ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…

ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି ଥାନାରେ ପହଞ୍ଚିଲେ ଭବଙ୍କ ଓକିଲ। ଜଣେ ରାଜନେତାଙ୍କ ଗାଡ଼ିରେ ଥାନାକୁ ନେଇଥିବା ଚର୍ଚ୍ଚା ହେଉଛି।
ଅଭିଯୋଗକାରୀ ମାମଲା ପ୍ରତ୍ୟାହାର କରିବାକୁ ଚାହୁଁଥିବା ଥାନାରେ ଜଣାଇଛନ୍ତି। ତେବେ ବବିଙ୍କ ଭିତିରି ଚାପ ପଡ଼ିଥିବା ଅନେକାଂଶରେ ମଧ୍ୟ ଚର୍ଚ୍ଚା ହେଉଛି।

ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଭବଙ୍କୁ ଅଟକ ରଖିଥିଲା। ଗତକାଲି ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଭବଙ୍କ ନାଁରେ ଏତଲା ଦିଆଯାଇଥିଲା ।

ସୂଚନାଯୋଗ୍ୟ, ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି ଆସୁଥିବା ବିରଜା ହାଟକୁ ପୂର୍ବ ସରକାର ଅମଳରେ ବିରଜା ପ୍ରକଳ୍ପ ପାଇଁ ଏହାକୁ ସନ୍ଥ ମାଧବ ନିକଟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠି ଭଲ ବ୍ୟବସାୟ ହେଉ ନ ଥିବା ନେଇ ବାରମ୍ବାର ବ୍ୟବସାୟୀଙ୍କ ଅଭିଯୋଗରୁ ପୁଣି ହାଟକୁ ପୂର୍ବସ୍ଥାନକୁ ଫେରାଇ ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା । ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ଗୋଟିଏ ଗୋଷ୍ଠୀ ପୂର୍ବ ସ୍ଥାନକୁ ହାଟ ଫେରିବା ଚାହୁଁଥିବା ବେଳେ ଅପର ଗୋଷ୍ଠୀ ବିରଜା ପ୍ରକଳ୍ପକୁ ଭଣ୍ଡୁର କରାଯିବାର ଉଦ୍ଦେଶ୍ୟ କହି ଏହାର ବିରୋଧ କରୁଥିଲେ। ହାଟ ସ୍ଥାନାନ୍ତର ପାଇଁ ପ୍ରଶାସନର ନିଷ୍ପତ୍ତି ବିରୋଧରେ ରାସ୍ତାରୋକୋବେଳେ ବିଧାୟକଙ୍କ ଗାଡ଼ି ସେଇ ରାସ୍ତା ଦେଇ ଅତିକ୍ରମ କରୁଥିବାବେଳେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ୧୦ ଜଣଙ୍କୁ ଗିରଫ କରି ଜେଲ ହାଜତକୁ ପଠାଯାଇଛି ।

ବିଧାୟକ ହିମାଂଶୁ ତାଙ୍କ ଉପରେ ଆକ୍ରମଣ ଘଟଣାରେ ସିଧାସଳଖ ବବି ଦାସଙ୍କୁ ଦାୟୀ କରିଛନ୍ତି। ଏଥିସହ ଆଇନ ତା ବାଟରେ ଯିବ, ଆକ୍ରମଣରେ ସଂପୃକ୍ତ ସମସ୍ତେ ଗିରଫ ହେବେ ବୋଲି ହିମାଂଶୁ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri