କାମରେ ଲାଗୁନି ଉଠା ଜଳସେଚନ ପଏଣ୍ଟ

ଚମ୍ପୁଆ,୨୩ା୭(ଡି.ଏନ.ଏ.)- ଚାଷୀ ଓ ଚାଷର ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ଚାଷ ପାଇଁ ବିହନଠାରୁ ଆରମ୍ଭ କରି ସାର ମଧ୍ୟ ସବ୍‌ସିଡିରେ ପ୍ରଦାନ କରାଯାଉଛି। ଚାଷ ପାଇଁ ପ୍ରମୁଖ ଆବଶ୍ୟକ ଜଳ ନିମିତ୍ତ ପାଣି ପଞ୍ଚାୟତମାନ ଗଠନ କରାଯାଇ ଜଳସେଚନ ଲାଗି ପ୍ରାଥମିକତା ପ୍ରଦାନ କରାଯାଇଛି। ମାତ୍ର କେତେକ ସ୍ଥାନରେ ଏହା ସଫଳ ହୋଇ ପାରୁନାହିଁ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଚମ୍ପୁଆ ବ୍ଲକ ଜାମୁଦଲକ ପଞ୍ଚାୟତର ସାତହଳିଆ ଗ୍ରାମରେ। ଏଠାରେ ଥିବା ଉଠା ଜଳସେଚନ ପଏଣ୍ଟ ଗୁଡିକ ଚାଷୀଙ୍କୁ ଆବଶ୍ୟକ ସୁବିଧା ଯୋଗାଇ ପାରୁ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। କେତେବେଳେ ଚାଷୀମାନେ ବିଦ୍ୟୁତ୍‌ ଦେୟ କ୍ଷେତ୍ରରେ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତ କେତେବେଳେ ଯନ୍ତ୍ରପାତିଜନିତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ଶୁଣିବାକୁ କେହିନାହାନ୍ତି।
ଏହି ଗ୍ରାମରେ ୮ଟି ଉଠା ଜଳସେଚନ ପଏଣ୍ଟ ରହିଥିବା ବେଳେ ୭ନଂ. ଓ ୮ନଂ. ପଏଣ୍ଟ ୨ଟି ନିର୍ମାଣ ପରେ କାର୍ଯ୍ୟକ୍ରମ ହୋଇ ନ ଥିବା ପୂର୍ବତନ ପାଣି ପଞ୍ଚାୟତ ସଭାପତି ମନୋଜ ଚାତାର କହିଛନ୍ତି। ୭ନଂ.ଓ ୮ନଂ. ଉଠା ଜଳସେଚନ ପଏଣ୍ଟ ୨ଟି ପ୍ରାୟ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି। ପ୍ରାୟ ୫୫ ଏକର ଜମିକୁ ପାଣି ମାଡିବାର ଲକ୍ଷ୍ୟରେ ଏହା ନିର୍ମାଣ କରାଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ୧ ଏକର ଜମିକୁ ପାଣି ମାଡ଼ି ପାରିନାହିଁ। ଚାଷୀଙ୍କ ଅଭିଯୋଗ ଅନୁଯାୟୀ ପାଇପ୍‌ ବିଛାଉଥିବା ବେଳେ ଠିକାଦାର ମେଶିନ ବ୍ୟବହାର ଓ ପୋତିବା ବେଳେ ମେଶିନ ବ୍ୟବହାର ହେତୁ ପାଣି ପାଇପ୍‌ଗୁଡିକ ଫାଟି ଯାଇ ଜାମ୍‌ ହୋଇଯାଇଥିବାରୁ ଏହି ପାଣି ମାଡ଼ି ପାରୁନାହିଁ। ଏଥିପ୍ରତି ଚାଷୀମାନେ ପୂର୍ବରୁ ବିଭାଗକୁ ସୂଚନା ଦେଇଥିଲେ ମଧ୍ୟ ତାହା କାର୍ଯ୍ୟକ୍ଷମ ହୋଇପାରିଲା ନାହିଁ। ଅନ୍ୟପକ୍ଷରେ ଚଳିତ ଋତୁରେ ସ୍ବାଭାବିକ ବର୍ଷା ନ ହେବା ଫଳରେ ତଥା ଏହି ଉଠା ଜଳସେଚନ ପଏଣ୍ଟ କାମ କରୁ ନ ଥିବା ହେତୁ ଚାଷୀଙ୍କର ଅନେକ ଜମି ପଡ଼ିଆ ପଡିବାର ସମ୍ଭାବନା ଦେଖାଦେଇଛି। ଏ ନେଇ ବିଭାଗୀୟ ଆସିଷ୍ଟାଣ୍ଟ ଇଞ୍ଜିନିୟର ରମେଶ ଚନ୍ଦ୍ର ନାଏକଙ୍କୁ ପଚାରିବାରୁ ତୁରନ୍ତ ଏଥିପ୍ରତି ପଦକ୍ଷେପ ନିଆଯିବ। ଚାଷ ଜମିକୁ ପାଣି ଯୋଗାଇବାର ସମସ୍ତ ବ୍ୟବସ୍ଥା ଲାଗି ପାଣି ପଞ୍ଚାୟତ ସହ ଆଲୋଚନା କରି ତୁରନ୍ତ କାର୍ଯ୍ୟକାରୀ କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri