୭୦ ହଜାର ହେକ୍ଟର ଜମିକୁ ଜଳସେଚନ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଚାଷ ଜମିକୁ ଜଳସେଚନ ଯୋଗାଇ ଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ଜଳାଶୟରୁ ୪୦ଟି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପ ଜରିଆରେ ୧୧ ଜିଲାର ପ୍ରାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚନ କରାଯିବ। ଏଥିପାଇଁ ପ୍ରାୟ ୨୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏ ସଂକ୍ରାନ୍ତରେ ଜଳସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ୬ଟି ଜଳସେଚନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବୈଠକ ଶେଷରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୋଟ ୩୩ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଢିପ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପାର୍ବତୀଗିରି ମେଗା ଉଠା ଜଳସେଚନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ନଦୀ, ଜଳଭଣ୍ଡାର ଏବଂ କେନାଲରୁ ଜଳ ଉତ୍ତୋଳନ କରାଯାଇ ୧୦,୭୫୯ କୋଟି ୨୦ ଲକ୍ଷ ଟଙ୍କା ବ୍ୟୟରେ ୨ ଲକ୍ଷ ୬୩ ହଜାର ୮୦୧ ହେକ୍ଟର ଢିପ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ। ଏହି ଯୋଜନା ଅନ୍ତର୍ଗତ ପ୍ରକଳ୍ପ ଜରିଆରେ କଳାହାଣ୍ଡି, ବରଗଡ଼, ବଲାଙ୍ଗୀର ଏବଂ ଗଜପତି ଜିଲାରେ ମହାନଦୀ, ତେଲ, ଇନ୍ଦ୍ରାବତୀ, ଅଙ୍ଗ, ସୁକତେଲ ନଦୀ ଏବଂ ଇନ୍ଦ୍ରାବତୀ ଜଳଭଣ୍ଡାରରୁ ଜଳ ଉତ୍ତୋଳନ କରି ୧୩,୫୪୭ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ। ସେହିପରି ଧର୍ମଦଣ୍ଡିନାଳ ଓ ଗୁରଣ୍ଡି ନାଳଠାରେ ଉଠା ଜଳସେଚନ ଦ୍ୱାରା ବରଗଡ଼ କେନାଲ ସିଷ୍ଟମର ପୁନଃ ସଂଗ୍ରହ ଜଳକୁ ବ୍ୟବହାର କରି ସୋନପୁର ଜିଲାର ୧୮୧୨ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ। ୧୫ ବର୍ଷ ପର୍ଯ୍ୟନ୍ତ ଏହାର ରକ୍ଷଣାବେକ୍ଷଣ ବ୍ୟବସ୍ଥା ରହିଛି। ଏହି ପ୍ରକଳ୍ପ ନିର୍ମାଣ ପାଇଁ ୪୩୦ କୋଟି ଏବଂ ୧୫ ବର୍ଷ ରକ୍ଷଣାବେକ୍ଷଣ ପାଇଁ ୩୪ କୋଟି ୪୦ ଲକ୍ଷ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମୋହର ମାରିଛି। ଆସନ୍ତା ୩ ବର୍ଷ ମଧ୍ୟରେ ଏହି ପ୍ରକଳ୍ପକୁ ଶେଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ଦ୍ୱାରା କଳାହାଣ୍ଡି, ବରଗଡ଼, ବଲାଙ୍ଗୀର, ଗଜପତି ଏବଂ ସୋନପୁର ଜିଲାର କୃଷକମାନେ ଉପକୃତ ହେବା ସହ ଅର୍ଥକରୀ ଫସଲ ଉତ୍ପାଦନ କରିବାରେ ସକ୍ଷମ ହୋଇପାରିବେ। ଏହି ପ୍ରକଳ୍ପ ସ୍ଥାନୀୟ ଅଞ୍ଚଳର କୃଷକମାନଙ୍କର ସାମାଜିକ ଓ ଆର୍ଥିକ ଉନ୍ନତିରେ ସହାୟକ ହେବ।

ଉକ୍ତ ଯୋଜନାରେ ଯାଜପୁର ଓ କେନ୍ଦ୍ରାପଡ଼ା ଜିଲାର ଖରସୁଆଁ, କାଣୀ ଓ ବୈତରଣୀ ନଦୀରୁ ଜଳ ଉତ୍ତୋଳନ କରାଯାଇ ୧୨, ୯୧୪ ହେକ୍ଟର ଚାଷ ଜମିକୁ ଜଳସେଚନ ଯୋଗାଇ ଦିଆଯିବ। ଜଳସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସକାଶେ ୩୬୬ କୋଟି ୬୭ ଲକ୍ଷ ଟଙ୍କା ଏବଂ ୧୫ ବର୍ଷ ରକ୍ଷଣାବେକ୍ଷଣ ପାଇଁ ୨୯ କୋଟି ୫୦ ଲକ୍ଷ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମଞ୍ଜୁର କରିଛି। ପ୍ରକଳ୍ପ କାର୍ଯ୍ୟ ଆସନ୍ତା ୩ ବର୍ଷ ମଧ୍ୟରେ ଶେଷ କରାଯିବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଯାଜପୁର ଓ କେନ୍ଦ୍ରାପଡା ଜିଲାର କୃଷକମାନେ ଉପକୃତ ହେବା ସହ ପାରମ୍ପରିକ ଧାନ ଫସଲ ବଦଳରେ ଅର୍ଥକରୀ ଫସଲ କରିବାକୁ ଉତ୍ସାହିତ ହେବେ। ଏହି ପ୍ରକଳ୍ପ ସ୍ଥାନୀୟ ଅଞ୍ଚଳର କୃଷକମାନଙ୍କର ସାମାଜିକ ଓ ଆର୍ଥିକ ଉନ୍ନତିରେ ସହାୟକ ହେବ।
ସେହିପରି ପାର୍ବତୀଗିରି ମେଗା ଉଠା ଜଳସେଚନ ଯୋଜନା ଅଧୀନରେ କଟକ ଓ ଅନୁଗୋଳ ଜିଲାରେ ମହାନଦୀ ଏବଂ ବ୍ରାହ୍ମଣୀ ନଦୀରୁ ଜଳ ଉତ୍ତୋଳନ କରି ୧୪,୩୩୨ ହେକ୍ଟର ଚାଷ ଜମିକୁ ଜଳସେଚନ ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଛି। ପ୍ରକଳ୍ପର ନିର୍ମାଣ ପାଇଁ ଡକାଯାଇଥିବା ୪୩୧ କୋଟି ୪୭ ଲକ୍ଷ ଏବଂ ୧୫ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ ପାଇଁ ୩୪ କୋଟି ୫୨ ଲକ୍ଷ ଟଙ୍କାର ଟେଣ୍ଡର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏହି ପ୍ରକଳ୍ପ ୩୬ ମାସ ମଧ୍ୟରେ ଶେଷ କରାଯିବ। ଉକ୍ତ ଜିଲାର କୃଷକମାନେ ଉପକୃତ ହେବା ସହ ପାରମ୍ପରିକ ଧାନ ଫସଲ ବଦଳରେ ଅର୍ଥକରୀ ଫସଲ କରିବାକୁ ଉତ୍ସାହିତ ହେବେ। ଏହି ପ୍ରକଳ୍ପ ସ୍ଥାନୀୟ ଅଞ୍ଚଳର କୃଷକମାନଙ୍କର ସାମାଜିକ ଓ ଆର୍ଥିକ ଉନ୍ନତିରେ ସହାୟକ ହେବ।
ସେହିପରି ପାର୍ବତୀଗିରି ମେଗା ଉଠା ଜଳସେଚନ ଯୋଜନା ଅଧୀନରେ କେନ୍ଦୁଝର ଜିଲାର ଆନନ୍ଦପୁର ବାମମୁଖ୍ୟ କେନାଲ ବିଦ୍ୟାଧରପୁର ଆନିକଟ, ହଦଗଡ଼ ଜଳଭଣ୍ଡାର, ଆନନ୍ଦପୁର ଆନିକଟ ଏବଂ ବ୍ରାହ୍ମଣୀ ନଦୀରୁ ଜଳ ଉତ୍ତୋଳନ କରି ୧୭,୦୦୦ ହେକ୍ଟର ଚାଷ ଜମିକୁ ଜଳସେଚନ ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଛି। ପ୍ରକଳ୍ପର ନିର୍ମାଣ ପାଇଁ ଡକାଯାଇଥିବା ୫୧୧ କୋଟି ୩୦ଲକ୍ଷ ଏବଂ ୧୫ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ ପାଇଁ ୪୧ କୋଟି ୬୫ ଲକ୍ଷ ଟଙ୍କାର ଟେଣ୍ଡର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏହି ପ୍ରକଳ୍ପ ୩୬ ମାସ ମଧ୍ୟରେ ଶେଷ କରାଯିବ। ଉକ୍ତ ଜିଲାର କୃଷକମାନେ ଉପକୃତ ହେବା ସହ ପାରମ୍ପରିକ ଧାନ ଫସଲ ବଦଳରେ ଅର୍ଥକରୀ ଫସଲ କରିବାକୁ ଉତ୍ସାହିତ ହେବେ। ଏହି ପ୍ରକଳ୍ପ ସ୍ଥାନୀୟ ଅଞ୍ଚଳର କୃଷକମାନଙ୍କର ସାମାଜିକ ଓ ଆର୍ଥିକ ଉନ୍ନତିରେ ସହାୟକ ହେବ।
ବଲାଙ୍ଗୀର ଜିଲାର ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଜଳସେଚନ କ୍ଷମତା ବୃଦ୍ଧି, ଜଳର ସୁଷମ ବଣ୍ଟନ ଓ ଜଳ ଅପଚୟ ରୋକିବା ଏବଂ କମ୍‌ ଜମି ଅଧିଗ୍ରହଣ ଦ୍ୱାରା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଖୋଲା କେନାଲ ଜଳସେଚନ ବଦଳରେ ଭୂତଳ ପାଇପ ଦ୍ୱାରା ଜଳସେଚନ ବ୍ୟବସ୍ଥା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ବଲାଙ୍ଗୀର ଜିଲାର ୧୩ ହଜାର ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ। ଏ ନେଇ ଜଳସମ୍ପଦ ବିଭାଗ ଦ୍ୱାରା ଚୂଡ଼ାନ୍ତ କରାଯାଇଥିବା ୬୩୪ କୋଟି ୧୪ ଲକ୍ଷ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି। ପ୍ରକଳ୍ପଟି ୩୦ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛିି। ଟେଣ୍ଡର ନେଇଥିବା ସଂସ୍ଥା ୫ ବର୍ଷ ପର୍ଯ୍ୟନ୍ତ ଏହାର ରକ୍ଷଣା ବେକ୍ଷଣ କରିବ।
ନଦୀ ଗର୍ଭରେ ବୃହତ୍‌ ଜଳାଶୟ ସୃଷ୍ଟି କରିବା ଲାଗି ରାଜ୍ୟ ସରକାର ୨୦୧୯-୨୦ରୁ ୧୧୭୦୦ କୋଟି ଟଙ୍କା ବ୍ୟୟରେ ନଦୀଗର୍ଭ ସୀମିତ ଜଳ ସଂରକ୍ଷଣ ଆନିକଟ ନିର୍ମାଣ ପ୍ରକଳ୍ପ ଯୋଜନା କରିଛନ୍ତି। ଏହି ପ୍ରକଳ୍ପ ଜରିଆରେ ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କୁତୁରିଆ ଗ୍ରାମ ନିକଟରେ କୋଚିଲା ନଦୀରେ ଓ ଯାଜପୁର ଜିଲାର ଦଶରଥ ପୁର ବ୍ଲକ ଅଧୀନ ଧୋବାବିଲ ଗ୍ରାମ ନିକଟ ବୈତରଣୀ ନଦୀରେ ଏକ ମିଳିତ ଆନିକଟ ନିର୍ମାଣ ହେବ। ଏହି ପ୍ରକଳ୍ପ ପାଇଁ ୨୦୦,୦୦,୦୦,୦୦୦ ଟଙ୍କା ଏବଂ ୫ ବର୍ଷ ରକ୍ଷଣାବେକ୍ଷଣ ପାଇଁ ୧,୦୦,୦୦,୦୦୦ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି। ପ୍ରକଳ୍ପ କାର୍ଯ୍ୟ ୩୦ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଉକ୍ତ ପ୍ରକଳ୍ପ କୋଚିଲା ନଦୀରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣ କରିବା ସହିତ ବୈତରଣୀ ନଦୀକୁ ପୁନରୁଜୀବିତ କରିବାରେ ସହାୟକ ହେବ। ଏହା ଭଦ୍ରକ ଜିଲା ଧାମନଗର ବ୍ଲକ ଓ ଯାଜପୁର ଜିଲା ଦଶରଥପୁର ବ୍ଲକର ଲୋକମାନଙ୍କର ପାନୀୟ ଜଳ ଓ ଘରୋଇ ବ୍ୟବହାର ନିମନ୍ତେ ପର୍ଯ୍ୟାପ୍ତ ଜଳ ଉପଲବ୍ଧ କରାଇବ। ଏହାଛଡା ଏହି ପ୍ରକଳ୍ପ ସ୍ଥାନୀୟ ଲୋକଙ୍କର ସାମାଜିକ ଓ ଆର୍ଥିକ ଉନ୍ନତି ଦିଗରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri