Posted inରାଜ୍ୟ

ମୋବାଇଲ୍‌ରେ ହେବ ଜଳସେଚନ ସମସ୍ୟା ସମାଧାନ

ଭୁବନେଶ୍ୱର,୯ା୧୧(ବ୍ୟୁରୋ)- ଚାଷକାମ ଛାଡ଼ି ଜଳସେଚନ ସମସ୍ୟା ପାଇଁ ଚାଷୀମାନଙ୍କୁ କାର୍ଯ୍ୟାଳୟକୁ ବାରମ୍ବାର ଦୌଡ଼ିବାକୁ ପଡ଼ିବ ନାହିଁ। ମୋବାଇଲ୍‌ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀମାନେ ଜଳସେଚନ ସମସ୍ୟା ସମ୍ପର୍କରେ ସିଧା ଜଳସେଚନ ବିଭାଗକୁ ଜଣାଇପାରିବେ। ମୋବାଇଲ୍‌ ଫଟୋରୁ ସମସ୍ୟାର ସମାଧାନ କରାଯିବ। ଅନ୍‌ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା ‘ସେଚ ସମାଧାନ’ ଚାଷୀମାନଙ୍କ ପାଇଁ ଏହି ସୁବିଧା ଆଣିଛି। ସେଚ ସମାଧାନ ସହିତ ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ ପାଇଁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପ ସଂସ୍ଥାଗୁଡ଼ିକ ପାଇଁ ଜଳ ଆବଣ୍ଟନ ଆବେଦନ ପ୍ରକ୍ରିୟା, ବ୍ୟବସାୟିକ ଓ ଅନ୍ୟାନ୍ୟ ସମସ୍ତ ପାଇଁ ଆବେଦନ ପୋର୍ଟାଲ ଏହିପରି ୪ଟି ଅନ୍‌ଲାଇନ ସେବା ବ୍ୟବସ୍ଥା ଆରମ୍ଭ କରାଯାଇଛି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଉକ୍ତ ଅନ୍‌ଲାଇନ ସେବା ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀମାନେ ହେଉଛନ୍ତି ଜଳ ସମ୍ପଦ ବିଭାଗର ସର୍ବବୃହତ୍‌ ହିତାଧିକାରୀ। ଏହି ଅନ୍‌ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବ। ବୈଷୟିକ ଜ୍ଞାନ କୌଶଳର ବ୍ୟବହାର ଦ୍ୱାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ ସେବା ପ୍ରଦାନରେ ସହାୟକ ହେବ। ଏଥିସହିତ ବିଜୁ କୃଷକ ଯୋଜନାର ଆବେଦନ ପ୍ରକ୍ରିୟାକୁ ମଞ୍ଜୁର କରିବାରେ ମଧ୍ୟ ସମୟୋଚିତ ପଦକ୍ଷେପ ନିଆଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri