ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଉନି ଉଠାଜଳସେଚନ ପ୍ରକଳ୍ପ

କାଶୀନଗର,୧୬।୧୨(ଡି.ଏନ୍‌.ଏ.): କାଶୀନଗର ବ୍ଲକ ଓ ଏନ୍‌ଏସିର ଚାଷ ଜମିକୁ ଜଳସେଚନ ପାଇଁ ୨୦୧୯ରେ ବଥବା ଠାରେ ବୃହତ୍‌ ଉଠାଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ପରେ କାମ ଆରମ୍ଭ ହେଲା। ୨କୋଟି ୯୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ପାଇଁ ପାଇପ ଲାଇନ୍‌ ବିଛାଯିବାବେଳେ ଅଞ୍ଚଳର ଚାଷୀ ଭାବିଥିଲେ ତାଙ୍କ ଜମିକୁ ଜଳସେଚନ ବ୍ୟବସ୍ଥାରେ ସୁଧାର ଆସିବ। କିନ୍ତୁ ଅଲଦା ଓ ଶିଆଳି ପଞ୍ଚାୟତରେ ପାଇପ ଲାଇନ୍‌ ବିଛା ନ ଯିବାରୁ ୨ ପଞ୍ଚାୟତର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟ ଭୁବନେଶ୍ୱର ଯାଇ ସେମାନେ ଦାବିପତ୍ର ଦେଇଥିଲେ। ମାତ୍ର ଏପର୍ଯ୍ୟନ୍ତ ଏହା ଉପରେ କୌଣସି ପଦକ୍ଷେପ ନିଆଯାଇଛି। ସମ୍ପୃକ୍ତ ଅଧିକାରୀ ଓ ଠିକାଦାରଙ୍କ ପକ୍ଷରୁ ପ୍ରକଳ୍ପ ସମ୍ପୂର୍ଣ ହୋଇଯାଇଥିବା କୁହାଯାଉଥିବାବେଳେ ଜମିରେ ଏ ପର୍ଯ୍ୟନ୍ତ ପାଣି ପହଞ୍ଚୁନାହିଁ। ମୋଟ ୬୧ ଗୋଟି ଲିଫ୍ଟ ପଏଣ୍ଟ କାର୍ଯ୍ୟକ୍ଷମ ହେବାକୁ ଥିବାବେଳେ, ମାତ୍ର ୬ଟି ପଏଣ୍ଟ କାର୍ଯ୍ୟକ୍ଷମ ହୋଇଥିବା ଚାଷୀମାନେ କହିଛନ୍ତି।
ଜୁନ୍‌ ମାସରେ ଖୁରିଙ୍ଗା ଗ୍ରାମଠାରେ ଚାଷୀ ଓ ସ୍ଥାନୀୟ ବୁଦ୍ଧିଜୀବୀଙ୍କୁ ନେଇ ଏକ ବୈଠକ କରାଯାଇଥିଲା। ସେଠାକୁ ବିଭାଗୀୟ ସହକାରୀ ଯନ୍ତ୍ରୀଙ୍କୁ ସ୍ବତନ୍ତ୍ର ଭାବେ ନିମନ୍ତ୍ରିତ କାରାଯାଇଥିଲା। ଚାଷୀମାନଙ୍କ ଅଭିଯୋଗର ଉତ୍ତରରେ ସେ କହିଥିଲେ, ପ୍ରକଳ୍ପର ଅବଶିଷ୍ଟ କାର୍ଯ୍ୟ ଅଳ୍ପଦିନରେ ଶେଷ ହେବ। କିନ୍ତୁ ଏଯାଏ କୌଣସି ଅଗ୍ରଗତି ହୋଇନାହିଁ। ପ୍ରକଳ୍ପର ଏପରି ଅବସ୍ଥା ନେଇ ଚାଷୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରି ଦରଖାସ୍ତ ମଧ୍ୟ ଦେଇଥିଲେ। ମହାରାଜା ଗଜପତିଙ୍କ ଦ୍ୱାରା ଖନନ କରାଯାଇଥିବା କାଶୀନଗର ବ୍ଲକ ଓ ଏନ୍‌ଏସିର ସବୁ ଜଳାଶୟକୁ ଏହି ପ୍ରକଳ୍ପ ଦ୍ୱାରା ଜଳପୂର୍ଣ କରାଯିବାକୁ ଦାବି କରିଥିଲେ। ଏ ସମ୍ପର୍କରେ ଯାଞ୍ଚ କାରିବାକୁ ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ତରଫରୁ ବୃହଦ୍‌ ଉଠା ଜଳସେଚନ ପ୍ରକଳ୍ପର ପିଡି ଓ ସିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ତାହା ମଧ୍ୟ କାର୍ଯ୍ୟକାରୀ ହୋଇପାରିନାହିଁ। ପ୍ରକଳ୍ପର ବିଫଳତାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଥିବାବେଳେ ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri