Posted inଜାତୀୟ

Operation Sindoor: କିଛି ବଡ଼ ହେବାକୁ ଯାଉଛି? ରାଜସ୍ଥାନ-ପଞ୍ଜାବରେ ହାଇ ଆଲର୍ଟ

ନୂଆଦିଲ୍ଲୀ, ୮।୫: ଭାରତର ମିସାଇଲ ଆକ୍ରମଣ ‘ଅପରେସନ ସିନ୍ଦୂର’ ପରେ ରାଜସ୍ଥାନ ଓ ପଞ୍ଜାବରେ ହାଇ ଆଲର୍ଟ ଜାରି କରାଯାଇଛି। ରାଜସ୍ଥାନ ସରକାର ପାକିସ୍ତାନ ସହ ଥିବା ୧୦୭୦ କିଲୋମିଟର ସୀମାକୁ ସମ୍ପୂର୍ଣ୍ଣ ସିଲ କରିଦେଇଛନ୍ତି, ଯେଉଁଥିରେ ବିକାନେର, ଜୈସଲମେର, ଗଙ୍ଗାନଗର ଓ ବାରମେର ଆଦି ଜିଲାରେ ସ୍କୁଲ ବନ୍ଦ ରହିଛି। ସେହିପରି, ପଞ୍ଜାବ ପୋଲିସ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରି ସୀମାନ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି।

ଗତ ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଭାରତୀୟ ସେନା ରାତି ଅଧରେ ‘ଅପରେସନ ସିନ୍ଦୂର’ ଆରମ୍ଭ କରି ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ୯ଟି ଆତଙ୍କବାଦୀ କ୍ୟାମ୍ପ ଉପରେ ୨୪ଟି ମିସାଇଲ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଲସ୍କର-ଏ-ତୋଇବା, ଜୈଶ-ଏ-ମହମ୍ମଦ ଓ ହିଜବୁଲ ମୁଜାହିଦ୍ଦିନ ସହ ଜଡିତ ପ୍ରାୟ ୭୦ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।

ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଏକ ଉଚ୍ଚସ୍ତରୀୟ ବୈଠକ ଡାକି ରାଜ୍ୟର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ସେ ପୋଲିସ ଓ ଅନ୍ୟାନ୍ୟ ସୁରକ୍ଷା ଏଜେନ୍ସିମାନଙ୍କୁ ସୀମାନ୍ତରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୈସଲମେରରେ ରାତି ୧୨ଟାରୁ ସକାଳ ୪ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବ୍ଲାକଆଉଟ ଜାରି କରାଯାଇଥିଲା ଏବଂ ପୋଲିସ ଘରେ ଘରେ ଯାଇ ଲୋକଙ୍କୁ ଲାଇଟ୍‌ ବନ୍ଦ ରଖିବାକୁ ସଚେତନ କରାଇଥିଲା।

ପଞ୍ଜାବରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଫେରୋଜପୁର, ପଠାନକୋଟ, ଫାଜିଲକା, ଅମୃତସର ଓ ଗୁରୁଦାସପୁର ଜିଲ୍ଲାରେ ସ୍କୁଲ ବନ୍ଦ ରହିଛି। ଅମୃତସରର ଅଟାରୀ ସୀମାରେ ପ୍ରତିଦିନ ଅନୁଷ୍ଠିତ ହେଉଥିବା ‘ବିଟିଂ ରିଟ୍ରିଟ’ ସେରିମୋନି ମଧ୍ୟ ବୁଧବାର ବନ୍ଦ ରହିଥିଲା। ଏହା ସହିତ, ଗୁରୁଦାସପୁରର ଡେରା ବାବା ନାନାକରେ ଥିବା କର୍ତ୍ତାରପୁର କରିଡର ମଧ୍ୟ ଦିନକ ପାଇଁ ବନ୍ଦ ରହିଥିଲା।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏକ ଉଚ୍ଚସ୍ତରୀୟ ବୈଠକରେ ପାକିସ୍ତାନ ଓ ନେପାଳ ସହ ସୀମାନ୍ତ ଅଞ୍ଚଳ ଥିବା ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀ, ପୋଲିସ ମହାନିର୍ଦ୍ଦେଶକ ଓ ମୁଖ୍ୟ ସଚିବଙ୍କ ସହ ଜାତୀୟ ସୁରକ୍ଷା ସମୀକ୍ଷା କରିଛନ୍ତି। ଏହି ବୈଠକରେ ଜମ୍ମୁ ଓ କଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ, ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ବିହାର, ସିକ୍କିମ ଓ ପଶ୍ଚିମବଙ୍ଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ଏକ ଏକ୍ସ ପୋଷ୍ଟରୁ ଜଣାପ ଯେ, ପାକିସ୍ତାନୀ ସେନା ସୀମାନ୍ତରେ ଗୁଳିବର୍ଷା କରୁଛି, ଯାହା ଫଳରେ ସୀମାନ୍ତ ଗାଁମାନଙ୍କରେ ଆତଙ୍କ ଖେଳିଯାଇଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ସୁରକ୍ଷା ବାହିନୀ ମଧ୍ୟ କଡ଼ା ଜବାବ ଦେଉଛି। ଏହି ପରିସ୍ଥିତିରେ ଦେଶର ଅନ୍ୟାନ୍ୟ ରାଜ୍ୟମାନେ ମଧ୍ୟ ସତର୍କ ରହିଛନ୍ତି। ଅପରେସନ ସିନ୍ଦୂର ଭାରତର ଆତଙ୍କବାଦ ବିରୋଧୀ ‘ଜିରୋ ଟଲେରାନ୍ସ’ ନୀତିର ଏକ ଶକ୍ତିଶାଳୀ ପ୍ରମାଣ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri