ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…

ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି ଥାନାରେ ପହଞ୍ଚିଲେ ଭବଙ୍କ ଓକିଲ। ଜଣେ ରାଜନେତାଙ୍କ ଗାଡ଼ିରେ ଥାନାକୁ ନେଇଥିବା ଚର୍ଚ୍ଚା ହେଉଛି।
ଅଭିଯୋଗକାରୀ ମାମଲା ପ୍ରତ୍ୟାହାର କରିବାକୁ ଚାହୁଁଥିବା ଥାନାରେ ଜଣାଇଛନ୍ତି। ତେବେ ବବିଙ୍କ ଭିତିରି ଚାପ ପଡ଼ିଥିବା ଅନେକାଂଶରେ ମଧ୍ୟ ଚର୍ଚ୍ଚା ହେଉଛି।

ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଭବଙ୍କୁ ଅଟକ ରଖିଥିଲା। ଗତକାଲି ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଭବଙ୍କ ନାଁରେ ଏତଲା ଦିଆଯାଇଥିଲା ।

ସୂଚନାଯୋଗ୍ୟ, ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି ଆସୁଥିବା ବିରଜା ହାଟକୁ ପୂର୍ବ ସରକାର ଅମଳରେ ବିରଜା ପ୍ରକଳ୍ପ ପାଇଁ ଏହାକୁ ସନ୍ଥ ମାଧବ ନିକଟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠି ଭଲ ବ୍ୟବସାୟ ହେଉ ନ ଥିବା ନେଇ ବାରମ୍ବାର ବ୍ୟବସାୟୀଙ୍କ ଅଭିଯୋଗରୁ ପୁଣି ହାଟକୁ ପୂର୍ବସ୍ଥାନକୁ ଫେରାଇ ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା । ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ଗୋଟିଏ ଗୋଷ୍ଠୀ ପୂର୍ବ ସ୍ଥାନକୁ ହାଟ ଫେରିବା ଚାହୁଁଥିବା ବେଳେ ଅପର ଗୋଷ୍ଠୀ ବିରଜା ପ୍ରକଳ୍ପକୁ ଭଣ୍ଡୁର କରାଯିବାର ଉଦ୍ଦେଶ୍ୟ କହି ଏହାର ବିରୋଧ କରୁଥିଲେ। ହାଟ ସ୍ଥାନାନ୍ତର ପାଇଁ ପ୍ରଶାସନର ନିଷ୍ପତ୍ତି ବିରୋଧରେ ରାସ୍ତାରୋକୋବେଳେ ବିଧାୟକଙ୍କ ଗାଡ଼ି ସେଇ ରାସ୍ତା ଦେଇ ଅତିକ୍ରମ କରୁଥିବାବେଳେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ୧୦ ଜଣଙ୍କୁ ଗିରଫ କରି ଜେଲ ହାଜତକୁ ପଠାଯାଇଛି ।

ବିଧାୟକ ହିମାଂଶୁ ତାଙ୍କ ଉପରେ ଆକ୍ରମଣ ଘଟଣାରେ ସିଧାସଳଖ ବବି ଦାସଙ୍କୁ ଦାୟୀ କରିଛନ୍ତି। ଏଥିସହ ଆଇନ ତା ବାଟରେ ଯିବ, ଆକ୍ରମଣରେ ସଂପୃକ୍ତ ସମସ୍ତେ ଗିରଫ ହେବେ ବୋଲି ହିମାଂଶୁ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri