଟ କାର୍ଯ୍ୟ ଚାଲିଥିବା ବେଳେ ଏଥିରେ ବ୍ୟାପକ ଅନିୟମିତତା ହେଉଥିବା କେନାଲ ସଂଲଗ୍ନ ମୁକ୍ତାବେଗୁନିଆ, ବିଦ୍ୟାଧରପୁର ଶାସନ, ସାରକୋଣା, କଡମିଆଁ, ଗଡ, କଅଁଳଖୁଣ୍ଟା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ବେଆଇନ କାର୍ଯ୍ୟର ଭିଜିଲାନ୍ସ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି।
କେନାଲର ଭିତର କଂକ୍ରିଟ, ସଂଲଗ୍ନ ରାସ୍ତା ଓ ଏକ ପୋଲ ନିର୍ମାଣ ପାଇଁ ଆନୁମାନିକ ୮ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଭିତର କଂକ୍ରିଟର ଓସାର ୨୨ମିଟର, ଗୋଟିଏ ପାର୍ଶ୍ୱ ରାସ୍ତାର ଓସାର ୮ ମିଟର ଓ ଅନ୍ୟପାର୍ଶ୍ୱ ରାସ୍ତାର ଓସାର ୫ମିଟର ରଖାଯିବା କଥା ା ସେହିଭଳି ଢଳେଇ ଉଚ୍ଚତା ୪ ଇଞ୍ଚ ରଖାଯିବା କଥା। ହେଲେ ଠିକାଦାର ଏହାକୁ ଉଲ୍ଲଂଘନ କରୁଥିବା ନେଇ ଅଭିଯୋଗ କରାଯାଇଛି। ନିକଟରେ ସାରକୋଣା ପଞ୍ଚାୟତର ଯୁବନେତା ପ୍ରଦୀପ କୁମାର ସାହୁ ଏହି ବେଆଇନ କାର୍ଯ୍ୟକୁ ବନ୍ଦ ରଖିଥିଲେ। ହେଲେ କିଛି ଦିନ ବନ୍ଦ ରହିବା ପରେ ନିକଟରେ କାର୍ଯ୍ୟ ପୁଣି ଥରେ ଚାଲୁ ରହିଛି। ମଝିରେ ମଝିରେ ଗ୍ରାମବାସୀ ଏହି କାର୍ଯ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଅଧିକାରୀଙ୍କୁ ଜଣାଇ ଆସୁଛନ୍ତି। ହେଲେ ଠିକାଦାର ସେମାନଙ୍କ କଥାକୁ ଭ୍ରୁକ୍ଷେପ କରୁ ନ ଥିବା ଗ୍ରାମବାସୀ କହିଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ଏହିକି ଯେ କାର୍ଯ୍ୟ ସରିବାର ନିର୍ଦ୍ଧାରିତ ସମୟ ୨୦୨୦ରୁ ଶେଷ ହୋଇ ଯାଇଥିବା ବେଳେ ଏବେ କିଛି ଦିନ ତଳେ କାର୍ଯ୍ୟ ଆରମ୍ଭ ଜଳସେଚନ ବିଭାଗ ବିଦ୍ୟାଧରପୁର ଡିଭିଜନର ଅଧିକାରୀଙ୍କ ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏଭଳି ନିମ୍ନମାନର କାର୍ଯ୍ୟ ପରେ ରାସ୍ତାର ସ୍ଥାୟିତ୍ୱକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। ଏ ସମ୍ପର୍କରେ କନିଷ୍ଠଯନ୍ତ୍ରୀ ରଙ୍କନିଧି ବେହେରାଙ୍କୁ ଯୋଗାଯୋଗ କରିବାରେ ଗ୍ରାମବାସୀଙ୍କ ସବୁ ଦାବିକୁ ବିଚାରକୁ ନିଆଯାଇ କେନାଲ କାର୍ଯ୍ୟ କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri