ଜୁଲାଇ ସୁଦ୍ଧା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ

ଭୁବନେଶ୍ୱର(ବ୍ୟୁରୋ)/ରାଉରକେଲା ଅଫିସ୍‌,୧୯।୮: ରାଉରକେଲା ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ। ଷ୍ଟାଡିୟମ୍‌ ପୂର୍ଣ୍ଣାଙ୍ଗ ରୂପ ନେଲେ ଫୁଟ୍‌ବଲ ସମେତ ଅନ୍ୟ ଆଥଲେଟିକ୍ସ କ୍ରୀଡ଼ାକୁ ନୂଆ ଦିଗ ମିଳିବ। ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ୍‌ ଟ୍ରାକ୍‌ ତିଆରି ହେଉଛି। ସେହିପରି ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ୍‌ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏସବୁକୁ ବାଦ୍‌ଦେଲେ ସ୍ମାର୍ଟ ସିଟି ଅଧୀନରେ ଅନେକ ପ୍ରକଳ୍ପ କାମ ଚାଲିଛି। ବିଶ୍ୱକପ୍‌ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଜାରି ରହିଥିବା ବିକାଶମୂଳକ କାର୍ଯ୍ୟ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ କ୍ରୀଡ଼ା ସଚିବ ଆର୍‌. ଭିନିଲ୍‌ କ୍ରିଷ୍ଣା ବୁଧବାର ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଉଚ୍ଚ ପ୍ରତିନିଧି ଦଳ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ, ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ୍‌ କାର୍ଯ୍ୟ ବୁଲି ଦେଖିଛନ୍ତି। ଏଥିସହ ସହରାଞ୍ଚଳର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ଅନୁଧ୍ୟାନ କରିଛନ୍ତି।
ପ୍ରକଳ୍ପ ପରିଦର୍ଶନ ପରେ ଅଧିକାରୀମାନେ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲାପାଳ ତଥା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ଅଧିକାରୀଙ୍କ ସହ ବିମାନବନ୍ଦରରେ ସମୀକ୍ଷା କରିଥିଲେ। ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି, ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ପକ୍ଷରୁ ରାଉରକେଲା ବିମାନବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି। ସେଠାରେ ଟର୍ମିନାଲ ବିଲ୍ଡିଂ ନିର୍ମାଣ କରାଯିବ। ୨୦୨୨ ମେ’ ସୁଦ୍ଧା ଏହା ଶେଷ ହେବ। ଛେଣ୍ଡଠାରେ ୮ ଏକର ଜମିରେ ନିର୍ମାଣାଧୀନ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ଜୁନ୍‌ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ରାଉରକେଲାର କୋଭିଡ୍‌ ସ୍ଥିତି ବିଷୟରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ସ୍ଥାନୀୟ ଜେ.ପି. ହସ୍ପିଟାଲ ସରକାରୀ କୋଭିଡ୍‌ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ଅଛି। ସୁନ୍ଦରଗଡ଼ରେ ଏନ୍‌ଟିପିସି କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ରୋଗୀସେବା ପାଇଁ ପ୍ରସ୍ତୁତ ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ପ୍ରସ୍ତୁତ ଅଛି। ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ୍‌ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସମେତ ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆୟୋଜନ କରାଯିବ। ବିର୍ସା ମୁଣ୍ଡା ଷ୍ଟାଡିୟମରେ ଏକାସଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। କ୍ରୀଡ଼ାର ବିକାଶ ଲାଗି ସହରରେ ନିର୍ମାଣ କରାଯାଉଥିବା ଅତ୍ୟାଧୁନିକ ଭିତ୍ତିଭୂମି ଆଗାମୀ ଦିନରେ ରାଉରକେଲାକୁ ଦେଶର ପ୍ରମୁଖ କ୍ରୀଡ଼ା ହବ୍‌ ଭାବେ ପରିଚିତ କରାଇବ। ପାନପୋଷଠାରେ ବ୍ୟାଡ୍‌ମିଣ୍ଟନ ଏବଂ ଲନ୍‌ ଟେନିସ୍‌ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ ତିଆରି ହେଉଛି। ଏଠାରେ ୩ ଇନ୍‌ଡୋର ବ୍ୟାଡମିଣ୍ଟନ କୋର୍ଟ ସହିତ ଆଉଟଡୋର ଲନ୍‌ ଟେନିସ୍‌ କୋର୍ଟ ମଧ୍ୟ ରହିଛି। ଖେଳାଳିଙ୍କ ଫିଟ୍‌ନେସ୍‌ ପାଇଁ ଜିମ୍‌ ବ୍ୟବସ୍ଥା କରାଯାଉଛି।
ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ। ରାଉରକେଲାରେ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ରାଉରକେଲା ମହାନଗର ନିଗମ ଅଞ୍ଚଳରେ ଏଭଳି ୫ ପ୍ରକଳ୍ପ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?