ବିବାହକୁ କହିଥିଲେ ଅବୈଧ; ତେବେ କ’ଣ ନୁସରତ ସିଙ୍ଗଲ ମଦର? କିଛି ଏଭଳି ହେଉଛି ଚର୍ଚ୍ଚା

ବମ୍ବେ: ବିବାହକୁ ନେଇ ବିବାଦରେ ରହିଥିଲେ ଲୋକପ୍ରିୟ ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ। ୨୦୧୮ରେ ସେ ନିଖିଲ ଜୈନଙ୍କ ପ୍ରେମରେ ପଡ଼ିଥିଲେ। ଏହାର ବର୍ଷକ ମଧ୍ୟରେ ସେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ତାହା ହିଁ ହୋଇଥିଲା। ତୁର୍କିରେ ୨୦୧୯ ଜୁନ୍‌ ୧୯ରେ ସେ ନିଖିଲଙ୍କୁ ବିବାହ ମଧ୍ୟ କରିଥିଲେ। ହେଲେ ଏହା ବେଶି ଦିନ ଚାଲି ନ ଥିଲା। ଉଭୟ ଅଲଗା ହେବା ସହ ନୁସରତ ବିବାହକୁ ଅବୈଧ ବୋଲି କହିଥିଲେ। ଏହାପରେ ସେ ମା’ ହେବାକୁ ଯାଉଥିବା ଜଣାପଡ଼ିଥିଲା। ସ୍ବାମୀଙ୍କଠାରୁ ଅଲଗା ହୋଇଥିବା ବେଳେ ପିଲାର ବାପା କିଏ ବୋଲି ଅନେକ ଲୋକ ତାଙ୍କୁ ପ୍ରଶ୍ନ କରିବା ସହ ଟ୍ରୋଲ ମଧ୍ୟ କରିଥିଲେ। ଗୁରୁବାର ନୁସରତ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖବର ଜଣାପଡ଼ିବା ପରେ ପୁଣି ଚର୍ଚ୍ଚାକୁ ଆସିଛନ୍ତି ନୁସରତ।

ସ୍ବାମୀ ନିଖିଲଙ୍କଠାରୁ ଅଲଗା ହେବା ପରେ ସହ କଳାକାର ୟଶ ଦାସଗୁପ୍ତାଙ୍କ ନିକଟତର ହୋଇଥିଲେ ନୁସରତ। ଉଭୟ ସମ୍ପର୍କରେ ଥିବା ନେଇ ଖୋଲାଖୋଲି ସ୍ବୀକାର କରି ନ ଥିଲେ ହେଁ ୟଶ ଛାଇଭଳି ତାଙ୍କ ପାଖେ ପାଖେ ରହି ଆସୁଛନ୍ତି। ସେ ହିଁ ନୁସରତଙ୍କୁ ଡାକ୍ତରଖାନା ନେଇ ଯାଇଥିଲେ। ଏବେ ସେ ମା’ ଓ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ସୂଚନା ଦେଇଛନ୍ତି। ଲୋକମାନେ ଅଭିନେତ୍ରୀଙ୍କୁ ଅଭିନନ୍ଦନ ଜଣାଉଥିବା ବେଳେ କେହି କେହି ସେ କ’ଣ ସିଙ୍ଗଲ ମଦର୍‌ ବୋଲି ପ୍ରଶ୍ନ କରୁଛନ୍ତି। ଆଗାମୀ ଦିନରେ ନିଶ୍ଚିତ ଭାବେ ତାହା ସ୍ପଷ୍ଟ ହେବ ବୋଲି ନୁସରତଙ୍କ ପ୍ରଶଂସକ ଅପେକ୍ଷା କରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri