ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟରେ ଅନିୟମିତତା

ବାରିପଦା,୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଳକ ଚାଞ୍ଛିପଦା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର ନାଏବ ସରପଞ୍ଚ ଜନନୀ ମଣି ମହାନ୍ତଙ୍କ ନେତୃତ୍ୱରେ ଶ୍ରମିକମାନେ ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି। ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏହାର ନକଲ ଜିଲା ପରିଷଦ ଉନ୍ନୟନ ଅଧିକାରୀ ଓ ବିଡିଓଙ୍କୁ ପ୍ରଦାନ କରିଛନ୍ତି। ଏ ନେଇ ଜିଲାପାଳ ବିନୀତ ଭରଦ୍ୱାଜ କାର୍ଯ୍ୟର ତରାରଖ କରିବା ପାଇଁ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା
ମୁଗୁସୁରିଆ ଓ ଚାଞ୍ଛିପଦା ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏ କାର୍ଯ୍ୟ ଚାଲୁ ରହିଛି। କାର୍ଯ୍ୟସ୍ଥଳୀକୁ କୌଣସି ଅଧିକାରୀ ଆସୁ ନ ଥିବା ବେଳେ ଶ୍ରମିକମାନଙ୍କ ଜବକାର୍ଡ ଜରିଆରେ ଉଦ୍ଦିଷ୍ଟ ଟଙ୍କା ଆମତ୍ସାତ କରାଯାଉଛି ବୋଲି ଅଭିଯୋଗରେ ଦର୍ଶାଯାଇଛି। ଫଳରେ ଏହି ଯୋଜନାର ସୁଫଳ ମିଳୁପାରୁନାହିଁ ବୋଲିି ଶ୍ରମିକ ମାନି ମାରାଣ୍ଡି ଓ ତପନ ମହାନ୍ତ ପ୍ରକାଶ କରିଛନ୍ତି। ଶ୍ରମିକମାନଙ୍କ ପ୍ରାପ୍ୟକୁ ଆମତ୍ସାତ କରାଯାଉଥିବା ବେଳେ କାର୍ଯ୍ୟ ଶେଷ ନ କରି ସମ୍ପୂର୍ଣ୍ଣ ବିଲ ଉଠାଯାଇଛି। ଯନ୍ତ୍ରୀମାନେ କାର୍ଯ୍ୟସ୍ଥଳୀକୁ ଆସୁ ନ ଥିବାରୁ ମନମୁଖି କାର୍ଯ୍ୟ କରି ସରକାରୀ ଅର୍ଥ ହରିଲୁଟ କରାଯାଉଛି। ଏହାର ବିଧିବଦ୍ଧ ତଦନ୍ତ କରାଯାଇ କାର୍ଯ୍ୟର ମାନ ଯାଞ୍ଚ କରିବା ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri