ବୁଷ୍ଟର ଡୋଜ ନେବା ଜରୁରୀ କି ? କେବେ ଦିଆଯିବ ଚତୁର୍ଥ ଟିକା: ଜେଏନ.୧ ଭାରିଆଣ୍ଟ ନେଇ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୨୫।୧୨ : ଭାରତରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଥି ସହିତ, ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନାର ନୂତନ ସବ-ଭାରିଆଣ୍ଟ ଜେଏନ.୧ ଭାରତରେ ପ୍ରବେଶ କରିଛି। କେରଳରେ ପ୍ରଥମ ମାମଲା ରିପୋର୍ଟ ହେବା ପରେ ଗୋଆ ଏବଂ ମହାରାଷ୍ଟ୍ର ସମେତ ଅନେକ ରାଜ୍ୟରେ ଦ୍ରୁତ ଗତିରେ ଏହାର ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରାଜ୍ୟ ସରକାରଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସରକାର ସ୍ପଷ୍ଟ କରିଛନ୍ତି ବର୍ତ୍ତମାନ ସମୟରେ ବୁଷ୍ଟର ଡୋଜ କିମ୍ବା ଚତୁର୍ଥ ଟିକା ନେବାର କୌଣସି ଆବଶ୍ୟକତା ନାହିଁ। ଇଣ୍ଡିଆ ସାର୍ସ-କୋଭ-୨ଜେନୋମିକ୍ସ କନ୍ସୋର୍ଟିୟମ ମୁଖ୍ୟ ଏନ.କେ. ଆରୋରା କହିଛନ୍ତି ନୂତନ ସବ-ଭାରିଆଣ୍ଟର ଆର୍ବିଭାବ ପରେ ମଧ୍ୟ ଏବେ କରୋନା ଟିକା ର ଏକ ବୁଷ୍ଟର୍‌ ଡୋଜର ଆବଶ୍ୟକତା ନାହିଁ ।
ଡକ୍ଟର ଆରୋରା କହିଛନ୍ତି, ’୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି, ଯେଉଁମାନେ ଗୁରୁତର ରୋଗରେ ପୀଡିତ, ସେମାନେ ସତର୍କତାମୂଳକ ପଦକ୍ଷେପ ଭାବରେ ତୃତୀୟ ଡୋଜ ଗ୍ରହଣ କରିପାରିବେ। ଯଦି ସେମାନେ ଏପର୍ଯ୍ୟନ୍ତ ଗୋଟିଏ ମାତ୍ର ଡୋଜ ମଧ୍ୟ ନେଇ ନ ଥାନ୍ତି ତେବେ ଏଭଳି କରାଯିବ। ବର୍ତ୍ତମାନ ସାଧାରଣ ଜନତାଙ୍କ ପାଇଁ ଚତୁର୍ଥ ଡୋଜର ଆବଶ୍ୟକତା ନାହିଁ । ଆମେ ଲୋକଙ୍କୁ ଆତଙ୍କିତ କରିବୁ ନାହିଁ।

ସେ କହିଛନ୍ତି, ’ଓମିକ୍ରନର ଏହି ନୂତନ ସବ-ଭାରିଆଣ୍ଟରେ ରିପୋର୍ଟ ହୋଇଥିବା ମାମଲା ଅତ୍ୟନ୍ତ ଗୁରୁତର ନୁହେଁ ଏବଂ ସଂକ୍ରମିତ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିବ ନାହିଁ। ଜେଏନ.୧ ସବଭାରିଆଣ୍ଟର ଲକ୍ଷଣ ମଧ୍ୟରେ ଜ୍ୱର, ରନିଂ ନୋଜ, କାଶ, ବେଳେବେଳେ ଡାଇରିଆ ଏବଂ ଶରୀରର ଯନ୍ତ୍ରଣା ହୋଇଥାଏ। ଯାହା ସାଧାରଣତଃ ଏକ ସପ୍ତାହ ମଧ୍ୟରେ ଭଲ ହୋଇ ଯାଇଥାଏ। ପରୀକ୍ଷା ବୃଦ୍ଧି ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପୂର୍ବରୁ ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦେଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri