ଅସରାଏ ବର୍ଷାରେ ପଦାରେ ପଡ଼ିଲା ଅନିୟମିତତା

କାମାକ୍ଷାନଗର,୨୬।୬(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଆସୁଛି। ବିଭାଗୀୟ ଅଧିକାରୀମାନେ ବିଭିନ୍ନ କାଇଦା କରି ଠିକାଦାରଙ୍କୁ ଘଣ୍ଟ ଘୋଡ଼ାଇ ଦେଉଥିବା ନଜିର ରହିଛି। ତେବେ ରବିବାର ହୋଇଥିବା ମୌସୁମୀ ବର୍ଷାରେ ପଦାରେ ପଡ଼ିଛି ଅନିୟମିତତା। ବ୍ଲକର ତୁମୁସିଙ୍ଗା ପଞ୍ଚାୟତରେ ନିର୍ମିତ ଆଦର୍ଶ ପୋଖରୀ ସୁରକ୍ଷା ପାଚେରି ଭୁଶୁଡ଼ି ପଡ଼ିଛି। ସେହିପରି ୫-ଟି ଅଧୀନ ରୂପାନ୍ତରିତ ପଞ୍ଚସଖା ବିଦ୍ୟାଳୟ ଫାଟକ, ଶ୍ରେଣୀଗୃହ ନିକଟରେ ଆଣ୍ଠୁଏ ଉଚ୍ଚତାର ପାଣି ଜମିଛି। ଉଭୟ କାର୍ଯ୍ୟରେ ଲକ୍ଷାଧିକ ଟଙ୍କା ବାଟମାରଣା ହୋଇଥିବା ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ କହିଛନ୍ତି।
ତୁମୁସିଙ୍ଗା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ପ୍ରାୟ ୨୭ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଆଦର୍ଶ ପୋଖରୀ ଖୋଳଯାଉଛି। ତେବେ ରବିବାର ହୋଇଥିବା ବର୍ଷାରେ ଏହାର ସୁରକ୍ଷା ପାଚେରି ଭାଙ୍ଗିଯାଇଛି। ପୋଖରୀ ଖନନ ସମୟରେ ଶ୍ରମିକ ବଦଳରେ ମେଶିନ ବ୍ୟବହାର ହୋଇଥିବା ଅଭିଯୋଗ ଉଠିଥିଲା। ହେଲେ ଏହାର ତଦନ୍ତ ସେତେବେଳେ ହୋଇ ନ ଥିଲା। ତେଣୁ ଏଭଳି ଘଟଣା ଘଟିଥିବା ଗ୍ରାମବାସୀ କହିଛନ୍ତି। ଅନୁରୂପ ଭାବେ ପଞ୍ଚାୟତର ପଞ୍ଚସଖା ହାଇସ୍କୁଲକୁ ୫-ଟି ଅଧୀନରେ ରୂପାନ୍ତରଣ କରାଯାଇଥିଲା। ଏଥିରେ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା। ହେଲେ ବର୍ଷାରେ ବିଦ୍ୟାଳୟ ଫାଟକ, ଶ୍ରେଣୀଗୃହ ସମ୍ମୁଖରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଥିଲା। ସ୍କୁଲ ଭିତ୍ତିଭୂମି ବିକାଶରେ ଦୂରଦୃଷ୍ଟି ଅଭାବ ରହିଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ଲଗାଣବର୍ଷା ହେଲେ ସ୍ଥିତି ଆହୁରି ସଙ୍ଗିନ ହୋଇଯିବ ବୋଲି ଅଭିଭାବକ ଏବଂ ଛାତ୍ରୀଛାତ୍ର କହିଛନ୍ତି।
ଏ ସମ୍ପର୍କରେ କାମାକ୍ଷାନଗର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜିତ କୁମାର ବେହେରାଙ୍କ ପ୍ରତିକ୍ରିୟା ଲୋଡ଼ିବାରେ ସେ ଅଭିଯୋଗକୁ ହାଲୁକା ଭାବେ ନେଇଥିଲେ। ଏଥିସହ ସହକାରୀ ଯନ୍ତ୍ରୀଙ୍କୁ ଘଟଣାର ତଦନ୍ତ ପାଇଁ କହିବେ ବୋଲି କହି ପ୍ରସଙ୍ଗ ଏଡ଼ାଇ ଯାଇଥିଲେ।

ଆଧୁନିକୀକରଣ ହେବା ଜରୁରୀ
ବଇଣ୍ଡା ରେଳ ଷ୍ଟେଶନରୁ ଭଲ ରାଜସ୍ବ ଆଦାୟ ହେଉଛି। ହେଲେ ଯାତ୍ରୀଙ୍କୁ ସୁବିଧା ମିଳୁନାହିଁ। ଏହାର ଆଧୁନିକୀକରଣ ଲାଗି ବିଭାଗ ପଦକ୍ଷେପ ନେବା ଜରୁରୀ।
ଅର୍ଜୁନ ସାହୁ, ସାମାଜିକ କର୍ମୀ, ବଇଣ୍ଡା
ଅଭିଯୋଗ ସତ୍ତ୍ୱେ ସୁଫଳ ମିଳୁନାହିଁ
ଅଞ୍ଚଳବାସୀ ବଇଣ୍ଡା ରେଳଷ୍ଟେଶନର ବିକାଶ ଲାଗି ବିଭିନ୍ନ ସମୟରେ ଦାବି କରି ଆସୁଛନ୍ତି। ହେଲେ କୌଣସି ସୁଫଳ ମିଳୁନାହିଁ, ଯାହା ପରିତାପର ବିଷୟ।
-ଗିରିଶ ଚନ୍ଦ୍ର ବେହେରା, ଗ୍ରାମବାସୀ, ବଇଣ୍ଡା
ଯାତ୍ରୀ ସମସ୍ୟା ଭୋଗୁଛନ୍ତି
ବଇଣ୍ଡା ଷ୍ଟେଶନରେ ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍‌ ଟ୍ରେନ୍‌ଗୁଡ଼ିକ ଅଟକୁନାହିଁ। ଫଳରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସମସ୍ୟା ସମାଧାନ ଲାଗି ପଦକ୍ଷେପ ନିଆଯାଉ।
ରମେଶ ଚନ୍ଦ୍ର ଟିବ୍ରୁୱାଲା, ଗ୍ରାମବାସୀ, ବଇଣ୍ଡା
କେନ୍ଦ୍ର ସରକାର ପଦକ୍ଷେପ ନିଅନ୍ତୁ
ଅନେକ ଦୂରଗାମୀ ଏକ୍ସପ୍ରେସ୍‌ ଟ୍ରେନ୍‌ ବଇଣ୍ଡାରେ ଅଟକୁନାହିଁ। ଉପଖଣ୍ଡ ଅଞ୍ଚଳରୁ ରାଜ୍ୟ ବାହାରକୁ କାମ କରିବାକୁ ଯାଉଥିବା ଶ୍ରମିକମାନେ ସମସ୍ୟା ଭୋଗୁଛନ୍ତି। ଏ ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନିଅନ୍ତୁ।
ସୁନୀଲ କୁମାର ସାହୁ, ଗ୍ରାମବାସୀ, ଠାକୁରଗଡ଼


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri