Posted inଜାତୀୟ

କଂଗ୍ରେସ ବିନା ବିରୋଧୀଙ୍କୁ ଏକଜୁଟ ଯୋଜନା କରୁଛନ୍ତି କେସିଆର…

ହାଇଦ୍ରାବାଦ, ୧୨।୯ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର) ତାଙ୍କର ରାଜନୈତିକ ଗତି ବୃଦ୍ଧି କରୁଥିବା ଦେଖାଯାଉଛି। ସେ ରବିବାର କର୍ନାଟକର ପୂର୍ବତନ ସିଏମ ଏଚଡି କୁମାରସ୍ବାମୀଙ୍କୁ ଭେଟିଥିଲେ। ପ୍ରକାଶ ଯେ, ଏହି ସମୟ ମଧ୍ୟରେ ଉଭୟ ନେତା କଂଗ୍ରେସ ବିନା ବିରୋଧୀଙ୍କୁ ଏକଜୁଟ କରିବା ପାଇଁ ଯୋଜନା କରୁଛନ୍ତି। ବିଶେଷ କଥା ହେଉଛି ଏହି ବୈଠକ ଏପରି ଏକ ସମୟରେ ଘଟିଛି ଯେତେବେଳେ ଭାରତୀୟ ଜନତା ପାର୍ଟି ଦକ୍ଷିଣ ଭାରତୀୟ ରାଜ୍ୟରେ ନିଜର ଉପସ୍ଥିତି ବଢ଼ାଇବାକୁ ଚେଷ୍ଟା କରୁଛି।

ହାଇଦ୍ରାବାଦରେ ହୋଇଥିବା ଏହି ବୈଠକରେ ଦେଶର ରାଜନୈତିକ ପରିସ୍ଥିତି ଉପରେ ଆଲୋଚନା କରାଯାଇଥିଲା। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ବିରୋଧୀ ଏକତା ଗଠନରେ ରାଓଙ୍କ ଭୂମିକା ବିଷୟରେ ଦୁଇ ନେତା ଆଲୋଚନା କରିଥିଲେ। ତେଲେଙ୍ଗାନା ରାଷ୍ଟ୍ର ସମିତିର ଜଣେ କାର୍ଯ୍ୟକର୍ତ୍ତା କହିଛନ୍ତି ଯେ ଅଣ କଂଗ୍ରେସ ବିକଳ୍ପ ପାଇଁ ଦେଶର ଲୋକମାନେ ପ୍ରସ୍ତୁତ ଅଛନ୍ତି ଏବଂ ଭାଜପାର ମୁକାବିଲା ପାଇଁ ଆଞ୍ଚଳିକ ଦଳମାନଙ୍କୁ ଏକାଠି ହେବାକୁ ପଡ଼ିବ।

ରବିବାର ରାଓ ଜାତୀୟ ଦଳ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତି ଅନୁଯାୟୀ ବୁଦ୍ଧିଜୀବୀ, ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କ ସହ ଦୀର୍ଘ ଦିନ ଧରି ଆଲୋଚନା ପରେ ଜାତୀୟ ଦଳ ଗଠନ ଘୋଷଣା କରାଯାଇଛି। ଖୁବ ଶୀଘ୍ର ଏକ ଜାତୀୟ ଦଳ ଗଠନ ହେବ ଏବଂ ନୀତି ପ୍ରସ୍ତୁତ ହେବ ବୋଲି କେସିଆର କହିଛନ୍ତି। ୨୦୨୩ ମସିହାରେ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ କେସିଆର ପ୍ରସ୍ତୁତି ଆରମ୍ଭ କରିଛନ୍ତି।

ଗତ କିଛି ମାସ ମଧ୍ୟରେ କେସିଆର ବିରୋଧୀ ଦଳର ଅନେକ ନେତାଙ୍କୁ ଭେଟିଛି। ଏହି ସମୟରେ ସେ ଦିଲ୍ଲୀ, ଚଣ୍ଡିଗଡ଼, ବେଙ୍ଗାଲୁରୁର ଏବଂ ବିହାରରେ ମଧ୍ୟ ପହଞ୍ଚିଥିଲେ। ସେ କୁମାରସୱାମୀଙ୍କଠାରୁ ମଧ୍ୟ ସମର୍ଥନ ପାଇଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ଭାଜପାର ବିକଳ୍ପ ହେବା ପାଇଁ ଯଥେଷ୍ଟ ଶକ୍ତିଶାଳୀ ନୁହେଁ ଏବଂ ଲୋକମାନେ ଏହାର ନେତୃତ୍ୱ ଉପରେ ବିଶ୍ୱାସ ହରାଇଛନ୍ତି।

ନିକଟରେ ବିହାରରେ ପହଞ୍ଚିଥିବା କେସିଆର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ସହ ଆଲୋଚନା କରିଥିଲେ। ସେ ବାମପନ୍ଥୀ ଦଳର ସମର୍ଥନ ପାଇବାକୁ ମଧ୍ୟ ଚେଷ୍ଟା କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?