ପାଇଖାନା ନିର୍ମାଣରେ ଅନିୟମିତତା

ଖଣ୍ଡପଡ଼ା,୨୨ା୩(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ୨୨ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଯୋଜନାରେ ୨୨ ହଜାର ପାଇଖାନା ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ୨୬କୋଟି ୪୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଥିଲା। ଖଣ୍ଡପଡ଼ା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ତତ୍କାଳୀନ କନିଷ୍ଠ ଯନ୍ତ୍ରୀ ସୁବ୍ରତ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ସମସ୍ତ ପଞ୍ଚାୟତରେ ୮ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ପଞ୍ଚାୟତ ଲୋକପ୍ରତିନିଧିଙ୍କ ସମେତ ବିଭିନ୍ନ ଏଜେନ୍ସି ଜରିଆରେ ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ହିତାଧିକାରୀଙ୍କ ଘରେ ପାଇଖାନା ନିର୍ମାଣ କାର୍ଯ୍ୟ ସହ ଏ ବାବଦରେ ବ୍ଲକ୍‌ ପ୍ରଶାସନ ପକ୍ଷରୁ ବିଲ୍‌ ପୈଠ କରାଯାଇଥିଲା। ଅଧିକାଂଶ ସ୍ଥାନରେ ନିମ୍ନମାନର କାର୍ଯ୍ୟଯୋଗୁ ପାଇଖାନା ଜନସାଧାରଣଙ୍କ କାର୍ଯ୍ୟରେ ନ ଲାଗି ଅବ୍ୟବହୃତ ଅବସ୍ଥାରେ ପଡ଼ିରହିବାରୁ ସାଧାରଣରେ ପ୍ରତିକ୍ରୀୟା ପ୍ରକାଶ ପାଇଥିଲା। ପରେ ପାଇଖାନା ନିର୍ମାଣରେ ହୋଇଥିବା ଦୁର୍ନୀତି ଓ ଅନିୟମିତତାର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସେହି ସମୟରେ ଖଣ୍ଡପଡ଼ା ବିଡ଼ିଓ ଓ ଜିଲ୍ଲା ପ୍ରଶାସନ ନିକଟରେ ହିତାଧିକାରୀମାନେ ଅଭିଯୋଗପତ୍ର ଦାଖଲ କରିଥିଲେ। ମାତ୍ର ପ୍ରଶାସନ ଏ ଦିଗରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ତଦନ୍ତରେ ଶିଥିଳତା ଯୋଗୁ ପରେ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଲୋକାୟୁକ୍ତଙ୍କ ନିକଟରେ ଏ ସମ୍ପର୍କୀତ ଅଭିଯୋଗପତ୍ର ଦାଖଲ କରିଥିଲେ। ଲୋକାୟୁକ୍ତଙ୍କ ନିର୍ଦ୍ଦେଶ କ୍ରମେ ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ସିଂଘାପଡ଼ା, ଗଡ଼ିଆସାହି, କିଆଝର, ମର୍ଦ୍ଦରାଜପୁର, କୋସ୍‌କା, କଣ୍ଟିଲୋ ଆଦି ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରେ ପାଇଖାନା ନିର୍ମାଣରେ ହୋଇଥିବା ଦୁର୍ନୀତି ଓ ଅନିୟମିତତାର ତଦନ୍ତ କରାଯାଇଥିଲା। ତଦନ୍ତ ରିପୋର୍ଟ ଅନୁଯାୟୀ ଅଭିଯୋଗର ସତ୍ୟତା ଥିବା ଜଣାପଡ଼ିବା ସହ ସରକାରଙ୍କ ପକ୍ଷରୁ ପାଇଖାନା ନିର୍ମାଣ ବାବଦରେ ମଞ୍ଜୁର ହୋଇଥିବା ଅନୁଦାନ ଅର୍ଥରୁ ୭୪ ପ୍ରତିଶତ ଅର୍ଥ ବାଟମାରଣା ହୋଇଥିବା ଜଣାପଡ଼ିଥିଲା। ତଦନ୍ତ ରିପୋର୍ଟକୁ ଆଧାର କରି ପାଇଖାନା ନିର୍ମାଣ କରିଥିବା ୮ଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ କଳା ତାଲିକା ଭୁକ୍ତ କରିବା ପାଇଁ ଲୋକାୟୁକ୍ତ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଖଣ୍ଡପଡ଼ା ବ୍ଲକ୍‌ର ତତ୍କାଳୀନ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ କନିଷ୍ଠଯନ୍ତ୍ରୀ ସୁବ୍ରତ କୁମାର ସାହୁଙ୍କ ସମେତ ତତ୍କାଳୀନ ବିଡ଼ିଓ ପ୍ରମୋଦ କୁମାର ନାଏକ, ଶିବାନନ୍ଦ ସ୍ବାଇଁ, ଗୌରବମୟ ପ୍ରଧାନଙ୍କ ସମେତ ତତ୍କାଳୀନ ବିଭାଗୀୟ ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଥିବା ଏ ସମ୍ପର୍କୀତ ନିର୍ଦ୍ଦେଶନାମା ପତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?