ଚାଷୀଙ୍କ କାମରେ ଆସୁନି ମେଗା ଜଳସେଚନ ପ୍ରକଳ୍ପ

ଭବାନୀପାଟଣା,୧୧।୮(ସ୍ବ.ପ୍ର.): କୃଷକଙ୍କ ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା ରହିଛି। ପ୍ରକଳ୍ପ ନିର୍ମାଣ ହୋଇଛି, କିନ୍ତୁ ଚାଷୀଙ୍କ କାମରେ ଆସିପାରୁନି । ରାଜ୍ୟର ଅଣଜଳସେଚିତ ଅଞ୍ଚଳରେ ଚାଷୀଙ୍କୁ ଜଳ ଯୋଗାଣ ପାଇଁ ସରକାରଙ୍କ ରହିଛି ଉଠା ଜଳସେଚନ ବିଭାଗ। ହେଲେ କାର୍ଯ୍ୟକାରିତା ଫଳଶୂନ। କାର୍ଯ୍ୟକାରୀ ହେଉନି ରାଜ୍ୟର ପ୍ରଥମ ମେଗା ଜଳସେଚନ ପ୍ରକଳ୍ପ। ଜମିକୁ ପାଣି ନ ମିଳିବାରୁ ହତାଶରେ ଚାଷୀକୂଳ। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଲଇତରା ଗ୍ରାମରେ ଏଭଳି ଅବସ୍ଥା ଦେଖିବାକୁ ମିଳିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୫ରେ କଳାହାଣ୍ଡିର ଲଇତରାରେ ରାଜ୍ୟର ପ୍ରଥମ ମେଗା ଉଠାଜଳ ସେଚନ ପ୍ରକଳ୍ପ ନିର୍ମାଣ ହୋଇଥିଲା। ଏଥିନିମନ୍ତେ ପ୍ରାୟ ୯ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଥିଲା। ଏହି ପ୍ରକଳ୍ପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ। ୫୦୦ ହେକ୍ଟର ଚାଷ ଜମିରେ ଜଳ ଯୋଗାଣ ଲକ୍ଷ୍ୟ ନେଇ ନିର୍ମିତ ହୋଇଥିଲା ଏହି ଜଳସେଚନ ପ୍ରକଳ୍ପ। କିନ୍ତୁ ଆଜି ଯାଏଁ ଚାଷୀଙ୍କ କାମରେ ଆସୁନି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଆବଶ୍ୟକ ସମୟରେ ପମ୍ପରୁ ପାଣି ଉଠୁନି। ଧାନ ବୁଣିଲା ଦିନଠାରୁ ବର୍ଷା ନାହିଁ। ଏହି ସମୟରେ ଧାନ ଗଜା ହୋଇଥାଏ, ମାତ୍ର ଜମି ମାଟି ଫାଟି ଆଁ କରିଛି। ହେଲେ ନଦୀ ଗର୍ଭରେ ପାଣି ନ ଥିବାରୁ କାମ କରୁନି ମେଗା ଉଠା ଜଳସେଚନ ପ୍ରକଳ୍ପ। ଫଳରେ ପାଣି ଅଭାବରୁ ଚାଷୀ ସମସ୍ୟାରେ ରହିଛନ୍ତି। ମେଗା ପ୍ରକଳ୍ପକୁ ୭ ବର୍ଷ ପୂରିବାକୁ ଯାଉଛି। କିନ୍ତୁ ଆଜି ପର୍ଯ୍ୟନ୍ତ ଚାଷୀଙ୍କ କାମରେ ଲାଗୁନି। ଚାଷୀମାନେ କହିଛନ୍ତି ମେଗା ଜଳସେଚନ ପ୍ରକଳ୍ପ ଯୋଗାଇ ସରକାର ଗୋଟିଏ ବଦଳରେ ଦୁଇ ଦୁଇଟି ଚାଷ କରିବାକୁ କହିଥିଲେ। ହେଲେ ଗୋଟିଏ ଚାଷ ପାଇଁ ପାଣି ନିଅଣ୍ଟ ପଡୁଛି। ସରକାରଙ୍କ ଏହି ଯୋଜନାକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପର ପୁନମରାମତି ପାଇଁ ଚାଷୀ ଅନେକ ସମୟରେ ରାଜରାସ୍ତାକୁ ଓହ୍ଲାଇଛନ୍ତି। କିନ୍ତୁ ଆଜିଯାଏ କୌଣସି ସୁଫଳ ମିଳିନାହିଁ। ସତେ ଯେମିତି ପ୍ରକଳ୍ପ ନିର୍ମାଣ କରି ସରକାର ନିଜ ଦାୟିତ୍ୱ ସାରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri