Posted inଜାତୀୟ

ପ୍ରଶ୍ନ କରି ଟାର୍ଗେଟ କଲେ ଓଓ୍ବାଇସି: କ’ଣ ଜିନପିଙ୍ଗଙ୍କୁ ମୋଦି ଡରୁଛନ୍ତି…

ନୂଆଦିଲ୍ଲୀ,୭।୧୦: ଜିନ୍‌ଜିଆଙ୍ଗରେ ଚାଇନା ସରକାରଙ୍କ ମାନବାଧିକାର ଉଲ୍ଲଂଘନ ମାମଲାରେ ୟୁଏନ୍‌ଏଚ୍‌ଆର୍‌ସିରେ ମତଦାନ ଅନୁଷ୍ଠିତ ହେବାର ଥିଲା। କିନ୍ତୁ ଚାଇନା ବିରୋଧରେ ଆଗତ ପ୍ରସ୍ତାବ ଉପରେ ଭୋଟ ଦେବାରୁ ଭାରତ ନିବୃତ୍ତ ରହିଥିଲା। ଏହାକୁ ନେଇ ଏବେ ରାଜନୀତି ଜୋର୍‌ ଧରିଛି। କଂଗ୍ରେସ ନେତା ମନୀଷ ତିଓ୍ବାରୀଙ୍କ ପରେ ଏବେ ଏହି ପ୍ରସଙ୍ଗରେ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କୁ ଡରୁଛନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି।

ପ୍ରଧାନମନ୍ତ୍ରୀ ୟୁଏନ୍‌ଏଚ୍‌ଆର୍‌ସିରେ ଉଇଘର ମୁସଲମାନଙ୍କୁ ନେଇ ଆଗତ ପ୍ରସ୍ତାବରେ ଗୁରୁତ୍ୱପୂର୍ଣ୍ଣ ଭୋଟ ଦେବାଠାରୁ ଦୂରେଇ ରହିବା ଠିକ୍‌ ବୋଲି ବାଛିଛନ୍ତି। ଏହାର କାରଣ ମୋଦି ବାଖ୍ୟା କରିବେ କି? ସେ ଜିନ୍‌ପିଙ୍ଗଙ୍କୁ ଅପମାନିତ କରିବାକୁ ଏତେ ଭୟ କରୁଛନ୍ତି, ଯାହାଙ୍କୁ ସେ ୧୮ ଥର ଭେଟିଛନ୍ତି, କ’ଣ ଭାରତ ସତ୍ୟ ପାଇଁ ଛିଡ଼ା ହୋଇପାରିବ ନାହିଁ ବୋଲି ଓଓ୍ବାଇସି ପ୍ରଶ୍ନ କରିଛନ୍ତି।

ପ୍ରକାଶ ଯେ, ଚାଇନାରେ ଉଇଘର ମୁସଲମାନଙ୍କୁ ଗତ କିଛିବର୍ଷ ଧରି ଚରମ ନିର୍ଯାତନା ଦିଆଯାଉଛି। ଏପରିକି ପ୍ରାୟ ୧୦ ଲକ୍ଷରୁ ଅଧିକ ମୁସଲମାନଙ୍କୁ ବନ୍ଦି କରି ରଖାଯାଇଥିବା ଅଭିଯୋଗ ହୋଇଆସୁଛି। ଏହି ଘଟଣା ଉପରେ ମାନବ ଅଧିକାର ଗୋଷ୍ଠୀ ବର୍ଷ ବର୍ଷ ଧରି ସ୍ବର ଉତ୍ତୋଳନ କରିଆସୁଛନ୍ତି। ମାତ୍ର ଚାଇନା ଏହାକୁ ଅସ୍ବୀକାର କରୁଛି। ଶୁକ୍ରବାର ଏନେଇ ଆଗତ ପ୍ରସ୍ତାବକୁ ନେଇ ୪୭ ସଦସ୍ୟ ବିଶିଷ୍ଟ ପରିଷଦରେ ଭୋଟ ଆଗତ କରାଯାଇଥିଲା। ପ୍ରସ୍ତାବ ସପକ୍ଷରେ ୧୭ ଭୋଟ ପଡ଼ିଥିବା ବେଳେ ବିରୋଧରେ ୧୯ ଭୋଟ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri