Posted inଜାତୀୟ

ପାର୍ଟି କ୍ଷମତାରେ ଅଛି ବୋଲି ଆମିଷ ଷ୍ଟଲ ଭାଙ୍ଗିବା କ‘ଣ ଠିକ୍‌ ? ଏଏମ୍‌ସିକୁ ହାଇକୋର୍ଟଙ୍କ ପ୍ରଶ୍ନ…

ଅହମଦାବାଦ,୯।୧୨: ଗୁଜରାଟର ଅମହଦାବାଦରେ ରାସ୍ତା ପାର୍ଶ୍ୱରେ ଥିବା ଆମିଷ ଷ୍ଟଲ ଭଙ୍ଗାରୁଜା ଘଟଣାରେ ହାଇକୋର୍ଟ ପ୍ରଶ୍ନ କରିଛନ୍ତି ଯେ, ପାର୍ଟି କ୍ଷମତାରେ ଅଛି ବୋଲି ଏଭଳି କାର୍ଯ୍ୟ କରିବା କ‘ଣ ଠିକ୍‌। ଅହମଦାବାଦ ମ୍ୟୁନିସପାଲ କର୍ପୋରେଶନ(ଏଏମ୍‌ସି)କୁ ହାଇକୋର୍ଟଙ୍କ ପକ୍ଷରୁ ଏଭଳି ପଚରା ଯାଇଛି।

ବିଚାରପତି ବିରେନ୍‌ ବୈଷ୍ଣବଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରି ଏଏମ୍‌ସିକୁ ପ୍ରଶ୍ନ କରିଛନ୍ତି ଯେ, ଲୋକେ ବେପାର ନ କଲେ ଚଳିବେ କିପରି? ଏଏମ୍‌ସି ପକ୍ଷରୁ ହାଜର ହୋଇଥିବା ଆଇନଜୀବୀଙ୍କୁ ଖଣ୍ଡପୀଠ ଏଭଳି କାର୍ଯ୍ୟ କାହିଁକି କରାଯାଉଛି ବୋଲି ପ୍ରଶ୍ନ କରିଛନ୍ତି।

ଲୋକଙ୍କୁ ଆମିଷ ଖାଇବାକୁ ମନା କରିବା କେତେ ଦୂର ଠିକ୍‌ ବୋଲି ଖଣ୍ଡପୀଠ ପଚାରିଛନ୍ତି। ତେବେ ଏଏମ୍‌ସି ଆଇନଜୀବୀ କହିଥିଲେ ଯେ, ରାସ୍ତା ପାର୍ଶ୍ୱରେ ଥିବା ଅମିଷ ଷ୍ଟଲ ଗୁଡ଼ିକ ଯୋଗୁ ଟ୍ରାଫିକ୍‌ ଜାମ୍‌ ହେଉଛି। ତେଣୁ ଏଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

୨୪ ଘଣ୍ଟା ମଧ୍ୟରେ ଏଏମ୍‌ସି ଜବତ କରିଥିବା ଷ୍ଟଲ୍‌ ଗୁଡ଼ିକୁ ଶୀଘ୍ର ସମ୍ପୃକ୍ତ ବେପାରୀଙ୍କକୁ ହସ୍ତାନ୍ତର କରିବାକୁ କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri