ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ବଣ୍ଟନରେ ଅନିୟମିତତା

କେନ୍ଦୁଝର,୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ) : ସଦର ବ୍ଲକ ଅନ୍ତର୍ଗତ ଡୁମୁରିଆ ଗ୍ରାମ ୱାର୍ଡ ନମ୍ବର ୩ ଓ ୪ର ଅଧିବାସୀମାନେ ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗପତ୍ର ଦେଇଛନ୍ତି। ୨୦୨୩-୨୪ ବର୍ଷର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମରେ ପଲ୍ଲୀସଭା ନ କରି ୨୦୨୧-୨୨ବର୍ଷର ତାଲିକାକୁ ଦର୍ଶାଯାଇ ୩୭ଜଣଙ୍କୁ ଗୃହ ଆବଣ୍ଟନ କରାଯାଇଥିବାରୁ ବହୁ ଯୋଗ୍ୟ ହିତାଧିକାରୀ ବାସଗୃହ ପାଇବାରୁ ବଞ୍ଚିତ ହୋଇଛନ୍ତି। ସରକାରୀ ପେନସନ ପାଉଥିବା ପରିବାର, ୪ଚକିଆ ଯାନ ଥିବା ପରିବାର, ଛାତ ଘର ତଥା ସରକାରୀ ଚାକିରୀ କରିଥିବା ପରିବାର, ମାସିକ ଆୟ ୧୦ହଜାର ଟଙ୍କାରୁ ଅଧିକ ଥିବା ପରିବାର, ବିଜୁ ପକ୍କା ଘର ଥିବା ପରିବାର,ବାସଗୃହ ଉତ୍ତମ ଥିବା ପରିବାର ଆଦି ଧନିକ ପରିବାରକୁ ଘର ଆବଣ୍ଟନ କରି କାର୍ଯ୍ୟାଦେଶ ପତ୍ର ଓ ଅଗ୍ରିମ କିସ୍ତି ଟଙ୍କା ତାଙ୍କ ଜମା ଖତାକୁ ଦିଆଯାଇଥିବା ଅଭିଯୋଗ କରିଛନ୍ତି। ଓଡିଶା ସରକାରଙ୍କ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗର ନିୟମକୁ ହେୟଜ୍ଞାନ କରି ଧନୀ ଲୋକଙ୍କୁ ଘର ଦିଆଯାଇଥିବା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଡୁମୁରିଆ ଗ୍ରାମ ବ୍ୟତିତ ଅନ୍ୟ ଗ୍ରାମରେ ମଧ୍ୟ ଏଭଳି ଗୃହ ବଣ୍ଟନ କରାଯାଇଥିବା ଏବଂ ପଲ୍ଲୀସଭାକୁ ଡକାଯାଉ ନ ଥିବା ଗଙ୍ଗାଧାର ମହାନ୍ତ, କୃଷ୍ଣଚନ୍ଦ୍ର ମହାନ୍ତ, ଚର୍ତୃଭୂଜ ମହାନ୍ତି ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri