ଜୁଲାଇ ସୁଦ୍ଧା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ

ଭୁବନେଶ୍ୱର(ବ୍ୟୁରୋ)/ରାଉରକେଲା ଅଫିସ୍‌,୧୯।୮: ରାଉରକେଲା ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ। ଷ୍ଟାଡିୟମ୍‌ ପୂର୍ଣ୍ଣାଙ୍ଗ ରୂପ ନେଲେ ଫୁଟ୍‌ବଲ ସମେତ ଅନ୍ୟ ଆଥଲେଟିକ୍ସ କ୍ରୀଡ଼ାକୁ ନୂଆ ଦିଗ ମିଳିବ। ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ୍‌ ଟ୍ରାକ୍‌ ତିଆରି ହେଉଛି। ସେହିପରି ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ୍‌ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏସବୁକୁ ବାଦ୍‌ଦେଲେ ସ୍ମାର୍ଟ ସିଟି ଅଧୀନରେ ଅନେକ ପ୍ରକଳ୍ପ କାମ ଚାଲିଛି। ବିଶ୍ୱକପ୍‌ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଜାରି ରହିଥିବା ବିକାଶମୂଳକ କାର୍ଯ୍ୟ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ କ୍ରୀଡ଼ା ସଚିବ ଆର୍‌. ଭିନିଲ୍‌ କ୍ରିଷ୍ଣା ବୁଧବାର ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଉଚ୍ଚ ପ୍ରତିନିଧି ଦଳ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ, ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ୍‌ କାର୍ଯ୍ୟ ବୁଲି ଦେଖିଛନ୍ତି। ଏଥିସହ ସହରାଞ୍ଚଳର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ଅନୁଧ୍ୟାନ କରିଛନ୍ତି।
ପ୍ରକଳ୍ପ ପରିଦର୍ଶନ ପରେ ଅଧିକାରୀମାନେ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲାପାଳ ତଥା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ଅଧିକାରୀଙ୍କ ସହ ବିମାନବନ୍ଦରରେ ସମୀକ୍ଷା କରିଥିଲେ। ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି, ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ପକ୍ଷରୁ ରାଉରକେଲା ବିମାନବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି। ସେଠାରେ ଟର୍ମିନାଲ ବିଲ୍ଡିଂ ନିର୍ମାଣ କରାଯିବ। ୨୦୨୨ ମେ’ ସୁଦ୍ଧା ଏହା ଶେଷ ହେବ। ଛେଣ୍ଡଠାରେ ୮ ଏକର ଜମିରେ ନିର୍ମାଣାଧୀନ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ଜୁନ୍‌ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ରାଉରକେଲାର କୋଭିଡ୍‌ ସ୍ଥିତି ବିଷୟରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ସ୍ଥାନୀୟ ଜେ.ପି. ହସ୍ପିଟାଲ ସରକାରୀ କୋଭିଡ୍‌ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ଅଛି। ସୁନ୍ଦରଗଡ଼ରେ ଏନ୍‌ଟିପିସି କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ରୋଗୀସେବା ପାଇଁ ପ୍ରସ୍ତୁତ ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ପ୍ରସ୍ତୁତ ଅଛି। ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ୍‌ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସମେତ ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆୟୋଜନ କରାଯିବ। ବିର୍ସା ମୁଣ୍ଡା ଷ୍ଟାଡିୟମରେ ଏକାସଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। କ୍ରୀଡ଼ାର ବିକାଶ ଲାଗି ସହରରେ ନିର୍ମାଣ କରାଯାଉଥିବା ଅତ୍ୟାଧୁନିକ ଭିତ୍ତିଭୂମି ଆଗାମୀ ଦିନରେ ରାଉରକେଲାକୁ ଦେଶର ପ୍ରମୁଖ କ୍ରୀଡ଼ା ହବ୍‌ ଭାବେ ପରିଚିତ କରାଇବ। ପାନପୋଷଠାରେ ବ୍ୟାଡ୍‌ମିଣ୍ଟନ ଏବଂ ଲନ୍‌ ଟେନିସ୍‌ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ ତିଆରି ହେଉଛି। ଏଠାରେ ୩ ଇନ୍‌ଡୋର ବ୍ୟାଡମିଣ୍ଟନ କୋର୍ଟ ସହିତ ଆଉଟଡୋର ଲନ୍‌ ଟେନିସ୍‌ କୋର୍ଟ ମଧ୍ୟ ରହିଛି। ଖେଳାଳିଙ୍କ ଫିଟ୍‌ନେସ୍‌ ପାଇଁ ଜିମ୍‌ ବ୍ୟବସ୍ଥା କରାଯାଉଛି।
ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ। ରାଉରକେଲାରେ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ରାଉରକେଲା ମହାନଗର ନିଗମ ଅଞ୍ଚଳରେ ଏଭଳି ୫ ପ୍ରକଳ୍ପ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri