ନାଳ ଖୋଳି ୩ ଶହ ଏକର ଜମିକୁ ଜଳସେଚନ

କୋକସରା,୧୦।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ ପଞ୍ଚାୟତରେ ଅନାବୃଷ୍ଟି ଯୋଗୁ ଚଳିତ ବର୍ଷ ସମ୍ଭାବ୍ୟ ମରୁଡି ପରିସ୍ଥିତି ଉପୁଜିଥିବାରୁ ଚାଷୀମାନେ ଚିନ୍ତାରେ ପଡିଛନ୍ତି।

ବ୍ଲକକୁ ମରୁଡ଼ି ଘୋଷଣା ସହ ଚାଷ କ୍ଷୟକ୍ଷତି ଆକଳନ କରି ଇନ୍‌ପୁଟ ସବସିଡ଼ି, କୃଷି ଋଣ ଛାଡ଼ ଓ ଶସ୍ୟ ବୀମା ପ୍ରଦାନ ପାଇଁ ସଚେତନ କୃଷକ ମଞ୍ଚ ପକ୍ଷରୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। କିଛି ପଞ୍ଚାୟତରେ ଚାଷୀ ବୁଣା, ରୁଆ ଧାନରେ ଗୋରୁ ଛାଡି ସାରିଲେଣି। ଏଭଳି ସ୍ଥିତିରେ ଚାଷୀମାନେ ଯେଉଁଠି ଜଳଉତ୍ସ ଅଛି ସେଠୁ ପମ୍ପରେ ପାଣି ଉଠାଇ ଚାଷ ଜମିକୁ ଜଳସେଚିତ କରିବାକୁ ଅହରହ ଚେଷ୍ଟା ଜାରି ରଖିଛନ୍ତି। କିଛି ଗ୍ରାମରେ ବର୍ଷା ପାଇଁ ଇନ୍ଦ୍ର ଦେବତା ଓ ଗ୍ରାମ ଦେବଦେବୀଙ୍କ ନିକଟରେ ପୂଜାର୍ଚ୍ଚନା ମଧ୍ୟ ହେଉଥିବା ଦେଖିବାକୁ ମିଳିଛି।

ବ୍ଲକର ମହିମା ଓ ଟେମରା ପଞ୍ଚାୟତର ମହିମା, ନୂଆପଡା ଖୁର୍ସେଲଗୁଡା ଗ୍ରାମର ଚାଷୀଙ୍କ ପ୍ରାୟ ୩ଶହ ଏକର ଚାଷଜମି ଜଳସେଚନ ହୋଇପାରୁ ନ ଥିଲା। ଅଞ୍ଚଳର ଚାଷୀମାନେ ସ୍ଥାନୀୟ ମହିମା ସମିତି ସଭ୍ୟ ଘନଶ୍ୟାମ ନାଏକଙ୍କ ଜରିଆରେ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲଙ୍କୁ ବେହେରା ନଦୀରୁ ନାଳ ଖୋଳାଇ ପାଇପ୍‌ ଯୋଗେ ଜଳସେଚନ କରିବାକୁ ଅନୁରୋଧ କରିଥିଲେ। ମରୁଡି ସ୍ଥିତିରେ ବ୍ଲକ ଉପାଧ୍ୟକ୍ଷ ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଜେସିବି ମେଶିନ ଲଗାଇ ବେହେରା ନଦୀରୁ ପ୍ରାୟ ୪୦୦ ମିଟର ପର୍ଯ୍ୟନ୍ତ ନାଳ ଖୋଳି ପାଇପ୍‌ ଲାଇନ ଯୋଗେ ପ୍ରାୟ ୩୦୦ ଏକର ଚାଷଜମିକୁ ଜଳସେଚନ ପାଇଁ ବ୍ୟବସ୍ଥା କରିଛନ୍ତି। ଫଳରେ ଏହି ୩ ଶହ ଏକର ଜମିରେ ଧାନ ଅମଳ ହେବା ଆଶା ଦେଖାଦେଇଛି। ବ୍ଲକ ଉପାଧ୍ୟକ୍ଷଙ୍କ ଏହି ମହାନତାକୁ ଅଞ୍ଚଳର ଚାଷୀ ସୁଧୀର ସାହୁ, ହିମାଂଶୁ ନାଏକ, ଭୁବନେଶ୍ୱର ନାଏକ, ଜଗ କୋଲଥିଆ, ସଦାନନ୍ଦ ପାତ୍ର, ହିରାଧାର ପାତ୍ର, ତପନ ପାତ୍ର, ପବିତ୍ର ନାଏକ, ନିଳାମ୍ବର ନାଏକ, ଭଗବାନ ଧ. ମାଝି ଓ ଅନ୍ୟ ପ୍ରମୁଖ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?