ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୧୧।୬(ଡି.ଏନ୍‌.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ ବର୍ଷରେ ଏହି ସବ୍‌ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଳସୀ ପାତ୍ରଙ୍କୁ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ୪ ଥର କାରଣଦର୍ଶାଅ ନୋଟିସ ଜାରି କରିଛନ୍ତି। ଏପରିକି ଦୁଇଥର ତାଙ୍କ ବିରୋଧରେ ଡ୍ରାଫ୍ଟ ଚାର୍ଜ ବା ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ୧୮ା୩ା୨୦୨୦ ଚିଠିସଂଖ୍ୟା ୫୨୭ରେ ଜାତୀୟ ରାଜପଥଠାରୁ ଭରତପୁର ଯାଏ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମିତ ରାସ୍ତାକୁ ତଦନ୍ତ କରି ଜାରକା ନିର୍ବାହୀ ଯନ୍ତ୍ରୀଙ୍କୁ ଏହି ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଦର୍ଶାଇବା ସହ ଚଣ୍ଡିଖୋଲ ସବ୍‌ଡିଭିଜନର ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଓ ଡ୍ରାଫ୍ଟ ଚାର୍ଜ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଉଦୟଗିରିଠାରୁ ମଝିପଡ଼ା ଭାୟା ତଳଚଣ୍ଡିଆ ରାସ୍ତା ନିର୍ମାଣରେ ଅନିୟମିତତା ନେଇ ସ୍ଥାନୀୟ ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଏନେଇ ବିଭାଗ ନିକଟରେ ଅଭିଯୋଗ ପରେ ଅତିରିକ୍ତ ସଚିବଙ୍କ ନିର୍ଦ୍ଦେଶ କ୍ରମେ ଅଧୀକ୍ଷଣ ଯନ୍ତ୍ରୀ ୦୭ା୦୭ା୨୦ରେ ଘଟଣା ସ୍ଥଳ ପରିଦର୍ଶନ କରିଥିଲେ। ସେ ରାସ୍ତା ନିର୍ମାଣ ଅନିୟମିତତାକୁ ଦର୍ଶାଇଥିଲେ। ହେଲେ ସହକାରୀ ଯନ୍ତ୍ରୀ ତଦନ୍ତ ସମୟରେ ଉପସ୍ଥିତ ନ ଥିଲେ। ଏନେଇ ଅଧୀକ୍ଷଣ ଯନ୍ତ୍ରୀ ଚିଠି ସଂଖ୍ୟା ୯୫୩ରେ ସହକାରୀ ଯନ୍ତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ସେହିପରି ସଞ୍ଜୟ ନଗରଠାରୁ ଶାସନ ପୁରୁଷୋତ୍ତମପୁର ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମିତ ରାସ୍ତା ଅନିୟମିତତା ନେଇ ୧୭ା୧୧ା୨୦ରେ ଅଧୀକ୍ଷଣ ଯନ୍ତ୍ରୀ ତଦନ୍ତ କରି ସହକାରୀ ଯନ୍ତ୍ରୀଙ୍କୁ ଦାୟୀ କରିବା ସହିତ ତାଙ୍କ ବିରୋଧରେ ଡ୍ରାଫ୍ଟ ଚାର୍ଜ ପାଇଁ ଚିଠି ସଂଖ୍ୟା ୧୭୩୧, ୧୯ା୧୧ା୨୦୨୦ରେ ନିର୍ଦ୍ଦେଶ ଦେଇଥିଲେ। ଏହି ଘଟଣାରେ ନିର୍ବାହୀ ଯନ୍ତ୍ରୀଙ୍କ ବିରୋଧରେ କାହଁିକି କାର୍ଯ୍ୟାନୁଷ୍ଠାନ ନିଆ ନ ଯିବ, ସେ ସମ୍ପର୍କରେ ସେ ସମୟର ନିର୍ବାହୀ ଯନ୍ତ୍ରୀଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ସେହିପରି ବାଲିଚନ୍ଦ୍ରପୁରଠାରୁ ଦେକୁରୀ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ କରାଯାଇଥିବା ରାସ୍ତାଟି ମାତ୍ର ୩ ମାସରେ ଶୋଚନୀୟ ହୋଇପଡିଥିଲା। ରାସ୍ତା ନିର୍ମାଣ ସମୟରେ ୨୦୦ ମିଟର ଗାଡଓ୍ବାଲ ଭୁଶୁଡ଼ି ପଡ଼ିଥିବା ବେଳେ ତାକୁ ମାଟି ଘୋଡ଼ାଇ ଦିଆଯାଇଥିଲା। ଭୁଲୁକାସ୍ଥିତ ପଦ୍ମାଳୟା ଉଚ୍ଚ ବିଦ୍ୟାଳୟଠାରୁ କୃଷ୍ଣପୁର ଶାସନ ଉଚ୍ଚ ବିଦ୍ୟାଳୟ ଛକ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମିତ ରାସ୍ତାର ଅନିୟମିତତା ସମ୍ପର୍କରେ ଗ୍ରାମବାସୀଙ୍କ ବହୁବାର ଅଭିଯୋଗ ପରେ ମଧ୍ୟ ଡିଭିଜନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ନିକଟରେ ଅଭିଯୋଗ ପରେ ବିଭାଗୀୟ ଅତିରିକ୍ତ ସଚିବଙ୍କ ନିର୍ଦ୍ଦେଶକ୍ରମେ ଅଧୀକ୍ଷଣ ଯନ୍ତ୍ରୀ ରାସ୍ତାର ତଦନ୍ତ କରି ୨୦୦ ମିଟର ନିର୍ମାଣ ହୋଇଥିବା ରାସ୍ତାକୁ ଭାଙ୍ଗି ପୁନର୍ବାର ନିର୍ମାଣ ପାଇଁ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ଅଧୀକ୍ଷଣ ଯନ୍ତ୍ରୀଙ୍କ ପତ୍ର ସଂଖ୍ୟା ୯୮୪, ତା.୧୩ା୪ା୨୧ରେ ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଠିକା ସଂସ୍ଥାକୁ ତାଗିଦା କରାଯାଇଛି ା
ସୂଚନାଯୋଗ୍ୟ, ଚଣ୍ଡିଖୋଲର ସହକାରୀ ଯନ୍ତ୍ରୀ ଏହି ସବ୍‌ଡିଭିଜନରେ କନିଷ୍ଠ ଯନ୍ତ୍ରୀ ଭାବେ କାମ କରୁଥିଲେ ା ଗତ ୩ ବର୍ଷ ହେବ ପଦୋନ୍ନତି ପାଇ ସେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ କାମ କରୁଛନ୍ତି ା ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ପାତ୍ରଙ୍କୁ ପଚାରିବାରେ ସେ ୪ ଥର କାରଣ ଦର୍ଶାଅ ନୋଟିସ ପାଇଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri