ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟରେ ଅନିୟମିତତା

ବାରିପଦା,୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଳକ ଚାଞ୍ଛିପଦା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର ନାଏବ ସରପଞ୍ଚ ଜନନୀ ମଣି ମହାନ୍ତଙ୍କ ନେତୃତ୍ୱରେ ଶ୍ରମିକମାନେ ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି। ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏହାର ନକଲ ଜିଲା ପରିଷଦ ଉନ୍ନୟନ ଅଧିକାରୀ ଓ ବିଡିଓଙ୍କୁ ପ୍ରଦାନ କରିଛନ୍ତି। ଏ ନେଇ ଜିଲାପାଳ ବିନୀତ ଭରଦ୍ୱାଜ କାର୍ଯ୍ୟର ତରାରଖ କରିବା ପାଇଁ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା
ମୁଗୁସୁରିଆ ଓ ଚାଞ୍ଛିପଦା ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟ ଚାଲୁ ରହିଛି। କାର୍ଯ୍ୟସ୍ଥଳୀକୁ କୌଣସି ଅଧିକାରୀ ଆସୁ ନ ଥିବା ବେଳେ ଶ୍ରମିକମାନଙ୍କ ଜବକାର୍ଡ ଜରିଆରେ ଉଦ୍ଦିଷ୍ଟ ଟଙ୍କା ଆମତ୍ସାତ କରାଯାଉଛି ବୋଲି ଅଭିଯୋଗରେ ଦର୍ଶାଯାଇଛି। ଫଳରେ ଏହି ଯୋଜନାର ସୁଫଳ ମିଳୁପାରୁନାହିଁ ବୋଲିି ଶ୍ରମିକ ମାନି ମାରାଣ୍ଡି ଓ ତପନ ମହାନ୍ତ ପ୍ରକାଶ କରିଛନ୍ତି। ଶ୍ରମିକମାନଙ୍କ ପ୍ରାପ୍ୟକୁ ଆମତ୍ସାତ କରାଯାଉଥିବା ବେଳେ କାର୍ଯ୍ୟ ଶେଷ ନ କରି ସମ୍ପୂର୍ଣ୍ଣ ବିଲ ଉଠାଯାଇଛି। ଯନ୍ତ୍ରୀମାନେ କାର୍ଯ୍ୟସ୍ଥଳୀକୁ ଆସୁ ନ ଥିବାରୁ ମନମୁଖି କାର୍ଯ୍ୟ କରି ସରକାରୀ ଅର୍ଥ ହରିଲୁଟ କରାଯାଉଛି। ଏହାର ବିଧିବଦ୍ଧ ତଦନ୍ତ କରାଯାଇ କାର୍ଯ୍ୟର ମାନ ଯାଞ୍ଚ କରିବା ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri