ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର

ବାଲେଶ୍ୱର ଅଫିସ,୧୪।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା ପାଇଁ ସେ ୫ହଜାର ଟଙ୍କା ଲାଞ୍ଚ ନେଉଥିଲେ।
୧୨ଟି ବ୍ଲକରେ ଜଳସେଚନ ବିଭାଗର ଅନେକ କାମ ହାତକୁ ନିଆଯାଇଛି। ଏସବୁ କାର୍ଯ୍ୟ ପାଇଁ ଠିକାଦାରମାନେ ମୁଖ୍ୟତଃ ବାଲେଶ୍ୱର ଜଳସେଚନ ବିଭାଗ ଉପରେ ନିର୍ଭର କରିଥାନ୍ତି। ଠିକାଦାରମାନେ ଟେଣ୍ଡର ପକାଇବାଠାରୁ କାର୍ଯ୍ୟ ଶେଷ କରିବା ପର୍ଯ୍ୟନ୍ତ କନିଷ୍ଠଯନ୍ତ୍ରୀଙ୍କଠାରୁ ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପରେ ନିର୍ଭର କରନ୍ତି। ଟେଣ୍ଡର ପକାଇ ମନୋନୀତ ହେବା ପରେ କାର୍ଯ୍ୟ ପାଇଁ ଡିପୋଜିଟ୍‌ ହେଉଥିବା ଟଙ୍କା କାର୍ଯ୍ୟ ଶେଷ ହେବା ପରେ ଫେରାଇ ଦେବା ପାଇଁ ଅଧିକ ଟଙ୍କା ଲାଞ୍ଚ ମାଗିବାରୁ ଠିକାଦାର ଜେନା ଭିଜିଲାନ୍ସର ସହାୟତା ନେଇଥିଲେ। ଭିଜିଲାନ୍ସ ଯୋଜନା ଅନୁସାରେ ଜେନା କ୍ୟାଶିୟର ରାଉତଙ୍କୁ ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ଚଢ଼ାଉ କରି ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri