ମହଙ୍ଗା ପଡ଼ିଲା କି “ନବୀନ ମୋ ନେତା, ପାଣ୍ଡିଆନ ନେତା ନୁହନ୍ତି” ମନ୍ତବ୍ୟ

ଭୁବନେଶ୍ଵର,୧୬ା୧: ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଏକ ବଡ଼ ନିଷ୍ପତ୍ତି କ୍ରମେ ଦଳରୁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର (ପାଟକୁରା) ଏବଂ ସନାତନ ମହାକୁଡ଼ (ଚମ୍ପୁଆ)ଙ୍କୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ ଏହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।

ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ବିଭିନ୍ନ ସମୟରେ ବିଧାନସଭା ଭିତରେ ଓ ବାହାରେ ଦେଇଥିବା ମନ୍ତବ୍ୟ ତାଙ୍କ ପାଇଁ ଅଡୁଆ ସୃଷ୍ଟି କରିଛି। ସେ ବାରମ୍ବାର ପୂର୍ବ ସରକାର ସମୟର ପ୍ରଭାବଶାଳୀ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସରକାରଙ୍କୁ ଉସ୍କାଉଥିଲେ, ଯାହା ବିଜେଡିକୁ ଅଡୁଆରେ ପକାଉଥିଲା।

ସେ କହିଥିଲେ, “ନବୀନ ମୋ ନେତା, ପାଣ୍ଡିଆନ ନେତା ନୁହନ୍ତି।” ଏପରିକି ସେ ପୂର୍ବ ସରକାରର ଅଫିସରମାନଙ୍କ ଦୁର୍ନୀତି ବିଷୟରେ ଶାସକ ଦଳକୁ ତଦନ୍ତ କରିବାକୁ ଖୋଲା ଚ୍ୟାଲେଞ୍ଜ ଦେଇଥିଲେ। ବିଜେଡିରେ ଭିକେ ପାଣ୍ଡିଆନଙ୍କ ପ୍ରଭାବ ଥିବା ବେଳେ ଅରବିନ୍ଦଙ୍କର ଏହି ‘ନବୀନ-କେନ୍ଦ୍ରିକ’ ଆଭିମୁଖ୍ୟ ଏବଂ ପରୋକ୍ଷରେ ପାଣ୍ଡିଆନଙ୍କୁ ଅସ୍ୱୀକାର କରିବା ହିଁ ତାଙ୍କ ନିଲମ୍ବନର ପ୍ରମୁଖ କାରଣ ବୋଲି କୁହାଯାଉଛି।

ଅନ୍ୟପଟେ ସନାତନ ମହାକୁଡ଼ ମଧ୍ୟ ଦଳୀୟ କାର୍ଯ୍ୟଧାରାକୁ ସମାଲୋଚନା କରିବା ସହ ବିଜେପି ପ୍ରତି ନରମ ଆଭିମୁଖ୍ୟ ରଖୁଥିବା ଅଭିଯୋଗ ହୋଇଥିଲା। ତେବେ ଅରବିନ୍ଦ ଓ ସନାତନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦଳ ସ୍ପଷ୍ଟ ସଙ୍କେତ ଦେଇଛି ଯେ, ନବୀନଙ୍କ ସହ ପାଣ୍ଡିଆନଙ୍କ ନେତୃତ୍ୱକୁ ମଧ୍ୟ ଗ୍ରହଣ କରିବାକୁ ପଡ଼ିବ। ଆଗକୁ ରାଜ୍ୟସଭା ନିର୍ବାଚନ ଥିବାରୁ ଦଳରେ କୌଣସି ପ୍ରକାରର ଅସନ୍ତୋଷ କିମ୍ବା ଗୋଷ୍ଠୀକନ୍ଦଳକୁ ବରଦାସ୍ତ କରାଯିବ ନାହିଁ ବୋଲି ଏହି ନିଲମ୍ବନ ଜରିଆରେ ବାର୍ତ୍ତା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?